Top Stories

Search here...

News

ମୌସୁମୀ ସକ୍ରିୟ; ୫ ଦିନ ପ୍ରବଳ  ବଷିବ, ୭ ଜିଲ୍ଲାକୁ ପାଣିପାଗ କେନ୍ଦ୍ରର ଅରେଞ୍ଜ ୱାର୍ଣ୍ଣିଂ

Posted On - 52 minutes ago
Edited By Jyotirmayee Patanaik
LAST UPDATED Jul 09, 2022 08:25 PM

କନ୍ଧମାଳ, ନରଙ୍ଗପୁର, ନୂଆପଡ଼ା, କୋରାପୁଟ, ରାୟଗଡ଼ା, ମାଲକାନଗିରି ଓ ବରଗଡ଼ର ଅଧିକାଂଶ ସ୍ଥାନରେ ଆସନ୍ତାକାଲି ସକାଳରୁ ପ୍ରବଳରୁ ଅତି ପ୍ରବଳ ବର୍ଷାର ଆଶଙ୍କା ରହିଛି ।

 

BBSR Reporters


ଭୁବନେଶ୍ୱର: ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ମଧ୍ୟ ସକ୍ରିୟ ରହିଛି । ଏପଟେ ଉତ୍ତର ପଶ୍ଚିମ ଓ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଯୋଗୁ ଓଡ଼ିଶା ଉପରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ଆସନ୍ତା ୪ରୁ ୫ ଦିନ ରାଜ୍ୟରେ ଜାରି ରହିବ ବର୍ଷା ଜାରି ରହିବ । ସେହିପରି କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ମଧ୍ୟ ଆଶଙ୍କା ରହିଛି । ତେଣୁ ଆସନ୍ତା ୨୪ ଘଣ୍ଟା ଯାଏ ୭ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

 

କନ୍ଧମାଳ, ନରଙ୍ଗପୁର, ନୂଆପଡ଼ା, କୋରାପୁଟ, ରାୟଗଡ଼ା, ମାଲକାନଗିରି ଓ ବରଗଡ଼ର ଅଧିକାଂଶ ସ୍ଥାନରେ ଆସନ୍ତାକାଲି ସକାଳରୁ ପ୍ରବଳରୁ ଅତି ପ୍ରବଳ ବର୍ଷାର ଆଶଙ୍କା ରହିଛି । ଅତି ପ୍ରବଳ ବର୍ଷା ଯୋଗୁ ପାହାଡ଼ିଆ ଅଞ୍ଚଳରେ ମାଟି ଧସିପାରେ । ତଳିଆ ଅଞ୍ଚଳ ଜଳାର୍ଣ୍ଣବ  ହେବାର ଆଶଙ୍କା ମଧ୍ୟ ରହିଛି । ମାଟି ରାସ୍ତା ବର୍ଷା ଯୋଗୁ ଧୋଇଯିବାର ଆଶଙ୍କା ଥିବାରୁ ସମସ୍ତଙ୍କୁ ସତର୍କ ରହିବାକୁ ପାଣିପାଗ କେନ୍ଦ୍ର ପକ୍ଷରୁ ପରାମର୍ଶ ଦିଆଯାଇଛି । ବଲାଙ୍ଗିର, ଗଜପତି, ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, ଯାଜପୁର,ସମ୍ବଲପୁର, ସୋନପୁର, ବୌଦ୍ଧ ଓ କଳାହାଣ୍ଡି ପାଇଁ ହଳଦିଆ ସତର୍କ ସୂଚନା ଜାରି କରାଯାଇଛି । ଏସବୁ ଜିଲ୍ଲାରେ ୭ରୁ ୧୧ ସେମି ଓ ଅତି ପ୍ରବଳ ବର୍ଷାର ଅର୍ଥ ୧୨ରୁ ୨୦ ସେମି ଯାଏ ବର୍ଷା ହେବ ।

 

୧୦ ତାରିଖରୁ ୧୪ ତାରିଖ ସକାଳ ଯାଏ ଆଭ୍ୟନ୍ତରୀଣ ଓ ଉପକୂଳ ଓଡ଼ିଶାର ପ୍ରାୟ ୧୧ ଜିଲ୍ଲା ପାଇଁ ପାଣିପାଗ କେନ୍ଦ୍ର ୟେଲୋ ୱାର୍ଣ୍ଣିଂ ଜାରି କରିଛି । ଆସନ୍ତାକାଲି ସକାଳ ୮.୩୦ରୁ ସୋମବାର ସକାଳ ୮.୩୦ ଯାଏ କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ନୂଆପଡ଼ା, ବଲାଙ୍ଗିର ଓ ବରଗଡ଼ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ସବୁ ଜିଲ୍ଲାର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷାର ଆଶଙ୍କା ରହିଛି ।


୧୧ ତାରିଖ ସକାଳ ୮.୩୦ରୁ ୧୨ ତାରିଖ ସକାଳ ୮.୩୦ ଯାଏ ଗଜପତି, ଗଞ୍ଜାମ, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, କୋରାପୁର, ମାଲକାନଗିରି, ନୂଆପଡ଼ା, ବରଗଡ଼ ଓ ରାୟଗଡ଼ା ଜିଲ୍ଲାରେ ପ୍ରବଳ ବର୍ଷାର ଆଶଙ୍କା ରହିଥିବା ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୧୨ ତାରଖ ସକାଳ ୧୩ ତାରିଖ ସକାଳ ଯାଏ ଗଜପତି, ଗଞ୍ଜାମ, ପୁରୀ, କନ୍ଧମାଳ, ମାଲକାନଗିରି, କୋରାପୁଟ, ନବରଙ୍ଗପୁର ଜିଲ୍ଲାରଆ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ଏହି ଅବଧି ମଧ୍ୟରେ ବରଗଡ଼, ବଲାଙ୍ଗିର, ନୂଆପଡ଼ା, କଳାହାଣ୍ଡି, ରାୟଗଡ଼ା, ବୌଦ୍ଧ, ଖୋର୍ଦ୍ଧା, କଟକ ଓ ଜଗତସିଂହପୁର ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ପାଣିପାଗ କେନ୍ଦ୍ର ୟେଲୋ ୱାର୍ଣ୍ଣିଂ ଜାରି କରିଛି ।

 

୧୩ ତାରିଖ ସକାଳୁ ୧୪ ତାରିଖ ସକାଳ ଯାଏ କୋରାପୁଟ, ମାଲକାନଗିରି, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, ସୋନପୁର ଓ ବୌଦ୍ଧରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ଆଶଙ୍କା ରହିଛି । ଏହି ସମୟରେ ଭଦ୍ରକ, ବାଲେଶ୍ୱର, ଯାଜପୁର, କଟକ, ଖୋର୍ଦ୍ଧା, କନ୍ଧମାଳ, ନୟାଗଡ଼, ପୁରୀ, ଗଜପତି, ଗଞ୍ଜାମ, ସମ୍ବଲପୁର, ଦେବଗଡ଼, କେନ୍ଦ୍ରାପଡ଼ା ଓ ଜଗତସିଂହପୁରରେ ପ୍ରବଳ ବର୍ଷା ହୋଇପାରେ ହେବ ବୋଲି ଆକଳନ କରାଯାଇଛି । 
 

Related News
satta king tw