Top Stories

Search here...

News

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୯୫ ଜଣ କରୋନା ପଜିଟିଭ୍ ଚିହ୍ନଟ

Posted On - 1 month ago
Edited By Team BbsrReporters
LAST UPDATED Oct 20, 2021 07:57 PM

୬୯୫  କରୋନା ସଂକ୍ରମିତ ମଧ୍ୟରୁ ୧୮ ବର୍ଷରୁ କମ୍ ବୟସ୍କ ୮୩ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି। 

 

BBSR Reporters

 

ଭୁବନେଶ୍ବର: ଗତ ୨୪ ଘଣ୍ଟା ଭିତରେ ରାଜ୍ୟରେ ୬୯୫ ସଂକ୍ରମିତ କରୋନା ପଜିଟିଭ୍ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୪୦୧ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ ୨୯୪ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତିl ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୮୩ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି।  ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୨୩ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

 

 ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦, ୧୯, ୬୨୧ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ୧୦,୦୫,୫୮୭୬ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୫୮୭୬  ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି l

 

ଅନୁଗୁଳରୁ ୬ ଜଣ, ବାଲେଶ୍ୱରରୁ ୩୦ ଜଣ, ଭଦ୍ରକରୁ ୭ ଜଣ, ଭଦ୍ରକରୁ ୧୩ କଟକରୁ ୯୦ ଜଣ, ଦେବଗଡ଼ରୁ ୧ ଜଣ, ଢେଙ୍କାନାଳରୁ ୪ ଜଣ, ଗଜପତିରୁ ୨ ଜଣ, ଗଞ୍ଜାମରୁ ୨ ଜଣ, ଜଗତସିଂହପୁରରୁ ୨୫ ଜଣ, ଯାଜପୁରରୁ ୩୯ ଜଣ, ଝାରସୁଗୁଡ଼ାରୁ ୬ ଜଣ, କଳାହାଣ୍ଡିରୁ ୨ ଜଣ, କନ୍ଧମାଳରୁ  ୧ ଜଣ, କେନ୍ଦ୍ରାପଡ଼ାରୁ ୮ ଜଣ, କେଉଁଝରରୁ ୧ ଜଣ, ଖୋର୍ଦ୍ଧାରୁ ୩୨୩ ଜଣ, ମାଲକାନଗିରିରୁ ୪ ଜଣ, ମୟୁରଭଞ୍ଜରୁ ୧୮ ଜଣ, ନବରଙ୍ଗପୁରରୁ ୧ ଜଣ, ନୟାଗଡ଼ରୁ ୩ ଜଣ, ପୁରୀରୁ ୧୮ ଜଣ, ରାୟଗଡ଼ାରୁ ୭ ଜଣ, ସମ୍ୱଲପୁରରୁ ୮ ଜଣ, ସୋନପୁରରୁ ୨ ଜଣ, ସୁନ୍ଦରଗଡ଼ରୁ ୫ ଜଣ ଓ ଷ୍ଟେଟ ପୁଲରୁ ୭୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି l 

 

Related News
satta king tw