Top Stories

Search here...

News

ପୁଣି ବଢିଲା ସଂକ୍ରମଣ; ରାଜ୍ୟରୁ ନୂଆ ୬୨୮ ପଜିଟିଭ ଚିହ୍ନଟ

Posted On - 1 month ago
Edited By Team BbsrReporters
LAST UPDATED Oct 21, 2021 09:14 PM

କରୋନା ସଂକ୍ରମଣରେ ଆଉ ୪ ଜଣଙ୍କ ଜୀବନ ଯାଇଛି । ଏଥିସହିତ୧୮ ବର୍ଷରୁ କମ୍ ବର୍ଗର ୯୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

 

BBSR Reporters


ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣ କମୁଥିବା ବେଳେ ପୁଣି ସଂକ୍ରମଣ ବୃଦ୍ଧି ପାଉଥିବା ଦେଖିବାକୁ ମିଳିଛି । ବିଗତ ୨୪ ଘଣ୍ଟାରେ ରାଜ୍ୟରେ ୬୨୮ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବର୍ଗର ୯୬ ଜଣ ଅଛନ୍ତି । ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୩୬୭ ଜଣ କ୍ୱାରେଣ୍ଟାଇନରୁ ଚିହ୍ନଟ ହୋଇଥିବା ବେଳେ ବାକି ୨୬୧ଟି ହେଉଛି ଲୋକାଲ୍ କେସ୍ । 

 

ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୯୧ ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଅନୁଗୋଳ ଜିଲ୍ଲାରୁ ୫, ବାଲେଶ୍ୱରରୁ ୨୨, ବରଗଡ଼ରୁ ୭, ଭଦ୍ରକରୁ ୭, ବଲାଙ୍ଗିରରୁ ଜଣେ, କଟକରୁ ୭୨, ଦେବଗଡ଼ରୁ ଜଣେ, ଢେଙ୍କାନାଳରୁ ୫, ଗଜପତିରୁ ୨, ଗଞ୍ଜାମରୁ ଜଣେ, ଜଗତସିଂହପୁରରୁ ୩, କେନ୍ଦ୍ରାପଡ଼ାରୁ ୯, କେନ୍ଦୁଝରରୁ ୨, କୋରାପୁଟରୁ ୧୬, ମୟୂରଭଞ୍ଜରୁ ୨୨, ନୟାଗଡ଼ରୁ ୭, ପୁରୀରୁ ୯, ରାୟଗଡ଼ାରୁ ୪, ସମ୍ବଲପୁରରୁ ୮, ସୁନ୍ଦରଗଡ଼ରୁ ୨୩ ଓ ଷ୍ଟେଟ ପୁଲ୍ରୁ ୬୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

 

ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ସମୁଦାୟ କରୋନା ପଜିଟିଭି ସଂଖ୍ୟା ୧୦,୧୮,୯୨୬ ରେ ପହଞ୍ଚିଛି । ସେମାନଙ୍କ ମଧ୍ୟରୁ ୧୦,୦୪,୮୪୫ଜଣ ସୁସ୍ଥ ହୋଇ ସାରିଲେଣି । ଏବେ  ୫,୯୦୬ ଜଣ ଚିକିତ୍ସାଧୀନ ରହିଛନ୍ତି ।

 

ଏପଟେ କରୋନାରେ ୪ ଜଣ ପ୍ରାଣ ହରାଇଛନ୍ତି । ଏଥି ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮,୧୨୨ କୁ ବୃଦ୍ଧି ପାଇଛି ।  ୪ ମୃତକଙ୍କ ମଧ୍ୟରୁ କଟକ, ଖୋର୍ଦ୍ଧା, ଭଦ୍ରକ ଓ ଜଗତସିଂହପୁରରୁ ଜଣେ ଲେଖାଏଁ ଅଛନ୍ତି । 
 

Related News