Top Stories

Search here...

News

ଅତିରିକ୍ତ ଏସ୍.ପି ତ୍ରିନାଥ ମିଶ୍ରଙ୍କୁ ବାଧ୍ୟତାମୂଳକ ଅବସର; ଏପର୍ଯ୍ୟନ୍ତ ୧୫୨ ଅଧିକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ

Posted On - 6 minutes ago
Edited By Prabir Kumar
LAST UPDATED Feb 21, 2022 09:05 PM

ବିଭିନ୍ନ ସ୍ତରରୁ ଅଭିଯୋଗ ଆସିବା ପରେ ତ୍ରିନାଥଙ୍କ ପାଖରୁ ସମୁଦାୟ ପ୍ରାୟ ୯ କୋଟି ଟଙ୍କାର ସ୍ଥାବର ଓ ଅସ୍ଥାବର ସମ୍ପତ୍ତି ମିଳିଥିଲା ।    

 

BBSR Reporters

 

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ସାଧାରଣ ଜୀବନରେ କ୍ଷେତ୍ରରେ ଉଚ୍ଚ ନୈତିକତା ଓ ସାଧୁତା ବଜାୟ ରଖିବା ଉପରେ ସବୁବେଳେ ଗୁରୁତ୍ୱ ଦେଇଆସିଛନ୍ତି । ଅପାରଗ ତଥା ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୁଦ୍ଧରେ ସବୁବେଳେ ଶୂନ୍ୟ ସହିଷ୍ଣୁତା ଆଭିମୁଖ୍ୟ ଉପରେ ଜୋର ଦେଇଆସିଛନ୍ତି  । ଜନସାଧାରଣଙ୍କୁ ସ୍ୱଚ୍ଛ, ଦକ୍ଷ ଏବଂ ଉତ୍ତରଦାୟୀ ପ୍ରଶାସନ ମାଧ୍ୟମରେ ସେବା ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିରନ୍ତର ପ୍ରଚେଷ୍ଟା ଜାରି ରଖିଛନ୍ତି ।

 

ରାଜ୍ୟ ସରକାରଙ୍କ ଏହି ଆଭିମୁଖ୍ୟ ଅନୁଯାୟୀ ଏବେ କଟକ ତୁଳସୀପୁରସ୍ଥିତ ଅତିରିକ୍ତ ଏସ୍.ପି (ଯୋଗାଯୋଗ) ଶ୍ରୀ ତ୍ରିନାଥ ମିଶ୍ରଙ୍କୁ ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଚାକିରୀରୁ ବାଧ୍ୟତାମୂଳକ ଅବସର ଦିଆଯାଇଛି  । ବିଭିନ୍ନ ସ୍ତରରୁ ଅଭିଯୋଗ ଆସିବା ପରେ କଟକ, ଖୋର୍ଦ୍ଧା, ଯାଜପୁର, ଜଗତସିଂହପୁର ଓ ନବରଂଗପୁର ଆଦି ଜିଲ୍ଲାର ୧୧ଟି ସ୍ଥାନରେ ଥିବା ତାଙ୍କର ବିଭିନ୍ନ ସମ୍ପତ୍ତି ଉପରେ ଏକାସମୟରେ ତଲାସୀ କରାଯାଇଥିଲା  । ଏହି ତଲାସୀରୁ ବିପୁଳ ପରିମାଣରେ ସମ୍ପତ୍ତି ଥିବାର ଜଣାଯାଇଥିଲା  । ତାଙ୍କ ପାଖରୁ ସମୁଦାୟ ପ୍ରାୟ ୯ କୋଟି ଟଙ୍କାର ସ୍ଥାବର ଓ ଅସ୍ଥାବର ସମ୍ପତ୍ତି ମିଳିଥିଲା ।    

 

 ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ୧୫୨ ଜଣ ଅଧିକାରୀଙ୍କୁ ଚାକିରୀରୁ ବହିଷ୍କାର ବା ବାଧ୍ୟତାମୂଳକ ଅବସର ଦିଆଯାଇଛି ।  ଦୁର୍ନୀତି ଅଭିଯୋଗରେ ବାଧ୍ୟତାମୂଳକ ଅବସର ଦିଆଯିବାରେ ଶ୍ରୀ ମିଶ୍ର ହେଉଛନ୍ତି ଅନ୍ୟତମ ବରିଷ୍ଠ ଅଧିକାରୀ  ।


 

Related News
satta king tw