Top Stories

Search here...

News

ସ୍ନାତକ ମାର୍କସିଟ୍ ଦେବା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

Posted On - 1 minute ago
Edited By Team BbsrReporters
LAST UPDATED Aug 30, 2021 11:16 AM

ପ୍ରୋଭିଜିନାଲ ମାର୍କସିଟ୍ ନ ମିଳିବା କାରଣରୁ ଛାତ୍ରଛାତ୍ରୀମାନେ କେତେକ ବିଶ୍ୱବିଦ୍ୟାଳୟରେ ନାଁ ଲେଖାଇବାରୁ ବଞ୍ଚିତ ହେଉଛନ୍ତି ବୋଲି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି ।

 

BBSR Reporters

 

ଭୁବନେଶ୍ୱର: ଓଡ଼ିଶାରେ ସ୍ନାତକ(ୟୁଜି) ପରୀକ୍ଷା ଦେଇଥିବା ଛାତ୍ରଛାତ୍ରୀଙ୍କ କଲ୍ୟାଣ ଏବଂ କ୍ୟାରିୟରକୁ ଦୃଷ୍ଟିରେ ରଖି ସ୍ନାତକ ଶେଷ ସେମିଷ୍ଟାରର ପରୀକ୍ଷାର ଫାଇନାଲ ମାର୍କସିଟ୍ କିମ୍ବା ପ୍ରୋଭିଜିନାଲ ମାର୍କସିଟ୍ ଶୀଘ୍ର ପ୍ରଦାନ କରିବା ପାଇଁ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖି ଅନୁରୋଧ କରିଛନ୍ତି ।

 

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି ଯେ ଅଗଷ୍ଟ ମାସର ପ୍ରଥମ ଓ ଦ୍ୱିତୀୟ ସପ୍ତାହରେ ଛାତ୍ରଛାତ୍ରୀମାନେ ଅନଲାଇନ୍ ମାଧ୍ୟମରେ ୟୁଜି ଷଷ୍ଠ ସେମିଷ୍ଟାର ପରୀକ୍ଷା ଦେଇଥିଲେ । ଏହାର ଫଳାଫଳ ପ୍ରକାଶ ପାଇନଥିବାରୁ ଛାତ୍ରଛାତ୍ରୀମାନେ କଲେଜ ଏବଂ ଓଡ଼ିଶା ଶିକ୍ଷା ବିଭାଗର ଅଧିକାରୀଙ୍କୁ ଏ ନେଇ ଦୃଷ୍ଟି ଆକର୍ଷଣ କରିଥିଲେ । ଏହା ପରେ ବି ଏପର୍ଯ୍ୟନ୍ତ ସେମାନଙ୍କୁ ପ୍ରୋଭିଜିନାଲ ମାର୍କସିଟ୍ ଦିଆଯାଇନାହିଁ । ଅନେକ ବିଶ୍ୱବିଦ୍ୟାଳୟରେ ନାମ ଲେଖା ପ୍ରକ୍ରିୟା ଆରମ୍ଭ ହୋଇଥିବା ବେଳେ ପରୀକ୍ଷା ଫଳ ପ୍ରକାଶ ପାଇବା ନେଇ ପରୀକ୍ଷାର୍ଥୀମାନେ ଆଶା ଆଶଙ୍କାରେ ରହିଛନ୍ତି । ପୂର୍ବରୁ ପ୍ରୋଭିଜିନାଲ ମାର୍କସିଟ୍ ମଧ୍ୟ ନ ମିଳିବା କାରଣରୁ ଛାତ୍ରଛାତ୍ରୀମାନଙ୍କ ଭବିଷ୍ୟତ ଉପରେ ଏହାର ପ୍ରଭାବ ପଡ଼ିବାର ଆଶଙ୍କା କରାଯାଉଛି । 

 

ସେ ଆହୁରୀ କହିଛନ୍ତି ପରୀକ୍ଷା ଫଳ ପ୍ରକାଶ ପାଇନଥିବାରୁ ଅନେକ ଛାତ୍ରଛାତ୍ରୀ ମିଜୋରାମ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ, ଭାରଥିଆର ବିଶ୍ୱବିଦ୍ୟାଳୟରେ ନାମ ଲେଖାଇବାରୁ ବଞ୍ଚିତ ହୋଇଛନ୍ତି । ମୁମ୍ବାଇ ବିଶ୍ୱବିଦ୍ୟାଳୟ, କୁମାଉଁ ବିଶ୍ୱବିଦ୍ୟାଳୟ ଭଳି ଅନେକ ବିଶ୍ୱବିଦ୍ୟାଳୟରେ ଆଡମିସନ ତାରିଖ ନିକଟବର୍ତ୍ତୀ ହେଉଥିବାରୁ ଛାତ୍ରଛାତ୍ରୀମାନେ ନେଇ ଦ୍ୱନ୍ଦ୍ୱରେ ଅଛନ୍ତି । ଏହାସହ ରାଜ୍ୟ ବାହାରେ ଅଫଲାଇନ ମାଧ୍ୟମରେ ହେଉଥିବା ବିଶ୍ୱବିଦ୍ୟାଳୟ ପ୍ରବେଶିକା ପରୀକ୍ଷାରୁ ମଧ୍ୟ ବଞ୍ଚିତ ହେଉଛନ୍ତି ।

 

ଏ ସବୁକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ବ୍ୟକ୍ତିଗତ ହସ୍ତକ୍ଷେପ କରି ଛାତ୍ରଛାତ୍ରୀଙ୍କୁ ଷଷ୍ଠ ସେମିଷ୍ଟାର ପରୀକ୍ଷା ଫଳର ଫାଇନାଲ ମାର୍କସିଟ୍ କିମ୍ବା ପ୍ରୋଭିଜିନାଲ ମାର୍କସିଟ୍ ଦେବା ପାଇଁ ଶ୍ରୀ ପ୍ରଧାନ ଅନୁରୋଧ କରିଛନ୍ତି । ପ୍ରୋଭିଜିନାଲ ମାର୍କସିଟ୍ ଦିଆଗଲେ ପରୀକ୍ଷାର୍ଥୀମାନେ ବିଭିନ୍ନ ରାଜ୍ୟ ତଥା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ସ୍ନାତକୋତ୍ତର ପାଠ୍ୟକ୍ରମରେ ନାମ ଲେଖାଇବା ପାଇଁ ସୁଯୋଗ ପାଇପାରିବେ ବୋଲି କେନ୍ଦ୍ରମନ୍ତ୍ରୀ କହିଛନ୍ତି ।
 

Related News
satta king tw