Top Stories

Search here...

News

ପୁଣି ବଢୁଛି ସଂକ୍ରମଣ; ରାଜ୍ୟରେ ୫୨୪ କରୋନା ପଜିଟିଭ୍ ଚିହ୍ନଟ

Posted On - 1 minute ago
Edited By Prabir Kumar
LAST UPDATED Oct 21, 2021 11:10 AM

ଆକ୍ରାନ୍ତଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍ ବୟସ୍କ ୮୨ ଜଣ ଶିଶୁ  କରୋନା ପଜିଟିଭ ଅଛନ୍ତି । 

 

BBSR Reporters

 

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକମ୍ରଣ ପୁଣି ବଢିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୨୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୩୦୮ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ ୨୧୬ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୮୨ ଜଣ ଶିଶୁ  କରୋନା ପଜିଟିଭ ଅଛନ୍ତି । 

 


ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୫୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଅନୁଗୁଳରୁ ୪ ଜଣ, ବାଲେଶ୍ୱରରୁ ୧୪ ଜଣ, ବରଗଡ଼ରୁ ୨ ଜଣ, ଭଦ୍ରକରୁ ୮ ଜଣ, ବଲାଙ୍ଗୀରରୁ ୧ ଜଣ, ବୌଦ୍ଧରୁ ୨ ଜଣ, କଟକରୁ ୬୬ଜଣ, ଦେବଗଡ଼ରୁ ୨ ଜଣ, ଢେଙ୍କାନାଳରୁ ୪ ଜଣ, ଗଞ୍ଜାମରୁ ୧ ଜଣ, ଜଗତସିଂହପୁରରୁ ୧୬ ଜଣ, ଯାଜପୁରରୁ ୧୦ ଜଣ, କେନ୍ଦ୍ରାପଡ଼ାରୁ ୧ ଜଣ, କନ୍ଧମାଳରୁ ୧ ଜଣ, କୋରାପୁଟରୁ ୩ ଜଣ, ମୟୂରଭଞ୍ଜରୁ ୨୧ ଜଣ, ନବରଙ୍ଗପୁରରୁ ୧ ଜଣ, ନୟାଗଡ଼ରୁ ୫ ଜଣ, ପୁରୀରୁ ୧୧ ଜଣ, ରାୟଗଡ଼ାରୁ ୧ ଜଣ, ସମ୍ୱଲପୁରରୁ ୧୨ ଜଣ, ସୁନ୍ଦରଗଡ଼ରୁ ୧୯ ଜଣ ଓ ଷ୍ଟେଟ ପୁଲରୁ ୬୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।

 


ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦ ଲକ୍ଷ ୩୭ ହଜାର ୦୫୬ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ଭିତରୁ ୧୦ ଲକ୍ଷ ୨୩ ହଜାର ୮୪୯ ଜଣ ସୁସ୍ଥ ହୋଇଛନ୍ତି । ଏବେ ବି ୪ ହଜାର ୮୫୬ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି । ରାଜ୍ୟରେ ୧ କୋଟିରୁ ଅଧିକ ଲୋକ ଡବଲ ଡୋଜ କୋଭିଡ ଟିକା ନେଇ ସାରିଥିବା ବେଳେ ମୋଟ ସାଢେ ୩ କୋଟିରୁ ଅଧିକ ଡୋଜ ଦିଆଯାଇଛି ।
 

Related News
satta king tw