Top Stories

Search here...

News

କମୁଛି ସଂକ୍ରମଣ ରାଜ୍ୟରୁ ନୂଆ ୪୨୮  ସଂକ୍ରମିତ ଚିହ୍ନଟ

Posted On - 1 month ago
Edited By Team BbsrReporters
LAST UPDATED Oct 19, 2021 06:26 PM

ସଂକ୍ରମିତଙ୍କ ୧୮ ବର୍ଷରୁ କମ୍ ବୟସ୍କ ୫୫ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି ।

 

BBSR Reporters


ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣ ଧିରେ ଧିରେ କମୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରୁ ୪୨୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୨୫୨ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମିତ ୧୭୬ ଜଣ  । ସଂକ୍ରମିତଙ୍କ ୧୮ ବର୍ଷରୁ କମ୍ ବୟସ୍କ ୫୫ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି । 

 

ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୭୯ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୫ ଜଣ, ବାଲେଶ୍ୱରରୁ ୧୮ ଜଣ, ବରଗଡ଼ରୁ ୩ ଜଣ, ଭଦ୍ରକରୁ ୧୦ ଜଣ, କଟକରୁ ୪୬ ଜଣ, ଦେବଗଡ଼ରୁ ୪ ଜଣ, ଢେଙ୍କାନାଳରୁ ୩ ଜଣ, ଜଣ, ଗଜପତିରୁ ୧ ଜଣ, ଗଞ୍ଜାମରୁ ୪ ଜଣ, ଜଗତସିଂହପୁରରୁ ୨୦ ଜଣ, ଯାଜପୁରରୁ ୨୧ ଜଣ, କେନ୍ଦ୍ରାପଡ଼ାରୁ ୮ ଜଣ, କେଉଁଝରରୁ ୧ ଜଣ, ଖୋର୍ଦ୍ଧାରୁ ୧୭୯ ଜଣ, ମାଲକାନଗିରିରୁ ୧ ଜଣ, ମୟୁରଭଞ୍ଜରୁ ୧୮ ଜଣ, ନୟାଗଡ଼ରୁ ୮ ଜଣ, ନୂଆପଡ଼ାରୁ ୪ ଜଣ, ପୁରୀରୁ ୧୫ ଜଣ, ରାୟଗଡ଼ାରୁ ୪ ଜଣ, ସମ୍ୱଲପୁରରୁ ୯ ଜଣ, ସୁନ୍ଦରଗଡ଼ରୁ ୬ ଜଣ ଓ ଷ୍ଟେଟ ପୁଲରୁ ୪୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।


ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦, ୧୭, ୨୬୧ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏବେ ବି ୬୨୯୦ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି । ସଂକ୍ରମଣକୁ ରୋକିବା ପାଇଁ ଜନଗହଳୀପୂର୍ଣ୍ଣ ସ୍ଥାନରେ ସାମାଜିକ ଦୂରତା ବଜାୟୀ ରଖିବାକୁ ସରକାର ନିଦେ୍ର୍ଧଶ ଦେଇଛନ୍ତି ।
 

Related News