Top Stories

Search here...

News

ଆସୁଛି ଆଉ ଏକ ଲଘୁଚାପ; ପ୍ରବଳ ବର୍ଷାର ସମ୍ଭାବନା

Posted On - 2 weeks ago
Edited By Team BbsrReporters
LAST UPDATED Oct 21, 2021 06:20 PM

ଆଗାମୀ ୫ ଦିନ ଧରି ଓଡ଼ିଶାରେ କେତେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି ।

 

BBSR Reporters


ଭୁବନେଶ୍ୱର: ରାଜ୍ୟରେ ଏବେ ବି କେତକ ଅଞ୍ଚଳରେ ବର୍ଷା ଲାଗିରହିଥିବା ବେଳେ ଆଉ ଏକ ଲଘୁଚାପ ଆସିବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ୧୦ ତାରିଖରୁ ପ୍ରବଳ ବର୍ଷା ହେବାର ଆଶଙ୍କା ମଧ୍ୟ ରହିଛି । ଆଗାମୀ ୫ ଦିନ ଧରି ଓଡ଼ିଶାରେ କେତେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି । 

 

ଆଗାମୀ ୨୪ ଘଣ୍ଟା ଭିତରେ ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଖୋର୍ଦ୍ଧା, ନୟାଗଡ଼ ଓ କନ୍ଧମାଳ ଜିଲ୍ଲାରେ ବଜ୍ରପାତ ହେବାର ଆଶଙ୍କା କରାଯାଇଛି । ଏହିଛଡ଼ା ଅନ୍ୟ ଜିଲ୍ଲାରେ ମଧ୍ୟ ବଜ୍ରପାତ ହୋଇପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ।


ପାଣିପାଗ ବିଭାଗର ଆକଳନ ଅନୁସାରେ ଆସନ୍ତା ୧୦ ତାରିଖ ବେଳକୁ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଆଣ୍ଡାମାନ ସାଗରରେ ୧୦ ସୁଦ୍ଧା ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାକ୍ରମେ ଘନୀଭୂତ ହୋଇ ଦକ୍ଷିଣ ଓଡ଼ିଶା-ଉତ୍ତର ଆନ୍ଧ୍ର ଦିଗକୁ ଆସିବା ସମ୍ଭାବନା ରହିଛି ବୋଲି ସୂଚନା ଦେଇଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଗତ ୨୪ ଘଣ୍ଟା ଭିତରେ ଆଭ୍ୟନ୍ତରିଣ ଓଡ଼ିଶାରେ କେତେକ ସ୍ଥାନରେ ଘଡଘଡ଼ି ସହ ବର୍ଷା ହୋଇଛି । କାଶିନଗର, ପାଲଲହଡ଼ା ଓ ବେତନଟୀରେ ଅଧିକ ବର୍ଷା ହୋଇଛି । 

Related News
satta king tw