Top Stories

Search here...

News

ଦେଶରେ ନୂଆ ୩୪,୪୦୩ ନୂଆ ସଂକ୍ରମିତ ଚିହ୍ନଟ; ଆଉ  ୩୨୦ ଜୀବନ ନେଲା କରୋନା

Posted On - 1 month ago
Edited By Team BbsrReporters
LAST UPDATED Oct 21, 2021 11:13 PM

ଏବେ ଦେଶରେ ସମୁଦାୟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୩,୩୯,୦୫୬ ।

 

BBSR Reporters

 

ନୂଆଦିଲ୍ଲୀ: ସଂକ୍ରମଣ କମୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମଣ ସଂଖ୍ୟା ୩୪ ହଜାରରୁ ଅଧିକ ଥିବା ବେଳେ ମୃତ୍ୟୁସଂଖ୍ୟା ୩ ଶହରୁ ସାମାନ୍ୟ ଅଧିକ ରହିଛି । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଦେଶରେ ୨୪ ଘଣ୍ଟା ମଧ୍ୟରେ ୩୪,୪୦୩  ନୂତନ ସଂକ୍ରମଣ ଓ ୩୨୦ ମୃତ୍ୟୁ ରେକର୍ଡ କରାଯାଇଛି । 

 

ନୂଆ ଆକ୍ରାନ୍ତଙ୍କୁ ମିଶାଇ ଭାରତରେ ସମୁଦାୟ କୋଭିଡ୍ ସଂକ୍ରମଣ ମାମଲା ୩,୩୩,୮୧,୭୨୮ ଓ ମୃତ୍ୟୁସଂଖ୍ୟା ୪,୪୪,୨୪୮ରେ ପହଞ୍ଚିଛି । ସେହିଭଳି, ଗତ ୨୪ ଘଣ୍ଟା ମଧ୍ୟରେ ୩୭,୯୫୦ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତାସଂଖ୍ୟା ୩,୨୫,୯୮,୪୨୪ରେ ପହଞ୍ଚିଛି । ଏହା ବ୍ୟତିରେକେ, ଏବେ ଦେଶରେ ସମୁଦାୟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୩,୩୯,୦୫୬ ।

 

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୭୭,୨୪,୨୫,୭୪୪ଜଣ ହିତାଧିକାରୀଙ୍କୁ ଟିକା ଦିଆଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ଦିଆଯାଇଛି ୬୩,୯୭,୯୭୨ ଡୋଜ୍ ଟିକା । ଆଇସିଏମଆର ରପୋର୍ଟ ମୁତାବକ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ସେପ୍େଟମ୍ବର ୧୬ ତାରିଖ ସୁଦ୍ଧା ସମୁଦାୟ ୫୪,୯୨,୨୯,୧୪୯ ନମୁନା ପରୀକ୍ଷା ସରିଛି । ଗତକାଲି ପରୀକ୍ଷା ହୋଇଛି ୧୫,୨୭,୪୨୦ଟି ନମୁନା ।

Related News