Top Stories

Search here...

News

ଟିଟିଲାଗଡରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ ହେଲଥ କାର୍ଡ ବଣ୍ଟନର ଶୁଭାରମ୍ଭ

Posted On - 4 weeks ago
Edited By Team BbsrReporters
LAST UPDATED Oct 22, 2021 01:29 AM

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ମାର୍ଟ ହେଲଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି । ଜିଲ୍ଲାର ସାଢେ ୪ ଲକ୍ଷ ପରିବାରକୁ ଏହି ସ୍ମାର୍ଟ କାର୍ଡ ଦିଆଯିବ । 

 

BBSR Reporters

 

ଟିଟିଲାଗ(ବିବିଏସଆର୍ ରିପୋର୍ଟରସ୍): ବଲାଙ୍ଗୀର ଜିଲ୍ଲା ଟିଟିଲାଗଡରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ ହେଲଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି । ପୁରୁଷଙ୍କୁ ୫ ଲକ୍ଷ ଓ ମହିଳାଙ୍କୁ ୧୦ ଲକ୍ଷ ଟଙ୍କାର ଚିକିତ୍ସା ସୁବିଧା ମିଳିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଏହି ଅବସରରେ ଜିଲ୍ଲାର ସାଢେ ୪ ଲକ୍ଷ ପରିବାରକୁ ଏହି ସ୍ମାର୍ଟ କାର୍ଡ ଦିଆଯିବ । 

 

ଯେଉଁମାନଙ୍କ ପାଖରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ କାର୍ଡ ରହିଛି ସେମାନେ ଏହି କାର୍ଡ ପାଇପାରିବେ । ଏହାସହିତ ଆଗକୁ ଚିକିତ୍ସା ପାଇଁ ଭିନ୍ନ ଭିନ୍ନ କାଗଜପତ୍ରର ଆବଶ୍ୟକତା ପଡିବନି। କେବଳ ସ୍ମାର୍ଟ କାର୍ଡ ଦେଖାଇଲେ ହିତାଧିକାରୀ ଚିକିତ୍ସା ସୁବିଧା ପାଇପାରିବେ । ସେହିପରି  ଅନ୍ନପୂର୍ଣ୍ଣା, ଅନ୍ତ୍ୟାଦୟ, ବିଜୁ କୃଷକ କଲ୍ୟାଣ ଯୋଜନା, ଜାତୀୟ ଖାଦ୍ୟ ସୁରକ୍ଷା ଯୋଜନାରେ ସାମିଲ ହୋଇଥିବା ହିତାଧିକାରୀ, ରାଜ୍ୟ ସରକାରଙ୍କ ରାସନ କାର୍ଡ ପାଇଥିବା ହିତାଧିକାରୀ, ସ୍ୱଳ୍ପ ଆୟ ଥିବା ବ୍ୟକ୍ତି ଏହି ସ୍ମାର୍ଟ ହେଲଥ କାର୍ଡର ସୁବିଧା ପାଇପାରିବେ । ଏହି କାର୍ଡ ଜରିଆରେ ସମ୍ପୂର୍ଣ୍ଣ କ୍ୟାସଲେସ ଭାବେ ହିତାଧିକାରୀଙ୍କୁ ଚିକିତ୍ସା ସୁବିଧା ମିଳିବ ।

 

ଏହି ସ୍ମାର୍ଟ କାର୍ଡର ହିତାଧିକାରୀ ଜରିଆରେ  ରାଜ୍ୟ ଓ ଦେଶ ବାହାରର ପ୍ରାୟ ୨୦୦ରୁ ଅଧିକ ଘରୋଇ ହସ୍ପିଟାଲରେ ଉନ୍ନତମାନର ଚିକିତ୍ସା ପାଇପାରିବେ । ଏଭଳି ସୁବିଧା ଦେବାରେ ସାରା ଦେଶରେ ଓଡ଼ିଶା ପ୍ରଥମ । ଦେଶର ସ୍ୱାସ୍ଥ୍ୟକ୍ଷେତ୍ରରେ ଏହା ଏକ ଐତିହାସିକ ପଦକ୍ଷେପ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । ରାଜ୍ୟର ୯୬ ଲକ୍ଷ ପରିବାରର ସାଢେ ୩ କୋଟି ଲୋକ ଏହି କାର୍ଡରେ ସୁବିଧା ପାଇବେ । 

Related News