Top Stories

Search here...

News

ସକ୍ରିୟ ଘୂର୍ଣ୍ଣିବଳୟ; ରାଜ୍ୟରେ ଆହୁରୀ ୫ ଦିନ ଲାଗି ରହିବ ବର୍ଷା

Posted On - 1 week ago
Edited By Prabir Kumar
LAST UPDATED Jun 30, 2022 12:43 PM

ପାଣିପାଗ ବିଭାଗ ସୂଚନା ଅନୁସାରେ ଗୁରୁବାର ସକାଳ ସାଢେ଼ ୮ଟା ଭିତରେ କନ୍ଧମାଳ, ଗଞ୍ଜାମ, ନୟାଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, ଅନୁଗୋଳ, କଟକ, ଢେଙ୍କାନାଳ ଓ ଖୋର୍ଦ୍ଧା ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସହ ବଜ୍ରପାତ ଓ ଘଡ଼ଘଡ଼ି ମାରିବାର ସମ୍ଭାବନା ରହିଛି ।

 

BBSR Reporters


ଭୁବନେଶ୍ୱର: ପୂର୍ବ ଝାଡ଼ଖଣ୍ଡ ଓ ପାର୍ଶ୍ୱବର୍ତ୍ତୀ ଉତ୍ତର ଓଡ଼ିଶାର ବାୟୁମଣ୍ଡଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହି ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ୫ ଦିନ ଧରି କେତେକ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେଥିପାଇଁ ଭାରତୀୟ ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛି । 

 

ପାଣିପାଗ ବିଭାଗ ସୂଚନା ଅନୁସାରେ ଗୁରୁବାର ସକାଳ ସାଢେ଼ ୮ଟା ଭିତରେ କନ୍ଧମାଳ, ଗଞ୍ଜାମ, ନୟାଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, ଅନୁଗୋଳ, କଟକ, ଢେଙ୍କାନାଳ ଓ ଖୋର୍ଦ୍ଧା ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସହ ବଜ୍ରପାତ ଓ ଘଡ଼ଘଡ଼ି ମାରିବାର ସମ୍ଭାବନା ରହିଛି । ସେଥିପାଇଁ ଏହିସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏଥି ସହ ଆଶଙ୍କା ରହିଛି ।


୨୩ ତାରିଖ ସକାଳ ସାଢେ଼ ୮ଟାରୁ ୨୪ ତାରିଖ ସକାଳ ସାଢେ଼ ୮ଟା ଭିତରେ ବରଗଡ଼, ସମ୍ୱଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼, ଅନୁଗୋଳ,କେନ୍ଦୁଝର, ଢେଙ୍କାନାଳ, ଯାଜପୁର, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ତେବେ ବଜ୍ରପାତ ଓ ଘଡ଼ଘଡ଼ି ନେଇ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି ଓ ବଲାଙ୍ଗିର ପାଇଁ ସତର୍କ ସୂଚନା ଜାରି କରାଯାଇଛି ।


୨୪ ତାରିଖ ସକାଳୁ ୨୫ ତାରିଖ ସକାଳ ଭିତରେ ନୂଆପଡ଼ା, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ନୟାଗଡ଼, ଖୋର୍ଦ୍ଧା, ଜଗତସିଂହପୁର, କଟକ ଓ କେନ୍ଦ୍ରାପଡ଼ା ଜିଲ୍ଲାରେ ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।


୨୫ ତାରିଖ ସକାଳୁ ୨୬ ତାରିଖ ସକାଳ ଯାଏ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ବଲାଙ୍ଗିର, କନ୍ଧମାଳ, ବୌଦ୍ଧ, ଅନୁଗୋଳ, ଢେଙ୍କାନାଳ ଓ ଯାଜପୁର ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ଆଶାଙ୍କା କରାଯାଉଛି । ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ବାକି ଜିଲ୍ଲାରେ ମଧ୍ୟ ସ୍ୱଳ୍ପ ବର୍ଷା ହୋଇପାରେ । ସେହିପରି ୨୬ ତାରିଖ ସକାଳୁ ୨୭ ତାରିଖ ସକାଳ ପର୍ଯ୍ୟନ୍ତ ନବରଙ୍ଗପୁର, ନୂଆପଡ଼ା, ବଲାଙ୍ଗିର ଓ ବରଗଡ଼ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।


 

Related News
satta king tw