Top Stories

Search here...

News

ଆସନ୍ତା ୩୦ ପର୍ଯ୍ୟନ୍ତ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା 

Posted On - 3 minutes ago
Edited By Team BbsrReporters
LAST UPDATED Sep 28, 2021 07:02 PM

ଲଘୁଚାପ ପ୍ରଭାବରେ ତଳିଆ ଅଞ୍ଚଳରେ ବର୍ଷା ପାଣି ଜମି ରହିବା ସହ ବୁଢ଼ାବଳଙ୍ଗ ଓ ସୁବର୍ଣ୍ଣରେଖା ନଦୀର ଜଳସ୍ଥର ବୃଦ୍ଧି ପାଇବାର ଆଶଙ୍କା ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ।

 

BBSR Reporters


ଭୁବନେଶ୍ୱର : ଘୂର୍ଣ୍ଣିବଳୟ ପ୍ରଭାବରେ ଉତ୍ତର-ପଶ୍ଚିମ ତଥା ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ ଉପକୂଳରେ ଆଜି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି କରିଛି । ଏହା ପ୍ରଭାବରେ ଉତ୍ତର ଓଡ଼ିଶାର କେତେକ ଜିଲ୍ଲାରେ ୩୦ ତାରିଖ ଯାଏଁ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି ।


ଆସନ୍ତାକାଲି(୨୯ ତାରିଖ) ସକାଳ ସାଢେ଼ ୮ ଭିତରେ ଉତ୍ତର ଓଡ଼ିଶାରେ ଘଡଘଡ଼ି ମାରିବା ସହ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ଆଶଙ୍କା ରହିଛି । ଗୋଟାଏ ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । ସେଥିପାଇଁ ବାଲେଶ୍ୱର, ମୟୂରଭଞ୍ଜ, ଭଦ୍ରକ, ଯାଜପୁର ଓ କେନ୍ଦ୍ରାପଡ଼ା ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

 

ସେହିପରି ୨୯ ତାରିଖ ସାକାଳ ସେଢ଼ ୮ଟାରୁ ୩୦ ତାରିଖ ସକାଳ ସାଢେ଼ ୮ଟା ଭିତରେ କେତେକ ଜିଲ୍ଲାରେ ଘଡଘଡ଼ି ମାରିବା ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ଆଶଙ୍କା ରହିଛି । ଏହାଛଡ଼ା ଗୋଟିଏ ବା ଦୁଇଟି ସ୍ଥାନରେ ପ୍ରଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେଥିପାଇଁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କେନ୍ଦୁଝର, ମୟୂରଭଞ୍ଜ ଓ ସୁନ୍ଦରଗଡ଼ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ  ଜାରି କରାଯାଇଥିବା ବେଳେ  ଦେବଗଡ଼, ଅନୁଗୋଳ, ଯାଜପୁର, ଭଦ୍ରକ, ବାଲେଶ୍ୱର ଓ ଢେ଼ଙ୍କାନାଳ ଜିଲ୍ଲା ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହାର ପ୍ରଭାବରେ ତଳିଆ ଅଞ୍ଚଳରେ ବର୍ଷା ପାଣି ଜମି ରହିବ । ବୁଢ଼ାବଳଙ୍ଗ ଓ ସୁବର୍ଣ୍ଣରେଖା ନଦୀର ଜଳସ୍ଥର ବୃଦ୍ଧି ପାଇବାର ଆଶଙ୍କା ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ।


ସେହିପରି ୩୦ ତାରିଖ ସକାଳ ସାଢେ଼ ୮ଟାରୁ ଅକ୍ଟୋବର ୧ ତାରିଖ ସକାଳ ସାଢେ଼ ୮ଟା ଭିତରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ଗୋଟିଏ ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ଆଶଙ୍କା କରାଯାଇଛି । ସେଥିପାଇଁ ସୁନ୍ଦରଗଡ଼, ଝାରସୁଗୁଡ଼ା ଓ ବରଗଡ଼ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ।
 
 

Related News
satta king tw