Top Stories

Search here...

News

୧୫ ହଜାର ତଳକୁ ଖସିଲା ସଂକ୍ରମଣ;  ଆଉ ୧୯୭ ଜୀବନ ନେଲା କରେନା

Posted On - 2 minutes ago
Edited By Prabir Kumar
LAST UPDATED Oct 20, 2021 11:45 AM

ଏବେ ସୁଦ୍ଧା ସମୁଦାୟ ୯୯,୧୨,୮୨,୨୮୩ ହିତାଧିକାରୀଙ୍କୁ ଟିକା ଦିଆଯାଇଥିବା ନେଇ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ପକ୍ଷରୁ କୁହାଯାଇଛି ।

 

BBSR Reporters

 


ନୂଆଦିଲ୍ଲୀ: ଦେଶରେ କରୋନା ସଂକ୍ରମଣ କମୁଥିବା ବେଳେ ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ସଂଖ୍ୟା ୧୫ ହଜାରରୁ କମ ଥିବା ବେଳେ  ମୃତ୍ୟୁସଂଖ୍ୟା ୨୦୦ରୁ କମ୍ ଅଛି ।

 

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ବୁଧବାର ଦେଶରେ ୧୪,୬୨୩ କରୋନା ସଂକ୍ରମଣ ଓ ୧୯୭ ମୃତ୍ୟୁ ରେକର୍ଡ କରାଯାଇଛି । ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩,୪୧,୦୮,୯୯୬ରେ ପହଞ୍ଚିଛି ।

 

 

ଗତ ୨୪ ଘଣ୍ଟାରେ ହୋଇଥିବା ୧୯୭ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୪,୫୨,୬୫୧ରେ ପହଞ୍ଚିଛି । ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧୯,୪୪୬ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୩,୩୪,୭୮,୨୪୭ । ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧,୭୮,୦୯୮ ।

 

 

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୯୯,୧୨,୮୨,୨୮୩ ହିତାଧିକାରୀଙ୍କୁ ଟିକା ଦିଆଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୪୧,୩୬,୧୪୨ ଟିକା । କରୋନା ସଂକ୍ରମଣକୁ ରୋକିବା ପାଇଁ ଏବେ ଟିକାକରଣ ଉପରେ ଅଧିକ ଗୁରୁତ୍ୱ ଦିଆଯାଉଛି । କେରଳକୁ ଛାଡିଦେଲେ ଅନ୍ୟ ସବୁ ରାଜ୍ୟରେ ଏବେ ସଂକ୍ରମଣ ନିୟନ୍ତ୍ରଣଧୀନ ରହିଛି ।

Related News
satta king tw