Top Stories

Search here...

News

ମୁଖ୍ୟମନ୍ତ୍ରୀଙ୍କ କୋଭିଡ ମୁକାବିଲା ସମୀକ୍ଷା; ନିୟମ ଅନୁପାଳନକୁ ସୁନିଶ୍ଚିତ କରିବାକୁ ନିଦେ୍ର୍ଧଶ

Posted On - 9 hours ago
Edited By Team BbsrReporters
LAST UPDATED Dec 02, 2021 05:53 AM

ସତର୍କ ରହିବା ସହିତ କଡାକଡି ଭାବରେ କୋଭିଡ ନିୟମ ପାଳନ କରିବା ପାଇଁ ଜନସାଧାରଣଙ୍କୁ ଅନୁରୋଧ କରିଛନ୍ତି ମୁଖ୍ୟମନ୍ତ୍ରୀ ।

 

BBSR Reporters

 


ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି କୋଭିଡର ସମ୍ଭାବ୍ୟ ତୃତୀୟ ଲହରର ମୁକାବିଲା ପାଇଁ ପ୍ରସ୍ତୁତି ସଂପର୍କରେ ସମୀକ୍ଷା କରିଥିଲେ  । ଏହି ଅବସରରେ ମୁଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କୁ ସତର୍କ ରହିବା ସହିତ କୋଭିଡ ନିୟମାବଳୀକୁ କଡାକଡି ଭାବରେ ପାଳନ କରିବା ଏବଂ ସରକାରଙ୍କୁ ପୂର୍ଣ୍ଣ ସହଯୋଗ ଯୋଗାଇ ଦେବା ପାଇଁ ଅନୁରୋଧ କରିଛନ୍ତି  । 

 

 

 ମୁଖ୍ୟମନ୍ତ୍ରୀ କହିଥିଲେ ଯେ କୋଭିଡର ନୂଆ ଭାରିଏଣ୍ଟର ଭୟଭୟତା ସଂପର୍କରେ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ସବୁ ଦେଶକୁ ସତର୍କ କରାଇ ଦେଇଛନ୍ତି ଏବଂ ଏହା ଗୁରୁତର ପ୍ରଭାବ ପକାଇବାର ମଧ୍ୟ ଅଶଂକା ବ୍ୟକ୍ତ କରିଛନ୍ତି  । ଗତ କିଛି ସପ୍ତାହ ହେଲା ଇରୋପରେ ସଂକ୍ରମଣ ବୃଦ୍ଧି ପାଇଛି  । ଏହି ନୂଆ ଭାରିଏଣ୍ଟ ଅଧିକ ସଂକ୍ରମଣଶୀଳ ଥିବାରୁ ଜନସାଧାରଣ ଏହାକୁ ଗୁରୁତର ସହ ନେବା ପାଇଁ ମୁଖ୍ୟମନ୍ତ୍ରୀ ସତର୍କ କରାଇ ଦେଇଥିଲେ  ।

 

 

    ମୁଖ୍ୟମନ୍ତ୍ରୀ କହିଥିଲେ ଯେ ପ୍ରଥମରୁ ହିଁ ଓଡିଶା ଏହି ମହାମୀରୀ ମୁକାବିଲା ପାଇଁ ସତର୍କତା ମୂଳକ ପଦକ୍ଷେପ ଗ୍ରହଣ କରିଆସିଛି  । ଆହ୍ୱାନମୂଳକ ପରିସ୍ଥିତି ସତ୍ତ୍ୱେ ଜନସାଧାରଣଙ୍କ ସହଯୋଗରେ ଓଡିଶା ସଫଳତାର ସହିତ ପ୍ରଥମ ଓ ଦ୍ୱିତୀୟ ଲହରୀର ମୁକାବିଲା କରିଥିଲା ଏବଂ ବର୍ତ୍ତମାନ ପରିସ୍ଥିତିର ଆମେ ମଧ୍ୟ ସଫଳ ମୁକାବିଲା କରିପାରିବା ବୋଲି ମୁଖ୍ୟମନ୍ତ୍ରୀ ଦୃଢ ଆଶାବ୍ୟକ୍ତ କରିଥିଲେ  । ଏହି ପରିପ୍ରେକ୍ଷୀରେ ଆମର କୋଭିଡ ମୁକାବିଲା ପାଇଁ ଆମର ଥିବା ପ୍ରସ୍ତୁତିକୁ ପୁଣି ଥରେ ପୁନଃ ସକ୍ରିୟ କରିବା ସହିତ ଡାକ୍ତର, ନର୍ସ, ସ୍ୱାସ୍ଥ୍ୟକର୍ମୀଙ୍କ ସମତେ ଏଥିରେ ସଂଶ୍ଲିଷ୍ଟ ସବୁ ଅଧିକାରୀ ମାନଙ୍କୁ ଜାଗତିଆର ରଖିବା ପାଇଁ ପରାମର୍ଶ ଦେଇଥିଲେ  ।

 

 

    କୋଭିଡ ନିୟମର ଯେପରି କଡାକଡି ପାଳନ କରାଯିବ, ସେଥିପ୍ରତି ସତର୍କ ପଦକ୍ଷେପ ନେବାପାଇଁ ପୋଲିସ ମହାନିଦେ୍ର୍ଧଶକଙ୍କୁ ମଧ୍ୟ ନିଦେ୍ର୍ଧଶ ଦେଇଥିଲେ  । ଏହାସହିତ ମାସ୍କ ପିନ୍ଧିବା, ହାତ ଧୋଇବା ଓ ସାମାଜିକ ଦୂରତା ରକ୍ଷା କରିବା ଆଦି କୋଭିଡ ନିୟମ ସଂପର୍କରେ ବ୍ୟାପକ ସଚେତନତା କାର୍ଯ୍ୟକ୍ରମ କରିବା ପାଇଁ ସୂଚନା ଓ ଲୋକସଂପର୍କ ବିଭାଗକୁ ନିଦେ୍ର୍ଧଶ ଦେଇଥିଲେ  ।  ପଞ୍ଚାୟତ ପ୍ରତିନିଧିଙ୍କ ଠାରୁ ଆରମ୍ଭ କରି ମିଶନ ଶକ୍ତି ଗ୍ରୁପ ପର୍ଯ୍ୟନ୍ତ ସମାଜର ସବୁ ବର୍ଗର ଲୋକଙ୍କୁ ସାମିଲ କରି ସଚେତନତା ତଥା କୋଭିଡ ନିୟମ ଅନୁପାଳନକୁ ସୁନିଶ୍ଚିତ କରିବା ପାଇଁ ଜିଲ୍ଲାପାଳ ମାନଙ୍କୁ ନିଦେ୍ର୍ଧଶ ଦେଇଥିଲେ  ।

 

 

    ଆଲୋଚନାରେ ଭାଗ ନେଇ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ମହାପାତ୍ର କହିଲେ ଯେ ରାଜ୍ୟ ସରକାରଙ୍କ ସମସ୍ତ ବିଭାଗ ପୁରାପୁରି ସତର୍କ ଅଛନ୍ତି  । କୋଭିଡ ଭିତ୍ତିଭୂମିକୁ ସୁଦୃଢ ରହିଛି ଏବଂ ତାକୁ ଆହୁରି ଅଧିକ ଜୋରଦାର କରିବା ପାଇଁ ପଦକ୍ଷେପ ନିଆଯାଉଛି  ।

  

 

 ସ୍ୱାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ରାଜ କୁମାର ଶର୍ମା କୋଭିଡ ମୁକାବିଲା ସଂପର୍କରେ ଏକ ଉପସ୍ଥାପନା ରଖିଥିଲେ  । ସେ କହିଥିଲେ ଯେ ରାଜ୍ୟରେ ବର୍ତ୍ତମାନ ଟେଷ୍ଟ ପଜିଟିଭ ହାର ମାତ୍ର ୦.୪୪ ପ୍ରତିଶତ ରହିଛି  । ଚାରୋଟି ଜିଲ୍ଲା ଖୋର୍ଦ୍ଧା, କଟକ, ସୁନ୍ଦରଗଡ ଓ ସମ୍ବଲପୁରର କିଛି ଅଂଚଳରେ ଅପେକ୍ଷାକୃତ ଅଧିକ କେସ୍ ବାହାରିଥିଲେ ମଧ୍ୟ ପରିସ୍ଥିତି ସଂପୂର୍ଣ୍ଣ ନିୟନ୍ତ୍ରଣାଧୀନ ରହିଛି  । ନୂଆ ରୋଗୀ ମାନଙ୍କର ଏରଦ୍ଭକ୍ଟଜ୍ଞର ଝରକ୍ତଙ୍କରଦ୍ଭମସଦ୍ଭଶ ପାଇଁ ମଧ୍ୟ ନମୁନା ପଠାଯାଉଛି  । ରାଜ୍ୟରେ ପ୍ରଥମ ଡୋଜ ଟୀକାକରଣ ୮୫.୬ ପ୍ରତିଶତ ଥିବାବେଳେ ଦ୍ୱିତୀୟ ଡୋଜ ଟୀକାକରଣ ୪୮.୪ ପ୍ରତିଶତ ରହିଛି, ଯାହା କି ଜାତୀୟ ହାର ଠାରୁ ଉନ୍ନତ ରହିଛି  । ଘରକୁ ଘର ବୁଲି ଟୀକାକରଣ କାର୍ଯ୍ୟକୁ ତ୍ୱରାନ୍ୱିତ କରାଯାଉଛି  ।

  

 

 ଆଲୋଚନାରେ ଭାଗ ନେଇ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ କୋଭିଡରୁ ମୁକାବିଲା ପାଇଁ ପ୍ରସ୍ତୁତିକୁ ଆହୁରି ଉନ୍ନତ କରିବା, ଙଙ୍ଘଚ୍ଚଶରଦ୍ଭ ଝଙ୍କକ୍ଟ୍ରକ୍ଟ୍ରକ୍ଷଚ୍ଚ ମଷବସଦ୍ଭକୁ ଆହୁରି ମଜବୁତ କରିବା ଏବଂ ଘରୋଇ ହସ୍ପିଟଲଗୁଡିକୁ କୋଭିଡ ଚିକିତ୍ସା ପାଇଁ ପ୍ରସ୍ତୁତି ରଖିବା ଉପରେ ଗୁରୁତ୍ୱ ଦେଇଥିଲେ  । ବୈଠକରେ ପୋଲିସ ମହାନିଦେ୍ର୍ଧଶକ ଶ୍ରୀ ଅଭୟ, ପୋଲିସ କମିଶନରଙ୍କ ସମେତ ବିଭିନ୍ନ ଜିଲ୍ଲାର ଜିଲ୍ଲାପାଳ, ମହାନଗର ନିଗମ ଗୁଡିକର କମିଶନର ଏବଂ ବରିଷ୍ଠ ଅଧିକାରୀ ମାନେ ଯୋଗ ଦେଇଥିଲେ  ।

Related News
satta king tw