Top Stories

Search here...

News

ଦେଶରେ ୩୫,୬୬୨ ନୂଆ କୋଭିଡ୍‌-୧୯ ସଂକ୍ରମିତ ଚିହ୍ନଟ; ମୃତ୍ୟୁସଂଖ୍ୟା ୨୮୧

Posted On - 1 month ago
Edited By Team BbsrReporters
LAST UPDATED Oct 20, 2021 09:07 PM

ଦେଶରେ ସମୁଦାୟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୩,୪୦,୬୩୯।

 

BBSR Reporters

 

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ମହାମାରୀ ସଂକ୍ରମଣସଂଖ୍ୟା ୩୫ ହଜାରରୁ ଅଧିକ ଥିବା ବେଳେ ମୃତ୍ୟୁସଂଖ୍ୟା ୩ ଶହରୁ କମ୍ ରହିଛି। ଏବେ ଦେଶରେ ସମୁଦାୟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୩,୪୦,୬୩୯।

 

‘ଆଇସିଏମ୍ଆର୍‌’ ରିପୋର୍ଟ ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ସେପ୍ଟେମ୍ବର ୧୭ ତାରିଖ ସୁଦ୍ଧା ସମୁଦାୟ ୫୫,୦୭,୮୦,୨୭୦ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୧୪,୪୮,୮୩୩ଟି ନମୁନା।

 

କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଶନିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୩୫,୬୬୨ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୨୮୧ ମୃତ୍ୟୁ ରେକର୍ଡ କରାଯାଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌ ସଂକ୍ରମଣ ମାମଲା ୩,୩୪,୧୭,୩୯୦ ଓ ମୃତ୍ୟୁସଂଖ୍ୟା ୪,୪୪,୫୨୯ରେ ପହଞ୍ଚିଛି।

 

ସେହିପରି, ଗତ ୨୪ ଘଣ୍ଟା ମଧ୍ୟରେ ୩୩,୭୯୮ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତାସଂଖ୍ୟା ୩,୨୬,୩୨,୨୨୨ରେ ପହଞ୍ଚିଛି। ­­­­­

 

 

କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତ ୨୪ ଘଣ୍ଟା ମଧ୍ୟରେ ୨.୫ କୋଟି ଡୋଜ୍‌ ଟିକା ଦିଆଯାଇଛି।

Related News