Top Stories

Search here...

News

ବାଲୁଗାଁ ବିଜେପି ମଣ୍ଡଳ ସଭାପତିଙ୍କୁ ମାଡ଼ ମାମଲା: ଓଡ଼ିଶା ହାଇକୋର୍ଟଙ୍କ ଦ୍ୱାରସ୍ଥ ହେବେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ

Posted On - 1 week ago
Edited By Team BbsrReporters
LAST UPDATED Oct 21, 2021 07:42 PM

ବାଲୁଗାଁ ଏନଏସି ଅଫିସରେ ବିଜେପି ନେତାଙ୍କୁ ମାଡ଼ ମାରିବା ଦୃଶ୍ୟ ଭାଇରାଲ ହେବା ପରେ କାର୍ଯ୍ୟାନୁଷ୍ଠାନ ନେଇଥିଲେ ବିଜେଡି ସୁପ୍ରିମୋ, ଏବଂ ତାଙ୍କୁ ବିଜେଡିରୁ ନିଲମ୍ବିତ କରାଯାଇଥିଲା ।

 

BBSR Reporters

 

କଟକ:  ଓଡ଼ିଶା ହାଇକୋର୍ଟଙ୍କ ଦ୍ୱାରସ୍ଥ ହେବେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ l ବାଲୁଗାଁ ବିଜେପି ମଣ୍ଡଳ ସଭାପତିଙ୍କୁ ମାଡ଼ ମାମଲାରେ ନିମ୍ନ ଅଦାଲତରେ  ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କ ଜାମିନ ଆବେଦନ ଖାରଜ ହେବା ପରେ ତଳକୋର୍ଟରେ ପ୍ରଶାନ୍ତ ଆତ୍ମସମର୍ପଣ କରିଥିଲେ। ହାଇକୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ପ୍ରଶାନ୍ତ ଆତ୍ମସମର୍ପଣ କରିଥିଲେ। ତାଙ୍କ ଉପରେ ଲାଗିଛି ଏସସିଏସଟି ଆଇନ ଓ ଅପରାଧର ସଙ୍ଗୀନ ଦଫା ।

 

ସୂଚନାଯୋଗ୍ୟ, ଏହି ଘଟଣା ପରଠୁ ଫେରାର ଥିଲେ ବିଧାୟକ । ବାଲୁଗାଁ ଏନଏସି ଅଫିସରେ ବିଜେପି ନେତାଙ୍କୁ ମାଡ଼ ମାରିବା ଦୃଶ୍ୟ ଭାଇରାଲ ହେବା ପରେ କାର୍ଯ୍ୟାନୁଷ୍ଠାନ ନେଇଥିଲେ ବିଜେଡି ସୁପ୍ରିମୋ, ଏବଂ ତାଙ୍କୁ ବିଜେଡିରୁ ନିଲମ୍ବିତ କରାଯାଇଥିଲା । ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ପଦରୁ ମଧ୍ୟ ହଟାଯାଇଛି ।

 

 

ମାଡ଼ ମାରିବା ନେଇ ପ୍ରଶାନ୍ତଙ୍କ ବିରୋଧରେ ଥାନାରେ ଅଭିଯୋଗ ବି ହୋଇଥିଲା । ସେବେଠାରୁ ବିଧାୟକଙ୍କୁ ଧରିବା ନେଇ ପୁଲିସ ଚାଲିଆଡ଼େ ଚଢାଉ ଜାରି ରଖିଥିଲା । ଏପିରିକି ପ୍ରଶାନ୍ତଙ୍କ ଆଗୁଆ ଜାମିନ ଆବେଦନ ଖାରଜ ହୋଇଯାଇଥିଲା।

Related News