Top Stories

Search here...

News

୨୪ ଘଣ୍ଟା ମଧ୍ୟରେ ଓଡ଼ିଶାରେ ଝଡ଼ବର୍ଷା ସମ୍ଭାବନା, ୨୪ ଜିଲ୍ଲାରେ ପଡିବ ପ୍ରଭାବ, ବଢିବ ପବନର ବେଗ

Posted On - 6 minutes ago
Edited By Jyotirmayee Patanaik
LAST UPDATED Apr 22, 2022 06:31 PM

ଏହାକୁ ଦୃଷ୍ଟିରେ ରଖି ଏହି ୧୭ଟି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିବା ସହ କାଳବୈଶାଖୀ ସମୟରେ ପଦାକୁ ନ ବାହାରିବା ପାଇଁ ଲୋକଙ୍କୁ ପରାମର୍ଶ ଦେଇଛି ପାଣିପାଗ କେନ୍ଦ୍ର ।
 

BBSR Reporters

 

ଭୁବନେଶ୍ୱର : ରାଜ୍ୟର ଅଧିକାଂଶ ଜିଲ୍ଲାରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ କାଳବୈଶାଖୀର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଝଡ଼ବର୍ଷା, ବଜ୍ରପାତ ହେବାର ବ୍ୟାପକ ସମ୍ଭାବନା ରହିଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍ ୨୩ ତାରିଖ ଶନିବାର ଅପରାହ୍ନ ସୁଦ୍ଧା ରାଜ୍ୟର ୨୪ଟି ଜିଲ୍ଲାରେ ବଜ୍ରପାତ, ବର୍ଷା ଓ ପବନ ସହ କାଳବୈଶାଖୀର ସମ୍ଭାବନା ରହିଛି । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏନେଇ ସୂଚନା ଦିଆଯାଇଛି । 

 

୨୪ ଘଣ୍ଟା ଭିତରେ କଳାହାଣ୍ଡି, କୋରାପୁଟ, କନ୍ଧମାଳ, ରାୟଗଡ଼ା, ଗଜପତି, ବୌଦ୍ଧ, ଅନୁଗୁଳ, ଢେ଼ଙ୍କାନାଳ, ଦେବଗଡ, କେନ୍ଦୁଝର, ମୟୂରଭଂଜ, ବାଲେଶ୍ୱର, ଭଦ୍ରକ, ଯାଜପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ଓ ପବନ ସହ କୁଆପଥର ବର୍ଷା ଜନିତ କାଳବୈଶାଖୀର ସମ୍ଭାବନା ରହିଛି । ଏହି ସମୟରେ ପବନର ବେଗ ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ପର୍ଯ୍ୟନ୍ତ ରହିପାରେ । ସେହିପରି ବଲାଙ୍ଗୀର, କଳାହାଣ୍ଡି, ବୌଦ୍ଧ ଓ କନ୍ଧମାଳ ଜିଲ୍ଲାରେ ଏହି ସମୟ ମଧ୍ୟରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି । ଏହାକୁ ଦୃଷ୍ଟିରେ ରଖି ଏହି ୧୭ଟି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିବା ସହ କାଳବୈଶାଖୀ ସମୟରେ ପଦାକୁ ନ ବାହାରିବା ପାଇଁ ଲୋକଙ୍କୁ ପରାମର୍ଶ ଦେଇଛି ପାଣିପାଗ କେନ୍ଦ୍ର ।

 

ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ଓଡ଼ିଶାର ଜିଲ୍ଲାଗୁଡ଼ିକରେ ଆସନ୍ତା ୨ ଦିନ ପର୍ଯ୍ୟନ୍ତ ସର୍ବାଧିକ ତାପମାତ୍ରା ରେ ୨ରୁ ୩ ଡିଗ୍ରି ପର୍ଯ୍ୟନ୍ତ ହ୍ରାସ ହେବାର ସମ୍ଭାବନା ରହିଛି । ପରବର୍ତ୍ତୀ ୩ ଦିନ ମଧ୍ୟରେ ଦିନର ତାପମାତ୍ରା ସ୍ୱାଭାବିକ ଠାରୁ ୩ରୁ ୪ ଡିଗ୍ରି ସେଲସିୟସ ପର୍ଯ୍ୟନ୍ତ ବୃଦ୍ଧି ପାଇବାର ସମ୍ଭାବନା ରହିଛି । ଯାହାଦ୍ୱାରା ବର୍ତ୍ତମାନ ତାପମାତ୍ରା ଜନିତ କଷ୍ଟରୁ ମୁକ୍ତି ମିଳିବାର ସମ୍ଭାବନା ବହୁତ କମ ଥିବା ଜଣାପଡ଼ିଛି । ତାପମାତ୍ର ବୃଦ୍ଧି ଯୋଗୁଁ ରାଜ୍ୟର ଅଧିକାଂଶ ସ୍ଥାନରେ ପାରଦ ୪୦ ଡିଗ୍ରୀ ଉପରେ ରହିବା ସହ ଅନେକ ସ୍ଥାନରେ ଏହା ସ୍ୱାଭାବିକଠାରୁ ୨-୩ ଡିଗ୍ରୀ ପର୍ଯ୍ୟନ୍ତ ଅଧିକ ରହିବ ବୋଲି ପାଣିପାଗ କେନ୍ଦ୍ର କହିଛି । ତାପମାତ୍ରାର ସର୍ବାଧିକ ପ୍ରଭାବ ଦିନ ୧୧ ଟାରୁ ୩ ଟା ପର୍ଯ୍ୟନ୍ତ ରହୁଥିବାରୁ ଏହି ସମୟ ମଧ୍ୟରେ ବାହାରକୁ ଗଲେ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରିବାକୁ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି ।
 

Related News
satta king tw