Top Stories

Search here...

News

୨୪ ଘଣ୍ଟାରେ ଭାରତରେ ୧୧,୪୬୬ କୋଭିଡ୍‌-୧୯ ସଂକ୍ରମଣ; ୪୬୦ ମୃତ୍ୟୁ

Posted On - 1 minute ago
Edited By Team BbsrReporters
LAST UPDATED Nov 10, 2021 11:38 AM

ଗତ ୨୪ ଘଣ୍ଟାରେ ହୋଇଥିବା ୪୬୦ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୪,୬୧,୮୪୯ରେ ପହଞ୍ଚିଛି।

 

 

BBSR Reporters

 

 

ନୂଆଦିଲ୍ଲୀ: ଆଜି  ଦେଶରେ କୋଭିଡ୍‌-୧୯ ଦୈନିକ ସଂକ୍ରମଣ ସଂଖ୍ୟା ୧୧ ହଜାରରୁ କିଛି ଅଧିକ ଥିବା ବେଳେ ମୃତ୍ୟୁସଂଖ୍ୟା ସାଢ଼େ ୪୦୦ରୁ ଅଧିକ ରହିଛି।  ଗତ ୨୪ ଘଣ୍ଟାରେ ହୋଇଥିବା ୪୬୦ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୪,୬୧,୮୪୯ରେ ପହଞ୍ଚିଛି।

 

 

ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧୧,୪୬୬ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୩,୩୭,୮୭,୦୪୭। ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧,୩୯,୬୮୩। ୨୬୪ ଦିନ ମଧ୍ୟରେ ଏହା ହେଉଛି ଦେଶରେ ସବୁଠୁ କମ୍ ସକ୍ରିୟ ସଙ୍କ୍ରମଣ।

 

 

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ସୋମବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୧,୪୬୬ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୪୬୦ ମୃତ୍ୟୁ ରେକର୍ଡ କରାଯାଇଛି। ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩,୪୩,୮୮,୫୭୯ରେ ପହଞ୍ଚିଛି।

 


 

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୦୯,୬୩,୫୯,୨୦୮ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

ସୂଚନାଯୋଗ୍ୟ, ୨୦୨୦ ଅଗଷ୍ଟ ୭ରେ ଭାରତରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୨୦ ଲକ୍ଷ, ଅଗଷ୍ଟ ୨୩ରେ ୩୦ ଲକ୍ଷ, ସେପ୍ଟେମ୍ବର ୫ରେ ୪୦ ଲକ୍ଷ, ସେପ୍ଟେମ୍ବର ୧୬ରେ ୫୦ ଲକ୍ଷ, ସେପ୍ଟେମ୍ବର ୨୮ରେ ୬୦ ଲକ୍ଷ, ଅକ୍ଟୋବର ୧୧ରେ ୭୦ ଲକ୍ଷ, ଅକ୍ଟୋବର ୨୯ରେ ୮୦ ଲକ୍ଷ, ନଭେମ୍ବର ୨୦ରେ ୯୦ ଲକ୍ଷ ଏବଂ ଡିସେମ୍ବର ୧୯ରେ ୧କୋଟି ଟପିଥିଲା।

Related News
satta king tw