Top Stories

Search here...

News

ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୧୩,୦୫୮ କରୋନା ପଜିଟିଭ୍ ଚିହ୍ନଟ

Posted On - 1 month ago
Edited By Team BbsrReporters
LAST UPDATED Dec 03, 2021 12:33 PM

ଦେଶରେ କରୋନା ପଜିଟିଭ୍ ଦୈନିକ ସଂକ୍ରମଣ ସଂଖ୍ୟା ୧୩ ହଜାରରୁ ସାମାନ୍ୟ ଅଧିକ ଥିବା ବେଳେ ମୃତ୍ୟୁସଂଖ୍ୟା ୧ ଶହରୁ କମ୍‌ ରହିଛି ।

 

 

BBSR Reporters

 

 

ନୂଆଦିଲ୍ଲୀ: ଦେଶରେ କରୋନା ପଜିଟିଭ୍ ଦୈନିକ ସଂକ୍ରମଣ ସଂଖ୍ୟା ୧୩ ହଜାରରୁ ସାମାନ୍ୟ ଅଧିକ ଥିବା ବେଳେ ମୃତ୍ୟୁସଂଖ୍ୟା ୧ ଶହରୁ କମ୍‌ ରହିଛି।

ଗତ ୨୪ ଘଣ୍ଟାରେ ହୋଇଥିବା ୧୬୪ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୪,୫୨,୪୫୪ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧୯,୪୭୦ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୩,୩୪,୫୮,୮୦୧।

 

 

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ସୋମବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୩,୦୫୮ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୧୬୪ ମୃତ୍ୟୁ ରେକର୍ଡ କରାଯାଇଛି। ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩,୪୦,୯୪,୩୭୩ରେ ପହଞ୍ଚିଛି।

 

 

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୯୮,୬୭,୬୯,୪୧୧ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧,୮୩,୧୧୮।

 

Related News
satta king tw