Top Stories

Search here...

News

ନୀଳମାଧବ ପୀଠର ବିକାଶ ପାଇଁ ଖର୍ଚ୍ଚ ହେବ ୧୦୦ କୋଟି; ୧୮ ମାସରେ କାର୍ଯ୍ୟ ସାରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିଦେ୍ର୍ଧଶ

Posted On - 2 months ago
Edited By Jyotirmayee Patanaik
LAST UPDATED Jun 30, 2022 03:13 PM

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିଦେ୍ର୍ଧଶକ୍ରମେ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ ଗତ ସପ୍ତାହରେ ନୀଳମାଧବ ପୀଠ ପରିଦର୍ଶନ କରି ଯୋଜନା ସଂପର୍କରେ ମାଷ୍ଟର ପ୍ଲାନ ପ୍ରସ୍ତୁତି ପାଇଁ ନିଦେ୍ର୍ଧଶ ଦେଇଥିଲେ  ।

 

BBSR Reporters


ଭୁବନେଶ୍ୱର: କଣ୍ଟିଲୋ ନୀଳମାଧବ ପୀଠର ପାରିପାର୍ଶ୍ୱିକ ବିକାଶ ପାଇଁ ପ୍ରସ୍ତୁତ ମାଷ୍ଟର ପ୍ଲାନ ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ଅନୁମୋଦନ ଲାଭ କରିଛି  । ଏଥିନିମନ୍ତେ ୧୦୦ କୋଟି ଟଙ୍କା ଖର୍ଚ୍ଚ ହେବ ଏବଂ ୧୮ ମାସ ମଧ୍ୟରେ କାମ ଶେଷ ହେବ  । ପ୍ରକଳ୍ପର ସଫଳ କାର୍ଯ୍ୟକାରୀତା ନିମନ୍ତେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ସ୍ଥାନୀୟ ଜନସାଧାରଣ ଓ ସେବାୟତ ମାନଙ୍କ ସହଯୋଗ କାମନା କରିଛନ୍ତି  । 

 

 ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଚ୍ଚସ୍ତରୀୟ ବୈଠକରେ ନୀଳମାଧବ ପୀଠର ବିକାଶ ପାଇଁ ପ୍ରସ୍ତୁତ ମାଷ୍ଟର ପ୍ଲାନ ଉପରେ ବିଚାର ବିମର୍ଷ ପରେ ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀ ଅନୁମୋଦନ ଦେଇଥିଲେ  । ଜଗନ୍ନାଥ ସଂସ୍କୃତି ସହ ନୀଳମାଧବ ପୀଠର ନିବିଡ ସଂପର୍କ ରହିଛି  । ବିଶ୍ୱାସ କରାଯାଏ ଯେ ନୀଳମାଧବ ପୀଠ ବ୍ରହ୍ମାଦ୍ରୀ ପର୍ବତରେ ମହାପ୍ରଭୁ ନୀଳମଣି ଭାବରେ ଶବର ରାଜା ବିଶ୍ୱାବସୁଙ୍କ ଦ୍ୱାରା ପୂଜା ପାଉଥିଲେ  । ମହାପ୍ରଭୁଙ୍କ ଏହି ଆଦିରୂପକୁ ଦର୍ଶନ କରିବା ପାଇଁ ପ୍ରତିଦିନ ହଜାର ହଜାର ଭକ୍ତ ନୀଳମାଧବ ପୀଠକୁ ଆସିଥାନ୍ତି  । ବ୍ରହ୍ମାଦ୍ରୀ ପର୍ବତର ଉତ୍ତର ଦିଗରେ ମହାନଦୀର ଭୀମକାନ୍ତ ରୂପ ଅତ୍ୟନ୍ତ ରମଣୀୟ  । ପର୍ଯ୍ୟଟକ ମାନଙ୍କ ପାଇଁ ମଧ୍ୟ ଏହି ସ୍ଥାନ ଅନ୍ୟତମ ପ୍ରମୁଖ ଆକର୍ଷଣ । ଏହି ପବିତ୍ର ପୀଠର ସୁବ୍ୟବସ୍ଥିତ ବିକାଶ ଦ୍ୱାରା ଭକ୍ତ ଓ ପର୍ଯ୍ୟଟକ ସହିତ ସ୍ଥାନୀୟ ଅଞ୍ଚଳର ଅର୍ଥନୈତିକ ବିକାଶରେ ମଧ୍ୟ ସହାୟକ ହେବ  ।

 

ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିଦେ୍ର୍ଧଶକ୍ରମେ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ ଗତ ସପ୍ତାହରେ ନୀଳମାଧବ ପୀଠ ପରିଦର୍ଶନ କରି ବିକାଶ ଯୋଜନା ସଂପର୍କରେ ସେବାୟତ ତଥା ସ୍ଥାନୀୟ ଜନସାଧାରଣଙ୍କ ସହ ବିସ୍ତୃତ ଆଲୋଚନା କରି ମାଷ୍ଟର ପ୍ଲାନ ପ୍ରସ୍ତୁତି ପାଇଁ ନିଦେ୍ର୍ଧଶ ଦେଇଥିଲେ  । ଏହି ମାଷ୍ଟରପ୍ଲାନରେ ମୁଖ୍ୟତଃ ମନ୍ଦିରର ପୁନରୁଦ୍ଧାର, ଦର୍ଶନ ସହ ପରିକ୍ରମା, ଚନ୍ଦନ ପୁଷ୍କରିଣୀର ସୌନ୍ଦର୍ଯ୍ୟକରଣ ସହିତ ଚତୁପାର୍ଶ୍ୱ ରାସ୍ତାର ଉନ୍ନତୀକରଣ, ଛାୟାପ୍ରଦ ବୃକ୍ଷ, ଉଦ୍ୟାନ ସହିତ ପାର୍କିଂ, ମହାନଦୀର କୂଳ ସୁରକ୍ଷା ଓ ନଦୀପାର୍ଶ୍ୱର ସୌନ୍ଦର୍ଯ୍ୟକରଣ ଆଦି ବିଷୟରେ ଗୁରୁତ୍ୱ ଦିଆଯାଇଛି  ।

 

ମନ୍ଦିରକୁ ଯାଇଥିବା ପାହାଚ ଶ୍ରେଣୀର ପୁନରୁଦ୍ଧାର ସହିତ ପୂର୍ବ, ପଶ୍ଚିମ, ଉତ୍ତର, ଦକ୍ଷିଣ ଚାରି ଦ୍ୱାରର ଉନ୍ନତୀକରଣ କରାଯିବ  । ବୟସ୍କ ଓ ଭିନ୍ନକ୍ଷମ ମାନେ ଯେପରି ସୁବିଧାରେ ଦର୍ଶନ କରିପାରିବେ, ସେଥିପାଇଁ ମଧ୍ୟ ପଦକ୍ଷେପ ନିଆଯିବ  । ମନ୍ଦିର ପରିସର ଓ ଆଖପାଖ ଅଞ୍ଚଳର ଖଣ୍ଡାଲାଇଟ ପଥର ବିଛାଯିବା ସହିତ ମନ୍ଦିର ଓ ବଗିଚାର ବିକାଶ କରାଯିବ  । ଏହାସହିତ ରାସବିହାରୀ ମଣ୍ଡପ, ରଘୁନାଥ ମଠ ଓ ବାଟମଙ୍ଗଳା ମନ୍ଦିରର ମଧ୍ୟ ବିକାଶ କରାଯିବ  । ଯାତ୍ରୀ ମାନଙ୍କ ଅପେକ୍ଷାଗୃହରେ ଜିନିଷପତ୍ର ରଖିବା ନିମନ୍ତେ ବ୍ୟବସ୍ଥା (ଉକ୍ଷକ୍ଟବଳ ଜକ୍ଟକ୍ଟଜ୍ଞ) ଏବଂ ପଦପ୍ରକ୍ଷାଳନ ବ୍ୟବସ୍ଥାର ମଧ୍ୟ ବିକାଶ କରାଯିବ  । ମନ୍ଦିରର ପଶ୍ଚିମ ଦ୍ୱାର ବାଟେ ଖସଲଗ୍ଧ ଖକ୍ଟଭଭଚ୍ଚ, ଝଳଚ୍ଚ ଈକ୍ସସୟଶର ଆଦିର ବ୍ୟବସ୍ଥା କରାଯିବ ବୋଲି ଉପସ୍ଥାପନାରୁ ଜଣାଯାଇଛି  । ମନ୍ଦିରକୁ ପ୍ରବେଶ ପାଇଁଁ ପୂର୍ବ ଓ ପଶ୍ଚିମ ପାର୍ଶ୍ୱ ସଡକର ପ୍ରଶସ୍ତିକରଣ କରାଯିବ । ପୂର୍ବ ପାର୍ଶ୍ୱ ସଡକକୁ ୯ ମିଟର ଓ ପଶ୍ଚିମ ପାର୍ଶ୍ୱ ସଡକକୁ ୧୨ ମିଟର ପ୍ରଶସ୍ଥ କରାଯିବ ।

 

 ଏହି ପ୍ରକଳ୍ପ ପାଇଁ ସମୁଦାୟ ଦୁଇ ଏକର ଜମି ଆବଶ୍ୟକ ପଡିବ । ଏଥିନିମନ୍ତେ ଜିଲ୍ଲା ପ୍ରଶାସନ ପୁନର୍ବାସ ଓ ଥଇଥାନ ନୀତି ଅନୁଯାୟୀ ଜମି ଅଧିଗ୍ରହଣ କରିବେ  । ପୂର୍ତ୍ତ ବିଭାଗ ଜରିଆରେ ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେବ. ମହାନଦୀ କୁଲକ୍ଷୟ ରୋକିବା ପାଇଁ କ୍ଟ୍ରକ୍ସକ୍ଟଗ୍ଧରମଗ୍ଧସଙ୍ଖର ଙ୍ଗବକ୍ଷକ୍ଷ କାମ ଜଳସମ୍ପଦ ବିଭାଗ କରିବ ବୋଲି ଜଣାଯାଇଛି  ।    ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ  ।

  

ବୈଠକରେ ପୂର୍ତ୍ତ ବିଭାଗର ପ୍ରମୁଖ ସଚିବ ଶ୍ରୀ ବୀର ବିକ୍ରମ ଯାଦବ ପ୍ରକଳ୍ପ ସଂପର୍କରେ ଉପସ୍ଥାପନା ରଖିଥିଲେ  । ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର, ଉନ୍ନୟନ କମିଶନର ଶ୍ରୀ ପି.କେ. ଜେନା, ଜଳସଂପଦ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ଶ୍ରୀମତୀ ଅନୁ ଗର୍ଗ ଓ ନୟାଗଡ ଜିଲ୍ଲାପାଳ ପ୍ରମୁଖ ଉପସ୍ଥିତ ଥିଲେ ।
 

Related News
satta king tw