Top Stories

Search here...

News

ଦେଶରୁ ନୂଆ ୪୪,୨୩୦ ସଂକ୍ରମିତ ଚିହ୍ନଟ; ଆଉ ୫୫୫ ଜୀବନ ନେଲା କରୋନା

Posted On - 1 month ago
Edited By Team BbsrReporters
LAST UPDATED Sep 19, 2021 06:03 PM

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସୁଦ୍ଧା ମୋଟ ୪୫,୬୦,୩୩,୭୫୪ଜଣ ହିତାଧିକାରୀଙ୍କୁ ଟିକା ଦିଆଯାଇଛି ।

 

BBSR Reporters


ନୂଆଦିଲ୍ଲୀ: ଦେଶରେ କରୋନା ସଂକ୍ରମଣ ବିଗତ ସପ୍ତାହ ଧରି ସ୍ଥିର ରହିଛି । ବିଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୪୪ ହଜାରରୁ ଅଧିକ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ୟ ୫୦୦ ରୁ ଅଧିକ ରହିଛି । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଦେଶରେ ୨୪ ଘଣ୍ଟା ମଧ୍ୟରେ ୪୪,୨୩୦ ନୂତନ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ  ୫୫୫ ମୃତ୍ୟୁ ରେକର୍ଡ କରାଯାଇଛି ।

 

 ଏହାକୁ  ମିଶାଇ ଭାରତରେ ସମୁଦାୟ କୋଭିଡ୍ ସଂକ୍ରମଣ ମାମଲା ୩୧,୫୭୨,୩୪୪ ଓ ମୃତ୍ୟୁସଂଖ୍ୟା ୪,୨୩,୨୧୭ରେ ପହଞ୍ଚିଛି । ଗତ ୨୪ ଘଣ୍ଟା ମଧ୍ୟରେ ୪୨,୬୩୦ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତାସଂଖ୍ୟା ୩,୦୭,୪୩,୯୭୨ରେ ପହଞ୍ଚିଛି । ଏବେ ଦେଶରେ ମୋଟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୪,୦୫,୧୫୫ ।

 

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସୁଦ୍ଧା ମୋଟ ୪୫,୬୦,୩୩,୭୫୪ଜଣ ହିତାଧିକାରୀଙ୍କୁ ଟିକା ଦିଆଯାଇଛି । ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ଜୁଲାଇ ୨୯ ତାରିଖ ସୁଦ୍ଧା ମୋଟ ୪୬,୪୬,୫୦,୭୨୩ ନମୁନା ପରୀକ୍ଷା ସରିଛି । 
 
 

Related News