Top Stories

Search here...

News

ରାଜ୍ୟରେ ଆଉ ୧୪ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ

Posted On - 18 minutes ago
Edited By Team BbsrReporters
LAST UPDATED Jan 08, 2022 04:56 PM

ଏନେଇ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍‌ ଲାଇଫ ସାଇନ୍ସେସ୍ (ଆଇଏଲ୍‌ଏସ୍‌) ପକ୍ଷରୁ ସ୍ୱାସ୍ଥ୍ୟ ବିଭାଗକୁ ସୂଚନା ଦିଆଯାଇଛି।

 

BBSR Reporters

 

ଭୁବନେଶ୍ୱର: ରାଜ୍ୟରେ ଆଉ ୧୪ ଜଣ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହା ସହିତ ରାଜ୍ୟରେ ଓମିକ୍ରନ୍ ଆକ୍ରାନ୍ତଙ୍କ ସଂଖ୍ୟା ୭୪କୁ ବୃଦ୍ଧି ପାଇଛି। ଏମାନଙ୍କ ମଧ୍ୟରୁ ୫ ଜଣ ସୁସ୍ଥ ହୋଇସାରିଛନ୍ତି।ଏନେଇ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍‌ ଲାଇଫ ସାଇନ୍ସେସ୍ (ଆଇଏଲ୍‌ଏସ୍‌) ପକ୍ଷରୁ ସ୍ୱାସ୍ଥ୍ୟ ବିଭାଗକୁ ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ ଓମିକ୍ରନ୍ ଆକ୍ରାନ୍ତଙ୍କ ସଂଖ୍ୟା ୭୪କୁ ବୃଦ୍ଧି ପାଇଛି। ଏମାନଙ୍କ ମଧ୍ୟରୁ ୫ ଜଣ ସୁସ୍ଥ ହୋଇସାରିଛନ୍ତି।

 

ଦେଶରେ ଦ୍ରୁତ ଗତିରେ କରୋନା ସଂକ୍ରମଣ ବଢ଼ୁଥିବା ବେଳେ ଓଡ଼ିଶାରେ ମଧ୍ୟ ସମାନ ଅବସ୍ଥା ଦେଖିବାକୁ ମିଳିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୩୬୭୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବର୍ଗର ୩୮୪ ଜଣ ଅଛନ୍ତି। ସେହିପରି ଗତ ୨୪ ଘଣ୍ଟାରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୨୨୩ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି।

 

ନୂଆ କରି ଚିହ୍ନଟ ୧୪ ଓମିକ୍ରନ୍ ଆକ୍ରାନ୍ତଙ୍କ ମଧ୍ୟରୁ କେତେ ଜଣେ ବାହାରୁ ଆସିଥିଲେ କି ସମସ୍ତେ ସ୍ଥାନୀୟ ସଂକ୍ରମଣର ଶିକାର ହୋଇଛନ୍ତି, ତାହା ଜଣାପଡ଼ି ନାହିଁ।ଦେଶରେ ମଧ୍ୟ ଧୀରେ ଧୀରେ ଓମିକ୍ରନ୍ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଛି। ଆଜି ଆସିଥିବା ରିପୋର୍ଟ ଅନୁଯାୟୀ, ଦେଶରେ ୩୦୭୧ ଜଣ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Related News
satta king tw