Top Stories

Search here...

News

 ମୋଦିଙ୍କ ବଡ଼ ଘୋଷଣା; ପ୍ରତ୍ୟାହାର ହେଲା ତିନି ନୂଆ କୃଷି ଆଇନ

Posted On - 1 minute ago
Edited By Prabir Kumar
LAST UPDATED Nov 19, 2021 10:58 AM

ଆନ୍ଦୋଳନରତ କୃଷକଙ୍କୁ ଘରକୁ ଯିବାକୁ କହିଛନ୍ତି ପ୍ରଧାନମନ୍ତ୍ରୀ । ଚଳିତ ସଂସଦ ଅଧିବେଶନରେ ଆଇନ ପ୍ରତ୍ୟାହାର ନେଇ ସାମ୍ବିଧାନିକ ପ୍ରକ୍ରିୟା ଶେଷ କରାଯିବ ।

 

 

BBSR Reporters

 

 

ନୂଆଦିଲ୍ଲୀ: ପ୍ରତ୍ୟାହାର ହେଲା ତିନି ନୂଆ କୃଷି ଆଇନ । ଏନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ବଡ଼ ଘୋଷଣା କରିଛନ୍ତି । ଆନ୍ଦୋଳନରତ କୃଷକଙ୍କୁ ଘରକୁ ଯିବାକୁ କହିଛନ୍ତି ପ୍ରଧାନମନ୍ତ୍ରୀ । ଚଳିତ ସଂସଦ ଅଧିବେଶନରେ ଆଇନ ପ୍ରତ୍ୟାହାର ନେଇ ସାମ୍ବିଧାନିକ ପ୍ରକ୍ରିୟା ଶେଷ କରାଯିବ ।

 

 

ମୋଦି କହିଛନ୍ତି, କୃଷିରେ ସୁଧାର ଆଣିବା ପାଇଁ ସରକାର ତିନିଟି ନୂଆ ଆଇନ ଆଣିଥିଲେ । ଏହା ଦ୍ୱାରା କ୍ଷୁଦ୍ର ଚାଷୀଙ୍କୁ ଅଧିକ ଶକ୍ତି ମିଳିଥାନ୍ତା । ନୂଆ ଆଇନ ପାଇଁ ଦୀର୍ଘ ବର୍ଷ ଧରି କୃଷକ, ବିଶେଷଜ୍ଞ, ଅର୍ଥଶାସ୍ତ୍ରୀ ଦାବି ହୋଇ ଆସୁଥିଲା । ଯେତେବେଳେ ନୂଆ ଆଇନ ଆସିଥିଲା ସଂସଦରେ ଚର୍ଚ୍ଚା ହୋଇଥିଲା । ଦେଶର କୃଷକ ଓ କୃଷକ ସଂଗଠନ ଏହାକୁ ସ୍ୱାଗତ କରିଥିଲେ । ହେଲେ ନୂଆ ଆଇନ ନେଇ ଗୋଟିଏ କୃଷକ ଗୋଷ୍ଠୀ ବିରୋଧ କରୁଥିଲେ ।

 

 

 

ସରକାର କୃଷି ଆଇନରେ ପରିବର୍ତନ କରିବା ପାଇଁ ପ୍ରସ୍ତୁତ ଥିଲେ । ମାମଲା ସୁପ୍ରିମକୋର୍ଟ ପର୍ଯ୍ୟନ୍ତ ଯାଇଥିଲା । ଏହା ସତ୍ୱେ ସେମାନଙ୍କୁ ବୁଝାଯାଇପାରିନଲା ନାହିଁ । ତେଣୁ କୃଷକଙ୍କ ସ୍ୱାର୍ଥ ପାଇଁ ତିନି ନୂଆ କୃଷି ଆଇନକୁ ପ୍ରତ୍ୟାହାର କରାଯାଇଥିବା ମୋଦି ଘୋଷଣା କରିଛନ୍ତି ।

Related News
satta king tw