Top Stories

Search here...

News

ମନ୍ତ୍ରୀଙ୍କ ଇସ୍ତଫା ଓ ସିବିଆଇ ତଦନ୍ତ ଦାବିରେ ରାଜ୍ୟପାଳଙ୍କୁ ସ୍ମାରକ ପତ୍ର ପ୍ରଦାନ ଦେଲ କଂଗ୍ରେସ

Posted On - 1 month ago
Edited By Prabir Kumar
LAST UPDATED Dec 01, 2021 11:42 PM

କଳାହାଣ୍ଡି ଜିଲ୍ଲା ଅନ୍ତର୍ଗତ ମହାଲିଙ୍ଗ ସନସାଇନ୍ ପ୍ଲବିକ ସ୍କୁଲ ଅଧ୍ୟକ୍ଷା ମମିତା ମେହେରଙ୍କ ହତ୍ୟା ଘଟଣାରେ କଂଟାବାଞ୍ଜି ବିଧାୟକ ଶ୍ରୀ ସନ୍ତୋଷ ସିଂ ସାଲୁଜାଙ୍କ ନେତୃତ୍ୱରେ ଏକ ପ୍ରତିନିଧି ମଣ୍ଡଳୀ ରାଜଭବନ ଠାରେ ମହାମହିମ ରାଜ୍ୟପାଳଙ୍କୁ ଭେଟି ଏକ ସ୍ମାରକ ପତ୍ର ପ୍ରଦାନ କରିଛନ୍ତି ।

 

BBSR Reporters


ଭୁବନେଶ୍ୱର:  କଳାହାଣ୍ଡି ଜିଲ୍ଲା ଅନ୍ତର୍ଗତ ମହାଲିଙ୍ଗ ସନସାଇନ୍ ପ୍ଲବିକ ସ୍କୁଲ ଅଧ୍ୟକ୍ଷା ମମିତା ମେହେରଙ୍କ ହତ୍ୟା ଘଟଣାରେ ରାଜ୍ୟ ସରକାର ସଂପୂର୍ଣ୍ଣ ଉଦାସୀନ । ଉକ୍ତ ଘଟଣାରେ ସ୍କୁଲର ସଭାପତି ଗୋବିନ୍ଦ ସାହୁ ପୋଲିସ୍ ହେପାଜତରୁ ଫେରାର ହେବା ଓ ପୁଣି ଗିରଫ ହେବା, ଗୃହ ରାଷ୍ଟ୍ରମନ୍ତ୍ରୀ ଶ୍ରୀ ଦିବ୍ୟଶଙ୍କର ମିଶ୍ର ସଂପୃକ୍ତି ଏହି ଘଟଣାକୁ ସନେ୍ଦହ ଘେରକୁ ଟାଣିନେଇଛି । ଏ ସଂପର୍କରେ ଆଜି ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ କଂଟାବାଞ୍ଜି ବିଧାୟକ ଶ୍ରୀ ସନ୍ତୋଷ ସିଂ ସାଲୁଜାଙ୍କ ନେତୃତ୍ୱରେ ଏକ ପ୍ରତିନିଧି ମଣ୍ଡଳୀ ରାଜଭବନ ଠାରେ ମହାମହିମ ରାଜ୍ୟପାଳଙ୍କୁ ଭେଟି ଏକ ସ୍ମାରକ ପତ୍ର ପ୍ରଦାନ କରିଥିଲେ ।

 

ଏହା ଏକ ସ୍ପର୍ଶକାତର ଘଟଣା ହୋଇଥିବାରୁ ଏବଂ ପ୍ରଶାସନର ଚାପ ଏଡାଇବା ନିମନ୍ତେ ମାନ୍ୟବର ସୁପ୍ରିମକୋର୍ଟଙ୍କ ତତ୍ୱାବଧାନରେ ସିବିଆଇ ତଦନ୍ତ କରାଯିବାକୁ କଂଗ୍ରେସ ଦଳ ଦାବି କରିଛି । ମନ୍ତ୍ରୀ ଶ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କୁ ମନ୍ତ୍ରୀମଣ୍ଡଳରୁ ବରଖାସ୍ତ କରିବା ଓ ଦୋଷୀଙ୍କ ବିରୁଦ୍ଧରେ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇ ପାରିଲେ ପୀଡ଼ିତା ପରିବାର ନ୍ୟାୟ ପାଇପାରିବେ ବୋଲି ମାନ୍ୟବ    ର ରାଜ୍ୟପାଳଙ୍କୁ ଏହି ଘଟଣାରେ ହସ୍ତକ୍ଷେପ କରିବାକୁ ପ୍ରତିନିଧି ଦଳ ସ୍ମାରକପତ୍ର ମାଧ୍ୟମରେ ଅନୁରୋଧ କରିଥିଲେ ।  

 

ସମସ୍ତ ଘଟଣା ଶୁଣିବା ପରେ ରାଜ୍ୟପାଳ ଏ ସଂପର୍କରେ ବିହୀତ ପଦକ୍ଷେପ ନେବେ ବୋଲି ପ୍ରତିନିଧି ମଣ୍ଡଳୀଙ୍କୁ ପ୍ରତିଶ୍ରୁତି ଦେଇଥିଲେ । ଏହି କଂଗ୍ରେସ ପ୍ରତିନିଧି ମଣ୍ଡଳୀରେ ଅନ୍ୟମାନଙ୍କ ମଧ୍ୟରେ ପଂଚାନନ କାନୁନଗୋ, ବିଶ୍ୱଜିତ ଦାଶ, ମନୋରଞ୍ଜନ ଦାଶ, ସତ୍ୟ ପ୍ରକାଶ ନାୟକ, ୟାସିର ନୱାଜ, ଦୀପକ କୁମାର ମହାପାତ୍ର ଓ ପ୍ରତିମା ମଲ୍ଲିକ ପ୍ରମୁଖ ଉପସ୍ଥିତ ଥିଲେ । 
 

Related News
satta king tw