Top Stories

Search here...

News

ଆଭ୍ୟନ୍ତରୀଣ ଓ ଉପକୂଳ ଓଡ଼ିଶାରେ ବର୍ଷା ସହ କୁହୁଡ଼ି 

Posted On - 2 weeks ago
Edited By Team BbsrReporters
LAST UPDATED Jan 19, 2022 01:25 AM

ନୂଆବର୍ଷ ସକାଳରେ କଳାହାଣ୍ଡି, କନ୍ଧମାଳ, ବଲାଙ୍ଗିର, ସୋନପୁର, ବୌଦ୍ଧ, ଅନୁଗୋଳ, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, କଟକ, ଢେ଼ଙ୍କାନାଳ, ଯାଜପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ଘନ କୁହୁଡି ହେବାର ସମ୍ଭାବନା ରହିଛି ।

 

BBSR Reporters


ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ଭିତରେ ଆଭ୍ୟନ୍ତରୀଣ ଓ ଉପକୂଳ ଓଡ଼ିଶାର କେତେକ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ ଓ ଦେବଗଡ଼ ଜିଲ୍ଲାରେ ବର୍ଷାର ପ୍ରଭାବ ଅଧିକ ରହିବ । ଅନ୍ୟ କିଛି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ବୋଲି  ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।


ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାଶ କହିଛନ୍ତି, ପୂର୍ବ ଉତ୍ତର ପ୍ରଦେଶ ଓ ଏହାର ଆଖପାଖ ଅଞ୍ଚଳରେ ଗୋଟିଏ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହା ସମୁଦ୍ର ପତ୍ତନ ଠାରୁ ୩.୧ କିମି ଉପରେ ରହିଛି । ଏହାର ପ୍ରଭାବରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷାର ସମ୍ଭାବନା ରହିଛି । 

 

ଉମାଶଙ୍କର ଦାଶ  କହିଛନ୍ତି, ବର୍ଷା ଅନୁଭୂତ ହେବାକୁ ଥିବା ଜିଲ୍ଲା ଗୁଡ଼ିକରେ ଘନ କୁହୁଡି ହେବାର ଆଶଙ୍କା ମଧ୍ୟ ରହିଛି । ପାଖାପାଖି ୧୮ ଜିଲ୍ଲାରେ ଘନ କୁହୁଡି ହେବ । ଆସନ୍ତାକାଲି ଅର୍ଥାତ ସକାଳ ୮.୩୦ ଯାଏ ନୂଆପଡ଼ା, ବଲାଙ୍ଗିର, କନ୍ଧମାଳ, ବୌଦ୍ଧ, ସୋନପୁର, ଅନୁଗୋଳ, ବରଗଡ଼, ସମ୍ୱଲପୁର, ଝାରସୁଗୁଡ଼ା, ଦେବଗଡ଼, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଢେ଼ଙ୍କାନାଳ, ଯାଜପୁର, ଭଦ୍ରକ ଓ କଟକ ଜିଲ୍ଲାରେ ଘନ କୁହୁଡି ଦେଖାଯାଇପାରେ ।

 

ଠିକ୍ ସେହିପରି ନୂଆବର୍ଷ ସକାଳରେ କଳାହାଣ୍ଡି, କନ୍ଧମାଳ, ବଲାଙ୍ଗିର, ସୋନପୁର, ବୌଦ୍ଧ, ଅନୁଗୋଳ, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, କଟକ, ଢେ଼ଙ୍କାନାଳ, ଯାଜପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ଘନ କୁହୁଡି ହେବାର ସମ୍ଭାବନା ରହିଛି । ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।  ଆଗାମୀ ୪ରୁ ୫ ଦିନ ଯାଏ ରାତିର ତାପମାତ୍ର ୩ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ ତଳକୁ ଖସିବ ବୋଲି ପାଣିପାଗ ବିଜ୍ଞାନୀ ସୂଚନା ଦେଇଛନ୍ତି । 

 

ଉମାଶଙ୍କର ଦାଶ କହିଛନ୍ତି, ଗତ ୨୪ ଘଣ୍ଟାରେ ଉତ୍ତର-ଆଭ୍ୟନ୍ତରୀଣ ଓଡ଼ିଶାରେ ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଅନୁଭୂତ ହୋଇଛି । ଅବଶିଷ୍ଟ ଓଡ଼ିଶାରେ କିଛି କିଛି ସ୍ଥାନରେ ହାଲୁକା ବର୍ଷା ହୋଇଛି । ବରଗଡ଼ ଜିଲ୍ଲାର ବିଜେପୁରରେ ସର୍ବାଧିକ ୬୧.୦ ମିମି ବର୍ଷା ହୋଇଛି । ବୌଦ୍ଧ ଜିଲ୍ଲାର ରିଆମାଳରେ କୁଆପଥର ବର୍ଷା ହୋଇଛି । ଠିକ୍ ସେହିପରି ପଦ୍ମପୁରରେ ୫୭.୦ ମିମି, ସମ୍ୱଲପୁରରେ ୫୬.୪ ମିମି, ଅତାବିରାରେ ୫୩.୪ ମିମି, ସୋନପୁରରେ ୫୩.୨ ମିମି, ପାଇକମାଳରେ ୫୨.୦ ମିମି ବର୍ଷା ରେକର୍ଡÿ କରାଯାଇଛି ।

Related News
satta king tw