Top Stories

Search here...

News

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩ ଜଣ ସଂକ୍ରମିତଙ୍କ ମୃତ୍ୟୁ

Posted On - 2 minutes ago
Edited By Team BbsrReporters
LAST UPDATED Oct 17, 2021 02:27 PM

କରୋନା ସଂକ୍ରମିତଙ୍କ ମୃତ୍ୟୁସଂଖ୍ୟା ୮୨୮୫କୁ ବୃଦ୍ଧି l

 

 

BBSR Reporters

 

 

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଥିବାର ସୂଚନା ମିଳିଛି। ଏହା ସହିତ ରାଜ୍ୟରେକରୋନା ସଂକ୍ରମିତଙ୍କ ମୃତ୍ୟୁସଂଖ୍ୟା ୮୨୮୫କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ମିଳିଛି ।

 

 

କରୋନାରେ ପ୍ରାଣ ହରାଇଥିବା ଆଉ ୩ ଜଣ ଲୋକଙ୍କ ସଂପର୍କରେ ସୂଚନା ଦେଇଛନ୍ତି ସରକାର। ପ୍ରାପ୍ତ ସୂଚନା ଅନୁଯାୟୀ, କଟକ ଜିଲ୍ଲାରୁ ୧ ଜଣ କରୋନା ସଂକ୍ରମିତ ମୃତ୍ୟୁ ହେଇଥିବା ବେଳେ ସେହିପରି ଜଗତସିଂହପୁର ଓ ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ କରୋନା ସଂକ୍ରମିତଙ୍କ ପ୍ରାଣହାନି ଘଟିଛି।

 

 

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୪୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୨୫୮ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୧୮୫ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି।

 

 

ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦ ଲକ୍ଷ ୩୫ ହଜାର ୭୭ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ୧୦ ଲକ୍ଷ ୨୧ ହଜାର ୭୪୨ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୪ ହଜାର ୯୯୭ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

Related News
satta king tw