Top Stories

Search here...

News

୨୪ ଘଣ୍ଟାରେ ଭାରତରେ ୮,୯୫୪ କୋଭିଡ୍‌-୧୯ ସଂକ୍ରମଣ; ୨୬୭ ମୃତ୍ୟୁ

Posted On - 18 hours ago
Edited By Team BbsrReporters
LAST UPDATED Dec 02, 2021 12:42 AM

ଗତ ୨୪ ଘଣ୍ଟାରେ ହୋଇଥିବା ୨୬୭ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୪,୬୯,୨୪୭ରେ ପହଞ୍ଚିଛି।

 

 

BBSR Reporters

 

 

ନୂଆଦିଲ୍ଲୀ: ଆଜି ଦୈନିକ କୋଭିଡ୍‌-୧୯ ସଂକ୍ରମଣ ଦେଶରେ ସଂଖ୍ୟା ୯ ହଜାର ପାଖାପାଖି ଥିବା ବେଳେ ମୃତ୍ୟୁସଂଖ୍ୟା ୩୦୦ରୁ ଯଥେଷ୍ଟ କମ୍‌ ରହିଛି। ଗତ ୨୪ ଘଣ୍ଟାରେ ହୋଇଥିବା ୨୬୭ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୪,୬୯,୨୪୭ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧୦,୨୦୭ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୩,୪୦,୨୮,୫୦୬ l ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୯୯୦୨୩।

 

 

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୨୪,୧୦,୮୬,୮୫୦ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ବୁଧବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୮,୯୫୪ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୨୬୭ ମୃତ୍ୟୁ ରେକର୍ଡ କରାଯାଇଛି। ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩,୪୫,୯୬,୭୭୬ରେ ପହଞ୍ଚିଛି।

 

 

‘ଆଇସିଏମ୍‌ଆର୍‌’ ରିପୋର୍ଟ ଅନୁସାରେ, କୋଭିଡ୍‌-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୬୪,୨୪,୧୨,୩୧୫ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୧୧,୦୮,୪୬୭ଟି ନମୁନା।

Related News
satta king tw