Top Stories

Search here...

News

ମୁଖ୍ୟମନ୍ତ୍ରୀଙ୍କ କୋଭିଡ ସମୀକ୍ଷା; ଜୀବିକା ଉପରେ ପ୍ରଭାବ ନ ପକାଇ କଟକଣା ଜାରି କରିବାକୁ ନିଦେ୍ର୍ଧଶ

Posted On - 2 months ago
Edited By Prabir Kumar
LAST UPDATED Mar 30, 2022 04:30 AM

ଦ୍ୱିତୀୟ ଲହରୀର ସର୍ବୋଚ୍ଚ ସ୍ତରରେ ଯେତିକି ଶଯ୍ୟା ଓ ଆଇସିୟୁ ବ୍ୟବସ୍ଥା ହୋଇଥିଲା, ସେହି ପରିମାଣର ୧୦ ଦିନ ମଧ୍ୟରେ ସମସ୍ତ ସରକାରୀ, ବେସରକାରୀ ସମସ୍ତ କୋଭିଡ ହସ୍ପିଟାଲ ପ୍ରସ୍ତୁତ ରଖିବାକୁ ମୁଖ୍ୟମନ୍ତ୍ରୀଙ୍କ ନିଦେ୍ର୍ଧଶ । ସତର୍କ ରହିବା ସହିତ କୋଭିଡ ନିୟମର ଦୃଢ ଅନୁପାଳନ ପାଇଁ ଜନସାଧାରଣଙ୍କୁ ପୁଣି ନିବେଦନ କରିଛନ୍ତି ମୁଖ୍ୟମନ୍ତ୍ରୀ

 

BBSR Reporters

 

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍ଫରେନ୍ସିଂ ମାଧ୍ୟମରେ ରାଜ୍ୟର ବିଭିନ୍ନ ବିଭାଗର ମୁଖ୍ୟ ପଦାଧିକାରୀ ଓ ଜିଲ୍ଲାପାଳ ମାନଙ୍କ ସହିତ କୋଭିଡ ମୁକାବିଲା ସଂପର୍କରେ ସମୀକ୍ଷା କରି କୋଭିଡ ପ୍ରସ୍ତୁତିକୁ ତ୍ୱରାନ୍ୱିତ କରିବାକୁ ନିଦେ୍ର୍ଧଶ ଦେଇଛନ୍ତି  ।


    ଆସନ୍ତା ୧୦ ଦିନ ମଧ୍ୟରେ ରାଜ୍ୟର ସରକାରୀ ତଥା ବେସରକାରୀ ସମସ୍ତ କୋଭିଡ ହସ୍ପିଟାଲ ଗୁଡିକୁ ପ୍ରସ୍ତୁତ କରି ରଖିବାକୁ ମୁଖ୍ୟମନ୍ତ୍ରୀ ନିଦେ୍ର୍ଧଶ ଦେଇଛନ୍ତି  । ଦ୍ୱିତୀୟ ଲହରୀର ସର୍ବୋଚ୍ଚ ସ୍ତରରେ ଯେତିକି ଶଯ୍ୟା ଓ ଆଇସିୟୁର ଆବଶ୍ୟକତା ହୋଇଥିଲା, ଅତି କମ୍ରେ ସେତିକି ପରିମାଣର ଶଯ୍ୟା ଓ ଆଇସିୟୁ ପ୍ରସ୍ତୁତ କରି ରଖିବା ପାଇଁ ସେ ନିଦେ୍ର୍ଧଶ ଦେଇଛନ୍ତି  । 

 

    ଜନସାଧାରଣଙ୍କ ଟୀକାକରଣ ଲକ୍ଷ୍ୟ ପୂରଣ ପାଇଁ କ୍ୟାମ୍ପେନ ମୋଡ୍ରେ କାମ କରିବା ପାଇଁ ପରାମର୍ଶ ଦେଇ ମୁଖ୍ୟମନ୍ତ୍ରୀ ୧୫ ରୁ ୧୮ ବର୍ଷ ବର୍ଗର ପିଲାମାନଙ୍କ ଟୀକାକରଣ ଉପରେ ପ୍ରାଥମିକତା ଦେବାକୁ ନିଦେ୍ର୍ଧଶ ଦେଇଥିଲେ  ।  ଭୂତାଣୁ ସଂକ୍ରମଣକୁ କମ୍ କରିବା ପାଇଁ ଆମକୁ ଉଚିତ ମାତ୍ରାରେ କଟକଣା ଜାରି କରିବାକୁ ପଡିବ । ତେବେ ଏଥିରେ ଯେପରି ଜନସାଧାରଣଙ୍କର ଜୀବିକା ଉପରେ କୌଣସି ପ୍ରଭାବ ନ ପଡେ, ସେଥିପ୍ରତି ଧ୍ୟାନ ଦେବାକୁ ମଧ୍ୟ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ  ।

 

    ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସାରା ଦେଶରେ ଓମିକ୍ରନ୍ ଭାରିଆଣ୍ଟ ଦ୍ରୁତ ଗତିରେ ସଂକ୍ରମଣ କରୁଛି  । ଅଳ୍ପ ଦିନ ମଧ୍ୟରେ ରୋଗୀଙ୍କ ସଂଖ୍ୟା ଦୁଇ ଗୁଣ ହୋଇଯାଉଛି  । ଦେଶରେ ଖୁବ ଶୀଘ୍ର ଲକ୍ଷ ଲକ୍ଷ ସଂଖ୍ୟାରେ କୋଭିଡ ରୋଗୀ ସଂକ୍ରମଣ ଦେଖା ଦେଇପାରେ । ଓଡିଶାରେ ମଧ୍ୟ ଓମିକ୍ରନ ରୋଗୀଙ୍କ ସଂଖ୍ୟା ବଢିବା ଆରମ୍ଭ ହୋଇଛି । ତେଣୁ ଜନସାଧାରଣଙ୍କୁ ବିଶେଷ ଅସୁବିଧାରେ ନ ପକାଇ କୋଭିଡର ଉତ୍ତମ ପରିଚାଳନା ପାଇଁ ଆମକୁ ତୁରନ୍ତ ପଦକ୍ଷେପ ନେବାକୁ ପଡିବ ବୋଲି ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇ କହିଥିଲେ  ।

 

    ଗତ ସପ୍ତାହ ସମୀକ୍ଷା ବୈଠକରେ କେତେକ ପ୍ରସ୍ତୁତିକୁ ଯୁଦ୍ଧକାଳୀନ ଭିତ୍ତିରେ କାର୍ଯ୍ୟକାରୀ କରିବାପାଇଁ ନିଷ୍ପତ୍ତି ହୋଇଥିଲା ବୋଲି ପ୍ରକାଶ କରି ଏଗୁଡିକର କାର୍ଯ୍ୟାନ୍ୱୟନ ପାଇଁ ମୁଖ୍ୟ ଶାସନ ସଚିବ ପ୍ରତିଦିନ ସମୀକ୍ଷା ବୈଠକ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ  ।

 

    ଗତ ଲହରୀ ସମୟରେ ଅକ୍ସିଜେନ ପରିଚାଳନା, ସୂଚନା ଅଭିଯାନ, ଟ୍ରେନିଂ ମଡ୍ୟୁଲ ଆଦି ବ୍ୟବସ୍ଥା କରିବା ପାଇଁ ବରିଷ୍ଠ ଅଧିକାରୀମାନଙ୍କୁ ଦାୟିତ୍ୱ ଦିଆଯାଇଥିଲା । ବର୍ତ୍ତମାନ ପୁଣି ଅଧିକାରୀ ମାନଙ୍କର ବିଭିନ୍ନ ମନିଟରିଂ ଗ୍ରୁପ ଓ ଜିଲ୍ଲାସ୍ତରୀୟ ଅବ୍ଜରଭର ବ୍ୟବସ୍ଥା କୁ ପୁନଃ କାର୍ଯ୍ୟକ୍ଷମ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି । ଯେହେତୁ ଏହି ଲହରୀରେ ସଂକ୍ରମଣ ଦ୍ରୁତ ଗତିରେ ବ୍ୟାପିବାର ସମ୍ଭାବନା ରହିଛି, ତେଣୁ ସବୁ ବ୍ୟବସ୍ଥା ତୁରନ୍ତ କାର୍ଯ୍ୟକାରୀ କରିବାର ଆବଶ୍ୟକତା ଅଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।   ସତର୍କ ରହିବା ସହିତ ସମସ୍ତ କୋଭିଡ ନିୟମକୁ ପାଳନ କରିବା ଏବଂ ଦାୟିତ୍ୱରେ ଥିବ ଅଧିକାରୀ ମାନଙ୍କୁ ସହଯୋଗ କରିବା ପାଇଁ ମୁଖ୍ୟମନ୍ତ୍ରୀ ଜନସାଧାରଣ ଙ୍କୁ ନିବେଦନ କରିଥିଲେ  ।

 

    ବୈଠକରେ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର କହିଥିଲେ ଯେ ମୁଖ୍ୟମନ୍ତ୍ରୀଙ୍କ ନିଦେ୍ର୍ଧଶ ଅନୁଯାୟୀ ପଦକ୍ଷେପ ନେବା ପାଇଁ ସମସ୍ତ ସଂପୃକ୍ତ ପଦାଧିକାରୀ ଓ ଜିଲ୍ଲାପାଳ ମାନଙ୍କୁ ନିଦେ୍ର୍ଧଶ ଦିଆଯିବ । ବରିଷ୍ଠ ଅଧିକାରୀମାନେ ଜିଲ୍ଲାକୁ ଗସ୍ତ କରି ଜିଲ୍ଲାସ୍ତରରେ ପରିସ୍ଥିତିର ସମୀକ୍ଷା କରି ଆବଶ୍ୟକ ପଦକ୍ଷେପ ନେବା ପାଇଁ ବ୍ୟବସ୍ଥା କରିବେ ବୋଲି ସେ କହିଥିଲେ  ।

 

    ସ୍ୱାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ଆର୍.କେ. ଶର୍ମା ରାଜ୍ୟ ସରକାରଙ୍କ ପ୍ରସ୍ତୁତି ସଂପର୍କରେ ଏକ ଉପସ୍ଥାପନା ରଖିଥିଲେ  । ସେ କହିଥିଲେ ଯେ ଓଡିଶାରେ ଓମିକ୍ରନର ସଂକ୍ରମଣ ସଂପର୍କରେ ସତର୍କ ଦୃଷ୍ଟି ରଖାଯାଇଛି ଏବଂ ବିଦେଶାଗତ ଲୋକମାନଙ୍କର ନିୟମିତ ପରୀକ୍ଷା କରାଯାଉଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଖୁବଶୀଘ୍ର ଚିକିତ୍ସା ପ୍ରୋଟୋକଲ (ଞକ୍ସରବଗ୍ଧଜ୍ଞରଦ୍ଭଗ୍ଧ ଚକ୍ସକ୍ଟଗ୍ଧକ୍ଟମକ୍ଟକ୍ଷ) ପ୍ରସ୍ତୁତ କରାଯିବ ବୋଲି ସେ ସୂଚନା ଦେଇଥିଲେ  । ରାଜ୍ୟର ବିଭିନ୍ନ ଜିଲ୍ଲାଗୁଡିକରେ ଆବଶ୍ୟକ ପରିମାଣର ଔଷଧ, ଶଯ୍ୟା ଓ ଅକ୍ସିଜେନ ମହଜୁଦ ରହିଛି ବୋଲି ସେ କହିଥିଲେ ।

 

    ପୋଲିସ ଡିଜି ଶ୍ରୀ ସୁନିଲ ବଂଶଲ ରାଜ୍ୟରେ ଲୋକଙ୍କ ସହଯୋଗରେ କଟକଣା ଗୁଡିକର ଅନୁପାଳନ କରାଯାଉଛି ଓ ଆଗାମୀ ଦିନରେ ଏହାକୁ ଆହୁରି ଜୋରଦାର କରାଯିବ ବୋଲି ସେ କହିଥିଲେ  ।  ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ ଆଲୋଚନାରେ ଅଂଶଗ୍ରହଣ କରି କୋଭିଡ କଟକଣା ପାଳନ ସମୟରେ ଘର ଭିତର ଓ ବାହାର (ଓଦ୍ଭୟକ୍ଟକ୍ଟକ୍ସ ଓ ଙଙ୍କଗ୍ଧୟକ୍ଟକ୍ଟକ୍ସ)ରେ ଲୋକଙ୍କ ଭିଡ ଉପରେ ନଜର ରଖିବା ପାଇଁ ମତ ଦେଇଥିଲେ । ଯେଉଁ ପଦକ୍ଷପ ଦ୍ୱାରା କୋଭିଡ ସଂକ୍ରମଣର ନିୟନ୍ତ୍ରଣ ହୋଇପାରିବ, ତା ଉପରେ ଧ୍ୟାନ ଦେବାକୁ ସେ କହିଥିଲେ  ।


    ବୈଠକରେ ସୁନ୍ଦରଗଡ, ବଲାଙ୍ଗୀର, ଗଞ୍ଜାମ ଓ ବାଲେଶ୍ୱର ଜିଲ୍ଲାର ଜିଲ୍ଲାପାଳ ତଥା ବିଏମସି ଓ ସିଏମସିର କମିଶନର ମାନେ ସେମାନଙ୍କ ଅଞ୍ଚଳରେ ନିଆଯାଉଥିବା ବିଭିନ୍ନ ପଦକ୍ଷପ ଓ ପ୍ରସ୍ତୁତି ସଂପର୍କରେ ସୂଚନା ଦେଇଥିଲେ  ।ବୈଠକରେ ବିଭିନ୍ନ ବିଭାଗର ପ୍ରମୁଖ ସଚିବ ଓ ସଚିବ ମାନେ ଯୋଗ ଦେଇଥିଲେ  ।
 

Related News
satta king tw