Top Stories

Search here...

News

ଗତ ୨୪ ଘଣ୍ଟା ଭିତରେ ରାଜ୍ୟରେ ୪୬୨ ସଂକ୍ରମିତ ଚିହ୍ନଟ

Posted On - 1 month ago
Edited By Team BbsrReporters
LAST UPDATED Oct 19, 2021 05:56 PM

୧୮ରୁ କମ୍ ବୟସ୍କ ୭୦ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି l

 

BBSR Reporters

 

ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୬୨ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୮ରୁ କମ୍ ବୟସ୍କ ୭୦ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି l ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦, ୨୧, ୨୧୬ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ୨୬୮ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ ୧୯୪ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। 

 

ଅନୁଗୁଳରୁ ୬ ଜଣ, ବାଲେଶ୍ୱରରୁ ୧୧ ଜଣ, ବରଗଡ଼ରୁ ୪ ଜଣ, ଭଦ୍ରକରୁ ୧୬ ଜଣ, ବଲାଙ୍ଗୀରରୁ ୨ ଜଣ, କଟକରୁ ୩୦ ଜଣ, ଗଜପତିରୁ ୨ ଜଣ, ଗଞ୍ଜାମରୁ ୨ ଜଣ, ଜଗତସିଂହପୁରରୁ ୩୧ ଜଣ, ଯାଜପୁରରୁ ୨୮ ଜଣ, ଝାରସୁଗୁଡ଼ାରୁ ୪ ଜଣ, କଳାହାଣ୍ଡିରୁ ୨ ଜଣ, କନ୍ଧମାଳରୁ ୧ ଜଣ, କେନ୍ଦ୍ରାପଡ଼ାରୁ ୧୦ ଜଣ, କେଉଁଝରରୁ ୧ ଜଣ, ଖୋର୍ଦ୍ଧାରୁ ୨୦୧ ଜଣ, ମୟୁରଭଞ୍ଜରୁ ୧୩ ଜଣ, ନୟାଗଡ଼ରୁ ୫ ଜଣ, ପୁରୀରୁ ୧୩ ଜଣ, ରାୟଗଡ଼ାରୁ ୪ ଜଣ, ସମ୍ୱଲପୁରରୁ ୧୨ ଜଣ, ସୋନପୁରରୁ ୧ ଜଣ, ସୁନ୍ଦରଗଡ଼ରୁ ୧୬ ଜଣ ଓ ଷ୍ଟେଟ ପୁଲରୁ ୪୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।

 

ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୦୧ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ଏମାନଙ୍କ ମଧ୍ୟରୁ  ୧୦,୦୭,୬୬୬ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୫୩୫୧ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

Related News
satta king tw