Top Stories

Search here...

News

୨୪ ଘଣ୍ଟାରେ ଭାରତରେ ୧୨,୮୮୫ କୋଭିଡ୍‌-୧୯ ସଂକ୍ରମଣ; ୪୬୧ ମୃତ୍ୟୁ

Posted On - 2 hours ago
Edited By Prabir Kumar
LAST UPDATED Nov 04, 2021 01:40 PM

ଗତ ୨୪ ଘଣ୍ଟାରେ ହୋଇଥିବା ୪୬୧ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୪,୫୯,୬୫୨ରେ ପହଞ୍ଚିଛି ।

 

 

BBSR Reporters

 

 

ନୂଆଦିଲ୍ଲୀ: ଆଜି ଦେଶରେ କୋଭିଡ୍‌-୧୯ ଦୈନିକ ସଂକ୍ରମଣ ସଂଖ୍ୟା ୧୨ ହଜାରରୁ ବହୁତ ଅଧିକ ଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ୟ ୪୦୦ରୁ ଯଥେଷ୍ଟ ଅଧିକ ଅଛି। ଗତ ୨୪ ଘଣ୍ଟାରେ ହୋଇଥିବା ୪୬୧ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୪,୫୯,୬୫୨ରେ ପହଞ୍ଚିଛି।

 

 

ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧୫,୦୫୪ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୩,୩୭,୧୨,୭୯୪।

ବର୍ତ୍ତମାନ  ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧,୪୮,୫୭୯।

 

 

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଗୁରୁବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୨,୮୮୫ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ  ୪୬୧ ମୃତ୍ୟୁ ରେକର୍ଡ କରାଯାଇଛି। ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩,୪୩,୨୧,୦୨୫ରେ ପହଞ୍ଚିଛି।

 

 

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୦୭,୬୩,୧୪,୪୪୦ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।  ଗତ ୨୪ ଘଣ୍ଟା ମଧ୍ୟରେ ଦିଆଯାଇଛି ୩୦,୯୦,୯୨୦ ଡୋଜ୍‌ ଟିକା।

Related News
satta king tw