Top Stories

Search here...

News

ବର୍ଷାରେ ଭିଜିବ ରଥଯାତ୍ରା, ୫ ଦିନ ପ୍ରବଳ ବର୍ଷିବ, ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ ଏସଆରସି ପରାମର୍ଶ

Posted On - 2 weeks ago
Edited By Team BbsrReporters
LAST UPDATED Jul 14, 2022 12:30 PM

୩୦ ତାରିଖ ସକାଳୁ ୧ ତାରିଖ ସକାଳ ଯାଏ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୋଳ, ଢେଙ୍କାନାଳ, ବୌଦ୍ଧ ଓ ଯାଜପୁର ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

 

BBSR Reporters


ଭୁବନେଶ୍ୱର: ବର୍ଷାରେ ଭିଜିବ ରଥଯାତ୍ରା! ଆଗାମୀ ୫ ଦିନ ଯାଏଁ ରାଜ୍ୟର କେତେକ ଜିଲ୍ଲା ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେଥିପାଇଁ ଆବଶ୍ୟକ ପଦକ୍ଷେପ ନେବାକୁ ଜିଲ୍ଲା ପ୍ରଶାସନକୁ ନିଦେ୍ର୍ଧଶ ଦେଇଛନ୍ତି ଏସ୍ଆର୍ସି । ସମସ୍ତ ପ୍ରକାର ପରିସ୍ଥିତିର ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ ଏସ୍ଆରସି ପରାମର୍ଶ ଦେଇଛନ୍ତି ।

 

ପାଣିପାଗ ବିଭାଗର ଆକଳନ ଅନୁସାରେ ଆସନ୍ତାକାଲି ଅର୍ଥାତ ୩୦ ତାରିଖ ସକାଳ ଯାଏ ସୁନ୍ଦରଗଡ଼, କେନ୍ଦୁଝର, ଝାରସୁଗୁଡ଼ା, ସମ୍ୱଲପୁର,ବରଗଡ଼, ନୂଆପଡ଼ା, ବଲାଙ୍ଗିର ଓ କଳାହାଣ୍ଡି ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହାଛଡ଼ା ବଜ୍ରପାତ ଓ ଘଡ଼ଘଡ଼ି ମାରିପରେ । ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

 

୩୦ ତାରିଖ ସକାଳୁ ୧ ତାରିଖ ସକାଳ ଯାଏ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୋଳ, ଢେଙ୍କାନାଳ, ବୌଦ୍ଧ ଓ ଯାଜପୁର ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ଼, ସମ୍ୱଲପୁର, ଅନୁଗୋଳ, ଢେଙ୍କାନାଳ, ବୌଦ୍ଧ ଓ କନ୍ଧମାଳ ଜିଲ୍ଲାରେ ଗୋଟିଏ ଦୁଇଟି ସ୍ଥାନରେ ବଜ୍ରପାତ ହେବାର ଆଶଙ୍କା ରହିଛି । ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

 

୧ ତାରିଖ ସକାଳ ସାଢେ଼ ୮ଟାରୁ ୨ ତାରିଖ ସକାଳ ସାଢେ଼ ୮ଟା ପର୍ଯ୍ୟନ୍ତ କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ଭଦ୍ରକ, ବାଲେଶ୍ୱର, କେନ୍ଦ୍ରାପଡ଼ା ଓ କଟକ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

 

୨ ତାରିଖ ସକାଳ ସାଢେ଼ ୮ଟାରୁ ୩ ତାରିଖ ସକାଳ ସାଢେ଼ ୮ଟା ପର୍ଯ୍ୟନ୍ତ ଅନୁଗୋଳ, ଢେଙ୍କାନାଳ, ଯାଜପୁର, କଟକ, ଜଗତସିଂହପୁର, ଖୋର୍ଦ୍ଧା, କେନ୍ଦୁଝର, ଦେବଗଡ଼, ସୁନ୍ଦରଗଡ଼, ସମ୍ୱଲପୁର, ସୋନପୁର ଓ ବୌଦ୍ଧ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି । ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

 

୩ ତାରିଖ ସକାଳ ସାଢେ଼ ୮ଟାରୁ ୪ ତାରିଖ ସକାଳ ସାଢେ଼ ୮ଟା ଭିତରେ ନୂଆପଡ଼ା, ନବରଙ୍ଗପୁର, କଳାହାଣ୍ଡି, ବଲାଙ୍ଗିର, କନ୍ଧମାଳ, ବୌଦ୍ଧ, ସୋନପୁର, ବରଗଡ଼, ସମ୍ୱଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ଗୋଟିଏ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।
 

Related News
satta king tw