Top Stories

Search here...

News

୧୧ରେ ଉତ୍ତର ଓ କେନ୍ଦ୍ରୀୟ ବଙ୍ଗୋପସାଗରରେ ଆସୁଛି ଆଉ ଏକ ଲଘୁଚାପ

Posted On - 7 hours ago
Edited By Team BbsrReporters
LAST UPDATED Sep 08, 2021 04:20 PM

ଆଗାମୀ ୨ରୁ ୩ ଦିନ ମଧ୍ୟରେ ଲଘୁଚାପ କ୍ଷେତ୍ର ପଶ୍ଚିମ-ଉତ୍ତର ପଶ୍ଚିମ ଦିଗକୁ ଗତି କରିବା ସମ୍ଭାବନା ଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି ।

 

BBSR Reporters


ଭୁବନେଶ୍ୱର: ରାଜ୍ୟରେ ୱେଲମାର୍କ ଲୋ ପ୍ରେସରରେ ପ୍ରଭାବରେ ବର୍ଷା ଜାରି ରହିଥିବା ବେଳେ ଆସୁଛି ଆଉ ଏକ ଲଘୁଚାପ  । ଉତ୍ତର ଓ କେନ୍ଦ୍ରୀୟ ବଙ୍ଗୋପସାଗରରେ ଆସନ୍ତା ୧୧ ତାରିଖ ବେଳକୁ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟୁଇଟ୍ କରି ଏହି ସୂଚନା ଦିଆଯାଇଛି ।

 


ଉତ୍ତର ଆନ୍ଧ୍ର ଓ ଦକ୍ଷିଣ ଓଡ଼ିଶା ଉପକୂଳରେ ଲଘୁଚାପ ସକ୍ରିୟ ରହିଛି । ଆଗାମୀ ୨ରୁ ୩ ଦିନ ମଧ୍ୟରେ ଲଘୁଚାପ କ୍ଷେତ୍ର ପଶ୍ଚିମ-ଉତ୍ତର ପଶ୍ଚିମ ଦିଗକୁ ଗତି କରିବା ସମ୍ଭାବନା ଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି । ଏହି ସମୟରେ ସମୁଦ୍ର ଅଶାନ୍ତ ରହିବ । ଏଥିପାଇଁ ସମୁଦ୍ର ଭିତରକୁ ନ ଯିବା ପାଇଁ ମତ୍ସ୍ୟଜୀବୀଙ୍କୁ ପରାମର୍ଶ ଦିଆଯାଇଛି ।

Related News
satta king tw