Top Stories

Search here...

News

ମହାପ୍ରଭୁଙ୍କ ସ୍ନାନ ଯାତ୍ରା ପାଇଁ ଆସନ୍ତାକାଲି ଠୁ ପୁରୀରେ ୧୪୪ ଜାରୀ

Posted On - 1 minute ago
Edited By Team BbsrReporters
LAST UPDATED Jun 22, 2021 12:31 PM

କେବଳ ଅନୁମତି ପ୍ରାପ୍ତ ବ୍ୟକ୍ତିବିଶେଷଙ୍କୁ ପୁରୀ ପ୍ରବେଶ ପାଇଁ ଅନୁମତି ରହିଛି ବୋଲି ପୁରୀ ଉପ ଜିଲ୍ଲାପାଳ ଭବତାରଣ ସାହୁ ସୂଚନା ଦେଇଛନ୍ତି ।

 

BBSR Reporters


ପୁରୀ: ଆସନ୍ତାକାଲି  ପୁରୀରେ ହେବାକୁ ଥିବା ମହାପ୍ରଭୁଙ୍କ ସ୍ନାନ ଯାତ୍ରା ପାଇଁ ଲାଗୁ ହେବ ୧୪୪ ଧାରା  । ୨୩ ତାରିଖ ରାତି ୧୦ଟାରୁ ୧୪୪ ଧାରା ଜାରି ହୋଇ ୨୫ ତାରିଖ ଯାଏଁ ଏହା ବଳବତ୍ତର ରହିବ ବୋଲି ପ୍ରଶାସନ ପକ୍ଷରୁ କୁହାଯାଇଛି ।


କରୋନା ମହାମାରୀକୁ ଦୃଷ୍ଟିରେ ରଖି ଏବଂ ବିନା ଭକ୍ତରେ ସ୍ନାନ ପୂର୍ଣ୍ଣିମା ଆୟୋଜନ ହେବ । କେବଳ ଅନୁମତି ପ୍ରାପ୍ତ ବ୍ୟକ୍ତିବିଶେଷଙ୍କୁ ପୁରୀ ପ୍ରବେଶ ପାଇଁ ଅନୁମତି ରହିବ  । ଏନେଇ ପୁରୀ ଉପ ଜିଲ୍ଲାପାଳ ଭବତାରଣ ସାହୁ ଏହି ସୂଚନା ଦେଇଛନ୍ତି । ଆଦେଶ ଉଲଙ୍ଘନ କଲେ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସେ କହିଛନ୍ତି  ।

 

ଏପଟେ ଦେବସ୍ନାନ ପୂର୍ଣ୍ଣିମା ପାଇଁ ଶ୍ରୀକ୍ଷେତ୍ରରେ ଜୋରଦାର ପ୍ରସ୍ତୁତି ଆରମ୍ଭ ହୋଇଛି । ଆସନ୍ତା ୨୪ରେ ଶ୍ରୀଜିଉଙ୍କ ସ୍ନାନ ଯାତ୍ରା ପଡୁଥିବାରୁ ମନ୍ଦିର ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଏକ ପ୍ରକାର ଶେଷ ପର୍ଯ୍ୟାୟରେ ପହଞ୍ଚିଛି  । ସେପଟେ ରାଘବଦାସ ମଠ ଓ ଗୋପାଳତୀର୍ଥ ମଠ ପକ୍ଷରୁ ହାତୀ ବେଶର ପ୍ରସ୍ତୁତି ଆରମ୍ଭ ହୋଇଛି  । ଏହି ଦୁଇ ମଠ ପକ୍ଷରୁ ଶ୍ରୀଜିଉମାନଙ୍କ ହାତୀ ବେଶ ଏବଂ ମହାପ୍ରଭୁଙ୍କ ପହଣ୍ଡି ପାଇଁ ଟାହିଆ ପ୍ରସ୍ତୁତ କରାଯାଇଥାଏ  ।

 

ଅନ୍ୟପଟେ ଶ୍ରୀଜୀଉଙ୍କ ସ୍ନାନ ଓ ରଥଯାତ୍ରାର ନୀତି ନିର୍ଘଣ୍ଟ କରାଯାଇଛି  । ଛତିଶା ନିଯୋଗ ବୈଠକରେ ସ୍ନାନଯାତ୍ରାରୁ ନୀଳାଦ୍ରି ବିଜେ ପର୍ଯ୍ୟନ୍ତ ସମସ୍ତ ନୀତି ନିର୍ଘଣ୍ଟ ସ୍ଥିର ହୋଇସାରିଛି  । କୋଭିଡ୍ ସଂକ୍ରମଣକୁ ଦେଖି ଗତବର୍ଷ ଭଳି ଏ ବର୍ଷ ବି ଘୋଷଯାତ୍ରା ବିନା ଭକ୍ତରେ ହେବାକୁ ଯାଉଛି । ୧୦୮ ଗରା ପାଣିରେ ଗୋଧୋଇବେ ମହାପ୍ରଭୁ  । 

 

ସୂଚନାଯୋଗ୍ୟ, ଆସନ୍ତା ଜୁଲାଇ ୧୨ ତାରିଖରେ ପୁରୀରେ ରଥଯାତ୍ରା ଅନୁଷ୍ଠିତ ହେବ  । ରାଜ୍ୟର ଅନ୍ୟ କୌଣସି ସ୍ଥାନରେ ରଥଯାତ୍ରା ହୋଇପାରିବ ନାହିଁ ବୋଲି ପୂର୍ବରୁ ରାଜ୍ୟ ସରକାର ଘୋଷଣା କରିସାରିଛନ୍ତି  । 
 

Related News
satta king tw