Top Stories

Search here...

News

ନବୀନଙ୍କ ନୂଆ ଟିମ୍; ଶପଥ ନେଲେ ୧୩ କ୍ୟାବିନେଟ୍ ଓ ୮ ରାଷ୍ଟ୍ରମନ୍ତ୍ରୀ, ୫ ପୁରୁଣା ନେତାଙ୍କୁ କ୍ୟାବିନେଟ୍ 

Posted On - 3 minutes ago
Edited By Jyotirmayee Patanaik
LAST UPDATED Jun 05, 2022 08:23 PM

ସମୀର ରଞ୍ଜନ ଦାଶ, ଅଶ୍ୱିନୀ କୁମାର ପାତ୍ର, ପ୍ରୀତିରଞ୍ଜନ ଘଡେ଼ଇ, ଶ୍ରୀକାନ୍ତ ସାହୁ, ତୁଷାରକାନ୍ତି ବେହେରା, ରୋହିତ ପୂଜାରୀ, ରୀତା ସାହୁ ଓ ବାସନ୍ତୀ ହେମ୍ବ୍ରମ ରାଷ୍ଟ୍ରମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ।

 

BBSR Reporters

 


ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଠନ କରିଛନ୍ତି ନୂଆ ମନ୍ତ୍ରିମଣ୍ଡଳ । ଆଜି ମୋଟ ୨୧ ଜଣ ମନ୍ତ୍ରୀ ଶପଥ ନେଇଛନ୍ତି । ସେମାନଙ୍କ ମଧ୍ୟରେ ୧୩ ଜଣ କ୍ୟାବିନେଟ୍ ମନ୍ତ୍ରୀ ଥିବା ବେଳେ ୮ ଜଣ ରାଷ୍ଟ୍ରମନ୍ତ୍ରୀ  ଅଛନ୍ତି । ଲୋକସେବା ଭବନର କନ୍ଭେନ୍ସନ୍ ସେଣ୍ଟରରେ ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ୍ ସେମାନଙ୍କୁ ପଦ ଓ ଗୋପନୀୟତାର ଶପଥପାଠ କରାଇଥିଲେ ।

 

ନିରଞ୍ଜନ ପୂଜାରୀ, ରଣେନ୍ଦ୍ର ପ୍ରତାପ ସ୍ୱାଇଁ, ପ୍ରମିଳା ମଲ୍ଲିକ, ଉଷା ଦେବୀ, ପ୍ରଫୁଲ୍ଲ କୁମାର ମଲ୍ଲିକ, ପ୍ରତାପ କେଶରୀ ଦେବ, ଅତନୁ ସବ୍ୟସାଚୀ ନାୟକ, ପ୍ରଦୀପ କୁମାର ଅମାତ, ନବ କିଶୋର ଦାସ, ଅଶୋକ ଚନ୍ଦ୍ର ପଣ୍ଡା, ଟୁକୁନି ସାହୁ, ରାଜେନ୍ଦ୍ର ଢୋଲକିଆ ଓ ଜଗନ୍ନାଥ ସାରକା ଆଜି କ୍ୟାବିନେଟ୍ ମନ୍ତ୍ରୀ ଭାବେ ଶପଥ ନେଇଛନ୍ତି । ସେହିପରି ସମୀର ରଞ୍ଜନ ଦାଶ, ଅଶ୍ୱିନୀ କୁମାର ପାତ୍ର, ପ୍ରୀତିରଞ୍ଜନ ଘଡେ଼ଇ, ଶ୍ରୀକାନ୍ତ ସାହୁ, ତୁଷାରକାନ୍ତି ବେହେରା, ରୋହିତ ପୂଜାରୀ, ରୀତା ସାହୁ ଓ ବାସନ୍ତୀ ହେମ୍ବ୍ରମ ରାଷ୍ଟ୍ରମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ।

 

ନିରଞ୍ଜନ ପୂଜାରୀ, ରଣେନ୍ଦ୍ର ପ୍ରତାପ ସ୍ୱାଇଁ, ନବ କିଶୋର ଦାସ, ପ୍ରଫୁଲ୍ଲ କୁମାର ମଲ୍ଲିକ, ଟୁକୁନି ସାହୁ, ଅଶୋକ ଚନ୍ଦ୍ର ପଣ୍ଡା, ଜଗନ୍ନାଥ ସାରକା, ସମୀର ରଞ୍ଜନ ଦାଶ ଓ ତୁଷାରକାନ୍ତି ବେହେରା ପ୍ରମୁଖ ମନ୍ତ୍ରୀ ପଦ ବଜାୟ ରଖିଛନ୍ତି । ଅଶୋକ ଚନ୍ଦ୍ର ପଣ୍ଡା ଓ ଜଗନ୍ନାଥ ସାରକା ରାଷ୍ଟ୍ରମନ୍ତ୍ରୀରୁ କ୍ୟାବିନେଟ୍ ମନ୍ତ୍ରୀ ପାହ୍ୟାକୁ ପଦୋନ୍ନତି ପାଇଛନ୍ତି ।

 

ନୂଆପଡ଼ା ବିଧାୟକ ରାଜେନ୍ଦ୍ର ଢୋଲକିଆ, ସୁକିନ୍ଦା ବିଧାୟକ ପ୍ରୀତିରଞ୍ଜନ ଘଡେ଼ଇ, ରେଢ଼ାଖୋଲ ବିଧାୟକ ରୋହିତ ପୂଜାରୀ, ବିଜେପୁର ବିଧାୟକ ରୀତା ସାହୁ, ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ, ଜଳେଶ୍ୱର ବିଧାୟକ ଅଶ୍ୱିନୀ କୁମାର ପାତ୍ର ଓ କରଞ୍ଜିଆ ବିଧାୟକ ବାସନ୍ତୀ ହେମ୍ବ୍ରମ ନୂଆ ଚେହେରା ଭାବେ ମନ୍ତ୍ରିମଣ୍ଡଳରେ ସ୍ଥାନ ପାଇଛନ୍ତି । ଏମାନେ ସମସ୍ତେ ପ୍ରଥମ ଥର ମନ୍ତ୍ରୀ ହୋଇଛନ୍ତି ।

 

ସେହିପରି ପ୍ରମିଳା ମଲ୍ଲିକ, ଉଷା ଦେବୀ, ପ୍ରତାପ କେଶରୀ ଦେବ, ଅତନୁ ସବ୍ୟସାଚୀ ନାୟକ ଓ ପ୍ରଦୀପ ଅମାତଙ୍କ ଭଳି ପୁରୁଣା ଚେହେରା ନବୀନଙ୍କ ମନ୍ତ୍ରିମଣ୍ଡଳକୁ ଫେରିଛନ୍ତି । ସେମାନେ ପୂର୍ବରୁ ଭିନ୍ନ ଭିନ୍ନ ସମୟରେ ମନ୍ତ୍ରୀ ହୋଇଥିଲେ । ଅନ୍ୟପକ୍ଷରେ ପୂର୍ବ ମନ୍ତ୍ରିମଣ୍ଡଳର ସଦସ୍ୟ ପ୍ରତାପ ଜେନା, ଦିବ୍ୟଶଙ୍କର ମିଶ୍ର, ଅରୁଣ କୁମାର ସାହୁ, ଜ୍ୟୋତି ପ୍ରକାଶ ପାଣିଗ୍ରାହୀ, ପ୍ରେମାନନ୍ଦ ନାୟକ, ସୁଶାନ୍ତ ସିଂହ, ପଦ୍ମନାଭ ବେହେରା, ସୁଦାମ ମାର୍ଣ୍ଡି, ରଘୁନନ୍ଦନ ଦାସ ଓ ପଦ୍ମିନୀ ଦିଆନ ପ୍ରମୁଖ ନୂଆ ମନ୍ତ୍ରିମଣ୍ଡଳରୁ ବାଦ ପଡ଼ିଛନ୍ତି ।

Related News
satta king tw