Top Stories

Search here...

News

ପ୍ରବାହିତ ହେଉଛି ମୌସୁମୀ ବାୟୁ; ୫ ଦିନ ଯାଏଁ ପ୍ରବଳ ବର୍ଷା, ସତର୍କ ରହିବାକୁ ଏସଆରସିଙ୍କ ପରାମର୍ଶ

Posted On - 3 weeks ago
Edited By Prabir Kumar
LAST UPDATED Jul 13, 2022 02:51 PM

୨୨ ତାରିଖ ସକାଳ ସାଢେ଼ ୮ଟା ଭିତରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଢେଙ୍କାନାଳ, ଅନୁଗୋଳ, ଖୋର୍ଦ୍ଧା, ପୁରୀ, କେନ୍ଦୁଝର, ମୟୂରଭଞ୍ଜ, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ ।

 

BBSR Reporters


ଭୁବନେଶ୍ୱର : ରାଜ୍ୟରେ ମୌସୁମୀ ବାୟୁ ପ୍ରବାଭିତ ହେଉଥିବା ବେଳେ ଆଗାମୀ ୫ ଦିନ ଯାଏଁ ରାଜ୍ୟର କିଛି ଜିଲ୍ଲା ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେଥିପାଇଁ ସତର୍କ ରହିବାକୁ ଜିଲ୍ଲା ପ୍ରଶାସନକୁ ନିଦେ୍ର୍ଧଶ ଦେଇଛନ୍ତି ଏସ୍ଆରସି । ସମସ୍ତ ପ୍ରକାର ପରିସ୍ଥିତିର ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ ଏସଆରସି ପରାମର୍ଶ ଦେଇଛନ୍ତି ।

 

ଆସନ୍ତାକାଲି ସକାଳ ସାଢେ଼ ୮ଟା ପର୍ଯ୍ୟନ୍ତ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ମୟୂରଭଞ୍ଜ ଓ ଢେଙ୍କାନାଳ ଜିଲ୍ଲା ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏଥିସହ ଉପରୋକ୍ତ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ବଜ୍ରପାତ ଓ ଘଡ଼ଘଡ଼ି ମାରିବାର ଆଶଙ୍କା ରହିଛି । ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

 

୨୨ ତାରିଖ ସକାଳ ସାଢେ଼ ୮ଟା ଭିତରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଢେଙ୍କାନାଳ, ଅନୁଗୋଳ, ଖୋର୍ଦ୍ଧା, ପୁରୀ, କେନ୍ଦୁଝର, ମୟୂରଭଞ୍ଜ, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ବଜ୍ରପାତ ଓ ଘଡ଼ଘଡି ନେଇ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ୱଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ଖୋର୍ଦ୍ଧା, ପୁରୀ, ନୟାଗଡ଼, କନ୍ଧମାଳ ଏବଂ ଗଞ୍ଜାମ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

 

୨୩ ତାରିଖ ସକାଳ ସାଢେ଼ ୮ଟା ଭିତରେ ସୋନପୁର, ସମ୍ୱଲପୁର, ବରଗଡ଼, ବୌଦ୍ଧ, କନ୍ଧମାଳ, ଅନୁଗୋଳ, ଦେବଗଡ଼, ଯାଜପୁର, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

 

୨୩ ତାରିଖ ସକାଳ ସାଢେ଼ ୮ଟାରୁ ୨୪ ତାରିଖ ସକାଳ ସାଢେ଼ ୮ଟା ଭିତରେ ବରଗଡ଼,ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି । ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

 

୨୪ ତାରିଖ ସକାଳ ସାଢେ଼ ୮ଟାରୁ ୨୫ ତାରିଖ ସକାଳ ସାଢେ଼ ୮ଟା ଭିତରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ଅନୁଗୋଳ, ଢେଙ୍କାନାଳ, ସମ୍ୱଲପୁର, ସୋନପୁର, ବୌଦ୍ଧ, କଳାହାଣ୍ଡି ଓ ବଲାଙ୍ଗିର ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ।
 

Related News
satta king tw