Top Stories

Search here...

News

ଗତ ୨୪ ଘଣ୍ଟା ଭିତରେ ରାଜ୍ୟରେ ୬୧୫ କରୋନା ପଜିଟିଭ୍ ଚିହ୍ନଟ, ୬୮ ଶିଶୁ

Posted On - 1 week ago
Edited By Team BbsrReporters
LAST UPDATED Oct 22, 2021 04:13 AM

୧୮ ବର୍ଷରୁ କମ୍ ବୟସ୍କ ୬୮ ଜଣ ଶିଶୁ କରୋନା ପଜିଟିଭ ଅଛନ୍ତି ।
 

 

BBSR Reporters

 


ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୧୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୩୫୭ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୨୫୮ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି।  ୧୮ ବର୍ଷରୁ କମ୍ ବୟସ୍କ ୬୮ ଜଣ ଶିଶୁ କରୋନା ପଜିଟିଭ ଅଛନ୍ତି ।

 

 

 ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୨୩ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

 

ଅନୁଗୁଳରୁ ୪ ଜଣ, ବାଲେଶ୍ୱରରୁ ୧୨ ଜଣ, ଭଦ୍ରକରୁ ୭ ଜଣ, ବରଗଡ଼ରୁ ୩ ଜଣ, ବୌଦ୍ଧରୁ ଜଣେ, କଟକରୁ ୭୨ ଜଣ, ଢ଼େଙ୍କାନାଳରୁ ଜଣେ, ଗଞ୍ଜାମରୁ ୩ଜଣ, ଜଗତସିଂହପୁରରୁ ୮ଜଣ, ଯାଜପୁରରୁ ୯ଜଣ, ଝାରସୁଗୁଡ଼ାରୁ ୨ଜଣ, କେନ୍ଦ୍ରାପଡ଼ାରୁ ୧୦ଜଣ, କେନ୍ଦୁଝରରୁ ୩ଜଣ, କୋରାପୁଟରୁ ୪ଜଣ, ମୟୁରଭଞ୍ଜରୁ ୨୮ଜଣ, ନୟାଗଡ଼ରୁ ୩ଜଣ, ନୂଆପଡ଼ାରୁ ୩ଜଣ, ପୁରୀରୁ ୧୫ଜଣ, ରାୟଗଡ଼ାରୁ ଜଣେ, ସମ୍ବଲପୁରରୁ ୧୯ଜଣ, ସୁନ୍ଦରଗଡ଼ରୁ ୮ ଜଣ ଓ ଷ୍ଟେଟ ପୁଲରୁ ୭୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।

Related News
satta king tw