Top Stories

Search here...

News

ରାଜ୍ୟରେ ୮,୮୪୫ ଜଣ କରୋନା ପଜିଟିଭ ଚିହ୍ନଟ, ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୫୨୮

Posted On - 36 minutes ago
Edited By Team BbsrReporters
LAST UPDATED Jan 22, 2022 05:23 PM

ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୫୨୮ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି। ଏମାନଙ୍କ ମଧ୍ୟରୁ ୫୧୨୮ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୩୭୧୭ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି।

 

BBSR Reporters

 

ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୮,୮୪୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୯୨୭ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ କିଶୋର ଥିବା ଜଣାଯାଇଛି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୫୨୮ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି। ଏମାନଙ୍କ ମଧ୍ୟରୁ ୫୧୨୮ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୩୭୧୭ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି।

 

ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୧,୯୬,୧୪୦ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୦,୯୯, ୪୨୩ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୮୮, ୧୫୦ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।
ସୂଚନାଯୋଗ୍ୟ, ଗତକାଲି ୯,୮୩୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଜାନୁଆରି ୨୦ ତାରିଖରେ ୧୦,୩୬୮ଜଣ, ଜାନୁଆରି ୧୯ ତାରିଖରେ ୧୧,୬୦୭ ଜଣ, ଜାନୁଆରି ୧୮ରେ ୧୧,୦୮୬, ଜାନୁଆରି ୧୭ରେ ୧୦,୪୮୯, ୧୬ ତାରିଖରେ ୧୧,୧୭୭, ୧୫ ତାରିଖରେ ୧୦,୮୫୬, ଜାନୁଆରି ୧୪ରେ ୧୦,୨୭୩ , ଜାନୁଆରି ୧୩ରେ ୧୦,୦୫୯ ଜଣ, ଜାନୁଆରି ୧୨ରେ ୮୭୭୮, ୧୧ରେ ୭୦୭୧, ୧୦ରେ ୪୮୨୯, ଜାନୁଆରି ୯ ତାରିଖରେ ୪୭୧୪ ଜଣ , ଜାନୁଆରି ୮ ତାରିଖରେ ୩୬୭୯ ଜଣ , ଜାନୁଆରି ୭ ତାରିଖରେ ୨୭୦୩ ଜଣ, ଜାନୁଆରି ୬ ତାରିଖରେ ୧୮୯୭ ଜଣ , ଜାନୁଆରି ୫ ରେ ୧୨୧୬, ଜାନୁଆରି ୪ ରେ ୬୮୦, ଜାନୁଆରି ୩ ରେ ୪୨୪, ଜାନୁଆରି ୨ରେ ୪୨୪, ଜାନୁଆରି ୧ରେ ୨୯୮, ଡିସେମ୍ବର ୩୧ରେ ୨୨୮, ଡିସେମ୍ବର ୩୦ରେ ୨୨୫, ଡିସେମ୍ବର ୨୯ରେ ୨୨୧ ଓ ଡିସେମ୍ବର ୨୮ରେ ୧୫୬ ଜଣ ପଜିଟିଭ ଚିହ୍ନଟ ହୋଇଥିଲେ।

 

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୧୬୦ ଜଣ, ବାଲେଶ୍ୱରରୁ ୨୯୦ ଜଣ, ବରଗଡ଼ରୁ ୧୪୧ ଜଣ, ଭଦ୍ରକରୁ ୧୧୭ ଜଣ, ବଲାଙ୍ଗୀରରୁ ୨୩୨ ଜଣ, ବୌଦ୍ଧ ଜିଲ୍ଲାରୁ ୯୩, କଟକରୁ ୬୨୮ ଜଣ, ଦେବଗଡ଼ରୁ ୫୫ ଜଣ, ଢେଙ୍କାନାଳରୁ ୧୦୦ ଜଣ, ଗଜପତିରୁ ୯୨, ଗଞ୍ଜାମରୁ ୩୩ ଜଣ, ଜଗତସିଂହପୁରରୁ ୧୮୦ ଜଣ, ଯାଜପୁରରୁ ୨୦୯ ଜଣ, ଝାରସୁଗୁଡ଼ାରୁ ୧୪୪ ଜଣ, କଳାହାଣ୍ଡିରୁ ୧୩୯ ଜଣ, କନ୍ଧମାଳରୁ ୧୦୯ ଜଣ, କେନ୍ଦ୍ରାପଡ଼ାରୁ ୯୨ ଜଣ, କେଉଁଝରରୁ ୧୧୦ ଜଣ, ଖୋର୍ଦ୍ଧାରୁ ୨୫୨୮ ଜଣ, କୋରାପୁଟରୁ ୨୦୩ ଜଣ, ମାଲକାନଗିରିରୁ ୫୦ ଜଣ, ମୟୁରଭଞ୍ଜରୁ ୧୫୨ ଜଣ, ନବରଙ୍ଗପୁରରୁ ୧୮୭, ନୟାଗଡ଼ରୁ ୯୪ ଜଣ, ନୂଆପଡ଼ାରୁ ୨୦୫ ଜଣ, ପୁରୀରୁ ୧୬୫ ଜଣ, ରାୟଗଡ଼ାରୁ ୨୨୧ ଜଣ, ସମ୍ୱଲପୁରରୁ ୧୮୧ ଜଣ, ସୋନପୁରରୁ ୨୦୭, ସୁନ୍ଦରଗଡ଼ରୁ ୧୦୦୧ ଜଣ ଓ ଷ୍ଟେଟ ପୁଲରୁ ୫୦୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।

Related News
satta king tw