Top Stories

Search here...

News

୨୦ ହଜାର ତଳକୁ ଖସିଲା ସଂକ୍ରମଣ; ମୃତ୍ୟୁସଂଖ୍ୟା ୨୧୪

Posted On - 1 minute ago
Edited By Team BbsrReporters
LAST UPDATED Oct 10, 2021 11:02 AM

ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩,୩୯,୫୩,୪୭୫ରେ ପହଞ୍ଚିଛି ।

 

BBSR Reporters

 

ନୂଆଦିଲ୍ଲୀ: ଦେଶରେ କରୋନା ସଂକ୍ରମଣ କମୁଥିବା ବେଳେ  ଆଜି ଦୈନିକ ସଂକ୍ରମଣ ସଂଖ୍ୟା ୨୦ ହଜାରରରୁ କମ ରହିଛି । ସେହିପରି ମୃତ୍ୟୁସଂଖ୍ୟା ମଧ୍ୟ ଦୁଇ ଶହରୁ ସାମାନ୍ୟ ଅଧିକ ରହିଛି । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୮,୧୬୬ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୨୧୪ ମୃତ୍ୟୁ ରେକର୍ଡ କରାଯାଇଛି ।


ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩,୩୯,୫୩,୪୭୫ରେ ପହଞ୍ଚିଛି । ଗତ ୨୪ ଘଣ୍ଟାରେ ହୋଇଥିବା ୨୧୪ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୪,୫୦,୫୮୯ରେ ପହଞ୍ଚିଛି ।

 

ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୨୩,୬୨୪ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୩,୩୨,୭୧,୯୧୫ । ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୨,୩୦,୯୭୧ ।

 

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୯୪,୭୦,୧୦,୧୭୫ ହିତାଧିକାରୀଙ୍କୁ ଟିକା ଦିଆଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୬୬,୮୫,୪୧୫ ଟିକା ।

Related News
satta king tw