Top Stories

Search here...

News

ପୁରୀରେ ବିଜୁ ପଟ୍ଟନାୟକ ଶିଳ୍ପ ତାଲିମ କେନ୍ଦ୍ର ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ; ବିନିଯୋଗ ହେବ ୧୮ କୋଟି ଟଙ୍କା 

Posted On - 1 week ago
Edited By Prabir Kumar
LAST UPDATED Jan 19, 2022 01:24 AM

ଦେଶର ୧୦୦ଟି ଶ୍ରେଷ୍ଠ ଆଇଟିଆଇ ମଧ୍ୟରେ ଓଡିଶାର ୧୦ଟି ଆଇଟିଆଇ ରହିଥିବାବେଳେ ବିଶ୍ୱ ନିଯୁକ୍ତି ବଜାରରେ ଓଡିଶାର ଦକ୍ଷ ଯୁବକଯୁବତୀ ମାନଙ୍କର ଚାହିଦା ବଢ଼ିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

 

BBSR Reporters

 

ଭୁବନେଶ୍ୱର:  ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍ଫେରେନ୍ସିଂ ଜରିଆରେ ପୁରୀ ଜିଲ୍ଲାର କୃଷ୍ଣପ୍ରସାଦ ବ୍ଲକ୍ରେ ବିଜୁ ପଟ୍ଟନାୟକ ଶିଳ୍ପ ତାଲିମ କେନ୍ଦ୍ରକୁ ଉଦ୍ଘାଟନ କରିଛନ୍ତି  । ୧୮ କୋଟି ଟଙ୍କା ବିନିଯୋଗରେ ନିର୍ମିତ ଏହି ଆଇଟିଆଇରେ ଇଲେକ୍ଟ୍ରିସିଆନ, ଫିଟର, ଇଲେକ୍ଟ୍ରୋନିକ୍ସ ମେକାନିକ୍ ଓ ଡ୍ରେସ ମେକିଂ ପରି ୪ଟି ଟ୍ରେଡ୍ରେ ତାଲିମ ଦେବାର ବ୍ୟବସ୍ଥା କରାଯାଇଛି । ବର୍ତ୍ତମାନ ଓ ଭବିଷ୍ୟତର ଶିଳ୍ପଗୁଡିକର ନିଯୁକ୍ତି ଚାହିଦାକୁ ଦେଖି ଏହି ତାଲିମ ବ୍ୟବସ୍ଥା କରାଯାଇଛି  । ଆଗାମୀ ଦିନରେ ଆଉ ଅଧିକ ଟ୍ରେଡରେ ତାଲିମ ଦେବାର ବ୍ୟବସ୍ଥା କରାଯିବ । ଏଥିରେ ଆଧୁନିକ ଲାବୋରେଟୋରୀ, ୱାର୍କସପ୍, ହଷ୍ଟେଲ ଆଦି ସମସ୍ତ ସୁବିଧା କରାଯାଇଛି  ।

 

ଏହି ଅବସରରେ ନିଜର ଅଭିଭାଷଣ ରଖି ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କହିଲେ ଯେ ରାଜ୍ୟରେ ଶିଳ୍ପ କ୍ଷେତ୍ରରେ ବିକାଶ ହେବା ସହିତ ଦକ୍ଷ ଯୁବକଯୁବତୀଙ୍କର ଆବଶ୍ୟକତା ମଧ୍ୟ ରହିଛି  । ଓଡିଶାରେ ଲକ୍ଷ ଲକ୍ଷ କୋଟି ଟଙ୍କାର ପୁଞ୍ଜି ବିନିଯୋଗ ହେଉଛି । ଏହାକୁ ଦୃଷ୍ଟିରେ ରଖି ରାଜ୍ୟର ପିଲାମାନଙ୍କର ଦକ୍ଷତା ବୃଦ୍ଧି ପାଇଁ ଝଳସକ୍ଷକ୍ଷରୟ ସଦ୍ଭ ଙୟସଗ୍ଦଷବ କାର୍ଯ୍ୟକ୍ରମକୁ ମିଶନ ମୋଡ୍ରେ କାର୍ଯ୍ୟକାରୀ କରାଯାଉଛି  । ଏହାଦ୍ୱାରା ବିଶ୍ୱ ନିଯୁକ୍ତି ବଜାରରେ ଓଡିଶାର ପିଲାମାନଙ୍କର ଚାହିଦା ସବୁଠାରୁ ଅଧିକ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଥିଲେ  । 

 

    ଓଡିଶାରେ ଦକ୍ଷତା ବିକାଶ କାର୍ଯ୍ୟକ୍ରମର ସଫଳତା ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ଦେଶର ୧୨ ହଜାର ଆଇଟିଆଇ ମଧ୍ୟରୁ ଶ୍ରେଷ୍ଠ ଶହେଟି ମଧ୍ୟରେ ଓଡିଶାର ୧୦ଟି ଆଇଟିଆଇ ସ୍ଥାନ ପାଇଛନ୍ତି  । ଏହା ଏକ ଗୌରବର କଥା ବୋଲି ମତବ୍ୟକ୍ତ କରି ମୁଖ୍ୟମନ୍ତ୍ରୀ ଏଥିପାଇଁ ଖୁସିବ୍ୟକ୍ତ କରିଥିଲେ  । ମୁଖ୍ୟମନ୍ତ୍ରୀ ପୁଣି କହିଥିଲେ ଯେ ଓଡିଶାର ପିଲାମାନେ ଜାତୀୟ ଓ ଆନ୍ତର୍ଜାତୀୟ ଦକ୍ଷତା ପ୍ରତିଯୋଗୀତାରେ ଉନ୍ନତ ପ୍ରଦର୍ଶନ କରି ଓଡିଶା ପାଇଁ ସୁନାମ ଆଣୁଛନ୍ତି । ଆଗାମୀ ଦିନରେ ମଧ୍ୟ ଓଡିଶାର ପିଲାମାନେ ଏଭଳି ସଫଳତାର ଧାରା ବଜାୟ ରଖିବେ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଥିଲେ  ।

 

    କାର୍ଯ୍ୟକ୍ରମରେ ଯୋଗ ଦେଇ ରାଜ୍ୟ ଯୋଜନା ବୋର୍ଡର ଉପାଧ୍ୟକ୍ଷ ଶ୍ରୀ ସଂଜୟ ଦାସବର୍ମା କହିଲେ ଯେ କୃଷ୍ଣପ୍ରସାଦ ଅଞ୍ଚଳ ଚିଲିକା ଓ ସମୁଦ୍ର ମଧ୍ୟରେ ୧୪ଟି ପଞ୍ଚାୟତର ଏକ ଦୁର୍ଗମ ଅଞ୍ଚଳ  । ମୁଖ୍ୟମନ୍ତ୍ରୀ ଏହି ଅଞ୍ଚଳର ବିକାଶ ପାଇଁ ଅନେକ ପଦକ୍ଷେପନ ନେଇଛନ୍ତି  । ଆଜି ଆଇଟିଆଇ ସ୍ଥାପନ ଦ୍ୱାରା ଏହି ଅଞ୍ଚଳରେ ଶିକ୍ଷା ଓ ତାଲିମ କ୍ଷେତ୍ରରେ ଏକ ନୂଆ ଦିଗନ୍ତ ଆରମ୍ଭ ହୋଇଛି ବୋଲି ସେ କହିଥିଲେ  । ଏହାଦ୍ୱାରା ସ୍ଥାନୀୟ ଅଞ୍ଚଳର ପିଲାମାନେ ଶିକ୍ଷା ଓ ତାଲିମ ପ୍ରତି ଆକୃଷ୍ଟ ହେବେ ବୋଲି ସେ ମତ ଦେଇଥିଲେ ଏବଂ ଏଥିପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ  ।

 

    ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ପରିଚାଳନା କରି କହିଥିଲେ ଯେ ରାଜ୍ୟରେ ଗ୍ରୀନ କ୍ୟାମ୍ପସ ପାଇଁ ମୁଖ୍ୟମନ୍ତ୍ରୀ ସବୁବେଳେ ଗୁରୁତ୍ୱ ଦେଇ ଆସିଛନ୍ତି  । ତେଣୁ ଆଇଟିଆଇ କ୍ୟାମ୍ପସରେ ଅଧିକ ଗଛ ଲଗାଇ ଏହାକୁ ସବୁଜ ସୁନ୍ଦର କରିବା ପାଇଁ ସେ ପରାମର୍ଶ ଦେଇଥିଲେ  ।    ପୁରୀ ଜିଲ୍ଲାପାଳ ଶ୍ରୀ ସମର୍ଥ ବର୍ମା ସ୍ୱାଗତ ଭାଷଣ ଦେଇଥିଲେ  । ବୈଷୟିକ ଶିକ୍ଷା ନିଦେ୍ର୍ଧଶକ ଧନ୍ୟବାଦ ଅର୍ପଣ କରିଥିଲେ  ।
 

Related News
satta king tw