Top Stories

Search here...

News

ଗତ ୨୪ ଘଣ୍ଟା ଭିତରେ ରାଜ୍ୟରେ ୨୬୩ କରୋନା ପଜିଟିଭ୍ ଚିହ୍ନଟ, ୪୪  ଶିଶୁ 

Posted On - 7 minutes ago
Edited By Team BbsrReporters
LAST UPDATED Nov 12, 2021 12:04 PM

ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୨୯ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

 

 

 

BBSR Reporters

 

 

ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୬୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏଏଥିମଧ୍ୟରୁ ୧୮ ବର୍ଷରୁ କମ୍ ବୟସ୍କ ୪୪ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି।  ୧୫୩ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୧୧୦ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି।

 

 

ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୨୯ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

 

 

ଭଦ୍ରକରୁ ୨ ଜଣ, ବଲାଙ୍ଗୀରରୁ ୨ ଜଣ, କଟକରୁ ୨୧ ଜଣ, ବାଲେଶ୍ୱର ଜିଲ୍ଲାରୁ ୭ ଜଣ, ଦେବଗଡ଼ରୁ ୭ ଜଣ, ଢେଙ୍କାନାଳରୁ ୧୦ ଜଣ, ଗଜପତିରୁ ୯ ଜଣ, ଗଞ୍ଜାମରୁ ୩ ଜଣ, ଜଗତସିଂହପୁରରୁ ୨ ଜଣ, ଯାଜପୁରରୁ ୧୦ ଜଣ, ଝାରସୁଗୁଡ଼ାରୁ ୧ ଜଣ, କେନ୍ଦ୍ରାପଡ଼ାରୁ ୨ ଜଣ, କେନ୍ଦୁଝରରୁ ୨ ଜଣ, ଖୋର୍ଦ୍ଧାରୁ ୧୨୯ ଜଣ, କୋରାପୁଟରୁ ୧ ଜଣ, ପୁରୀରୁ ୭ ଜଣ, ସମ୍ୱଲପୁରରୁ ୬ ଜଣ, ସୁନ୍ଦରଗଡ଼ରୁ ୯ ଜଣ ଷ୍ଟେଟ ପୁଲରୁ ୩୨ ଜଣ,  ମୟୂରଭଞ୍ଜରୁ ୪ ଜଣ ଓ ନବରଙ୍ଗପୁରରୁ ୨ ଜଣ,କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।

 

 

ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦ ଲକ୍ଷ ୪୪ ହଜାର ୯୬୨ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ୧୦ ଲକ୍ଷ ୩୩ ହଜାର ୬୫୨ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୨ ହଜାର ୯୩୨ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

Related News
satta king tw