Top Stories

Search here...

News

୨୪ ଘଣ୍ଟା ମଧ୍ୟରେ ଦେଶରେ ୨୬,୧୧୫ ନୂଆ କୋଭିଡ୍‌-୧୯ ସଂକ୍ରମିତ ଚିହ୍ନଟ

Posted On - 1 month ago
Edited By Team BbsrReporters
LAST UPDATED Oct 19, 2021 05:50 AM

କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା ୨୬ ହଜାରରୁ କିଛି ଅଧିକ ଥିବା ବେଳେ ମୃତ୍ୟୁସଂଖ୍ୟା ୩ ଶହରୁ କମ୍ ରହିଛି।

 

 

BBSR Reporters

 

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କୋଭିଡ୍‌-୧୯ ସଂକ୍ରମିତ ଚିହ୍ନଟ ହୋଇଛି l  କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା ୨୬ ହଜାରରୁ କିଛି ଅଧିକ ଥିବା ବେଳେ ମୃତ୍ୟୁସଂଖ୍ୟା ୩ ଶହରୁ କମ୍ ରହିଛି। ସେହିଭଳି ଗତ ୨୪ ଘଣ୍ଟା ମଧ୍ୟରେ ୩୪,୪୬୯ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତାସଂଖ୍ୟା ୩,୨୭,୪୯,୫୭୪ରେ ପହଞ୍ଚିଛି। ­­­­­  ଏବେ ଦେଶରେ ସମୁଦାୟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୩,୦୯,୫୭୫।

 

କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁଯାୟୀ , ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୮୧,୮୫,୧୩,୮୨୭ଜଣ ହିତାଧିକାରୀଙ୍କୁ ଟିକା ଦିଆଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ଦିଆଯାଇଛି ୯୬,୪୬,୭୭୮ଡୋଜ୍‌ ଟିକା। ସୋମବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨୬,୧୧୫ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୨୫୨ ମୃତ୍ୟୁ ରେକର୍ଡ କରାଯାଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌ ସଂକ୍ରମଣ ମାମଲା ୩,୩୫,୦୪,୫୩୪ ଓ ମୃତ୍ୟୁସଂଖ୍ୟା ୪,୪୫,୩୮୫ ରେ ପହଞ୍ଚିଛି।

 

Related News