Top Stories

Search here...

News

ପୂର୍ବତନ ମନ୍ତ୍ରୀ ରାମକୃଷ୍ଣ ପଟ୍ଟନାୟକଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

Posted On - 1 hour ago
Edited By Team BbsrReporters
LAST UPDATED Dec 24, 2021 04:52 PM

ପରଲୋକଗତ ଆତ୍ମାର ସଦ୍‌ଗତି କାମନା କରିବା ସହିତ ମୁଖ୍ୟମନ୍ତ୍ରୀ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇଛନ୍ତି l

 

 

BBSR Reporters

 

ଭୁବନେଶ୍ବର: ବିଶିଷ୍ଟ ରାଜନେତା ତଥା ପୂର୍ବତନ ମନ୍ତ୍ରୀ ରାମକୃଷ୍ଣ ପଟ୍ଟନାୟକଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି l ଏକ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସ୍ବର୍ଗତ ପଟ୍ଟନାୟକ ଜଣେ ଅଭିଜ୍ଞ ଜନନେତା  ଓ ପ୍ରଶାସକ ଥିଲେ l ବିଜୁ ବାବୁଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ ସେ ଜନସେବାରେ ନିଜକୁ ନିୟୋଜିତ କରିଥିଲେ  l

 

ଗଞ୍ଜାମ ଜିଲ୍ଲା ତଥା ଓଡିଶାର ବିକାଶ କ୍ଷେତ୍ରରେ ତାଙ୍କର ଗୁରୁତ୍ବପୂର୍ଣ୍ଣ ଅବଦାନ ରହିଥିଲା l ପରଲୋକଗତ ଆତ୍ମାର ସଦ୍‌ଗତି କାମନା କରିବା ସହିତ ମୁଖ୍ୟମନ୍ତ୍ରୀ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇଛନ୍ତି l

Related News
satta king tw