Top Stories

Search here...

News

କାର୍ଯ୍ୟରେ ନିରପେକ୍ଷତା ଓ ସ୍ୱଚ୍ଛତାକୁ ଗୁରୁତ୍ୱ ଦେଉଛି ‘ମୋ ସ୍କୁଲ୍’: ସୁସ୍ମିତା ବାଗ୍ଚୀ

Posted On - 7 minutes ago
Edited By Prabir Kumar
LAST UPDATED Feb 11, 2022 08:01 PM

ସ୍କୁଲ୍ର ଦୀର୍ଘକାଳୀନ ବିକାଶ ପ୍ରକ୍ରିୟାରେ ଗୋଷ୍ଠୀ ସହଭାଗିତାକୁ ଗୁରୁତ୍ୱ । ଭଲ ପ୍ରଦର୍ଶନ କରୁଥିବା ଶିକ୍ଷକଙ୍କୁ ମିଳିବ ପୁରସ୍କାର । 

 

BBSR Reporters

 

ଭୁବନେଶ୍ୱର: ‘ମୋ ସ୍କୁଲ୍’ ରାଜ୍ୟରେ ଶିକ୍ଷା କ୍ଷେତ୍ରରେ ଏକ ବୈପ୍ଳବିକ ପରିବର୍ତ୍ତନ ଆଣିଛି ଏବଂ ଏହି ଅଭିଯାନ ମାଧ୍ୟମରେ ଓଡ଼ିଶା ଅନ୍ୟ ରାଜ୍ୟଗୁଡ଼ିକ ପାଇଁ ଉଦାହରଣ ସୃଷ୍ଟିକରିଛି । ‘ମୋ ସ୍କୁଲ୍’ ସହ ଲୋକଙ୍କର ଯେଉଁ ବିଶ୍ୱାସ ଓ ଭରସା ଯୋଡ଼ି ହୋଇରହିଛି ତାହାକୁ ଧରିରଖିବା ଆମ ଦାୟିତ୍ୱ । ଆଗାମୀ ଦିନରେ ଏହି ଅଭିଯାନକୁ ଆହୁରି ବ୍ୟାପକ କରିବା ଏବଂ ଓଡ଼ିଶାର ସମସ୍ତ ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟରେ ପହଞ୍ଚôବା ପାଇଁ ଆମର ପ୍ରୟାସ ଜାରି ରହିଛି ଓ ରହିବ । ଅଧିକରୁ ଅଧିକ ପୁରାତନ ଛାତ୍ରଛାତ୍ରୀଙ୍କୁ କିଭଳି ‘ମୋ ସ୍କୁଲ୍’ ମାଧ୍ୟମରେ ସେମାନେ ପଢିଥିବା ବିଦ୍ୟାଳୟ ସହ ଯୋଡ଼ାଯାଇପାରିବ ତାହା ଆମର ପ୍ରାଥମିକତା ରହିବ ବୋଲି ‘ମୋ ସ୍କୁଲ୍’ ଅଧ୍ୟକ୍ଷା ଶ୍ରୀମତୀ ସୁସ୍ମିତା ବାଗ୍ଚୀ କହିଛନ୍ତି । 


ଶୁକ୍ରବାର ଭର୍ଚୁଆଲ୍ ମୋଡ୍ରେ ଅନୁଷ୍ଠିତ ‘ମୋ ସ୍କୁଲ୍ ଅଭିଯାନ’ର ୯ମ ପରି•ଳନା ପରିଷଦ ବୈଠକରେ ଯୋଗଦେଇ ଶ୍ରୀମତୀ ବାଗ୍ଚୀ କହିଥିଲେ, ‘ମୋ ସ୍କୁଲ୍’ ମାଧ୍ୟମରେ କାର୍ଯ୍ୟକାରୀ ହେଉଥିବା ପ୍ରକଳ୍ପର ବ୍ୟାପକତାକୁ ଦୃଷ୍ଟିରେ ରଖି ସ୍କୁଲ୍ସ୍ତରରେ ମନିଟରିଂକୁ ପ୍ରାଥମିକତା ଦିଆଯାଉଛି । ସ୍କୁଲ୍ଗୁଡ଼ିକରେ ଚାଲିଥିବା ପ୍ରକଳ୍ପଗୁଡ଼ିକ କିଭଳି ଠିକ୍ ସମୟରେ ଶେଷହେବ ଏବଂ ଛାତ୍ରଛାତ୍ରୀମାନେ ଯେପରି ଏହାର ସୁଫଳ ପାଇପାରିବେ ସେଥିଲାଗି ‘ମୋ ସ୍କୁଲ୍’ କାର୍ଯ୍ୟାଳୟ ପକ୍ଷରୁ ଏକାଧିକ ପଦକ୍ଷେପ ହାତକୁ ନିଆଯାଇଛି । ସେହିଭଳି କାର୍ଯ୍ୟରେ ନିରପେକ୍ଷତା ଓ ସ୍ୱଚ୍ଛତା ବଜାୟକୁ ପ୍ରାଥମିକତା ଦିଆଯାଉଥିବା ସେ କହିଥିଲେ । ବୈଠକରେ ଯୋଗଦେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀ ବିଷ୍ଣୁପଦ ସେଠୀ କହିଥିଲେ, ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟର ଶିକ୍ଷକ ଓ ଛାତ୍ରଛାତ୍ରୀଙ୍କୁ ଡିଜିଟାଲ କ୍ଷେତ୍ରରେ ଦକ୍ଷ କରାଯାଉଛି । ବିଭିନ୍ନ ଜାତୀୟ ଓ ଅନ୍ତର୍ଜାତୀୟସ୍ତରୀୟ ସଂସ୍ଥା ସହ ମିଳିତ ଭାବରେ ଏକାଧିକ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି । ପାଠପଢା ସହ ପିଲାମାନଙ୍କୁ ପ୍ରଯୁକ୍ତିବିଦ୍ୟା, କ୍ରୀଡ଼ା ଏବଂ ଅନ୍ୟ କ୍ଷେତ୍ରରେ ଦକ୍ଷ କରିବା ପାଇଁ ‘ମୋ ସ୍କୁଲ୍’ ପଦକ୍ଷେପ ନେଇଛି । ତେବେ ପ୍ରକଳ୍ପ କାର୍ଯ୍ୟର ତଦାରଖ ସହ ଜନଜାତି ଅଞ୍ଚଳରେ ଥିବା ସ୍କୁଲ୍ ଏବଂ ଛାତ୍ରଛାତ୍ରୀଙ୍କ ସାମଗ୍ରୀକ ବିକାଶ ଉପରେ ଅଧିକ ଗୁରୁତ୍ୱ ଦେବାକୁ ଶ୍ରୀ ସେଠୀ ନିଦେ୍ର୍ଧଶ ଦେଇଥିଲେ । 


୫-ଟି ‘ବିଦ୍ୟାଳୟ ରୂପାନ୍ତର କାର୍ଯ୍ୟକ୍ରମ’ରେ ସ୍ୱଚ୍ଛତା ବଜାୟ ପାଇଁ ଗୋଷ୍ଠୀ ସହଭାଗିତା ଓ ସମ୍ପୃକ୍ତିକୁ ଗୁରୁତ୍ୱ ଦିଆଯାଉଛି । ୩,୪୧୫ଟି ଉଚ୍ଚ ବିଦ୍ୟାଳୟରେ ପ୍ରଧାନଶିକ୍ଷକ, ପୁରାତନ ଛାତ୍ରଛାତ୍ରୀ ଏବଂ ସ୍କୁଲ୍ ପରିଚାଳନା କମିଟି ସଦସ୍ୟମାନଙ୍କୁ ନେଇ ବୈଠକର ଆୟୋଜନ କରାଯାଇଛି ଏବଂ ରୂପାନ୍ତରୀକରଣ ପ୍ରକ୍ରିୟାରେ ସେମାନଙ୍କ ସହଯୋଗ ଲୋଡ଼ାଯାଇଛି । ଏହାସହ ରୂପାନ୍ତରିତ ବିଦ୍ୟାଳୟଗୁଡ଼ିକରେ ଶିକ୍ଷକଙ୍କ ଦକ୍ଷତା ବିକାଶ, ଶିକ୍ଷାକ୍ଷେତ୍ରରେ ଛାତ୍ରଛାତ୍ରୀଙ୍କ ଅଭିବୃଦ୍ଧି, ଶିକ୍ଷା ଉପକରଣ ଆଦି ପ୍ରସ୍ତୁତ କରିବା ପାଇଁ ଏକ ସ୍ୱତନ୍ତ୍ର ଟିମ୍ ନିୟୋଜିତ କରିବାକୁ ଏହି ବୈଠକରେ ନିଷ୍ପତ୍ତି ହୋଇଥିଲା । ସେହିଭଳି ‘ମୋ ସ୍କୁଲ୍ ଅଭିଯାନ’ରେ ଉଲ୍ଲେଖନୀୟ କାର୍ଯ୍ୟ କରିଥିବା ପ୍ରତି ଜିଲ୍ଲାର ୩ ଜଣ ଲେଖାଁଏ ଶିକ୍ଷକ, ଶିକ୍ଷୟିତ୍ରୀଙ୍କୁ ଚୟନ କରି ପୁରସ୍କୃତ କରାଯିବାକୁ ସ୍ଥିର ହୋଇଥିଲା ।  


ରାଜ୍ୟରେ ଥିବା ଉଚ୍ଚ ବିଦ୍ୟାଳୟଗୁଡ଼ିକ ସହ ଅଧିକରୁ ଅଧିକ ପୁରାତନ ଛାତ୍ରଛାତ୍ରୀଙ୍କୁ ଯୋଡ଼ି ସେବା ପ୍ରଦାନ ମାଧ୍ୟମରେ ସେମାନଙ୍କୁ ସ୍କୁଲ୍ର ବିକାଶ ପ୍ରକ୍ରିୟାରେ ଭାଗୀଦାର ହେବାକୁ ଉତ୍ସାହିତ କରାଯିବ । ଏଥିପାଇଁ ପ୍ରତ୍ୟେକ ସ୍କୁଲ୍ ପୁରାତନ ଛାତ୍ରଛାତ୍ରୀ, ସେମାନଙ୍କର ଠିକଣା ଏବଂ ସେମାନେ ବର୍ତ୍ତମାନ କ’ଣ କରୁଛନ୍ତି ତାହାର ଏକ ଡାଟାବେସ୍ ପ୍ରସ୍ତୁତ କରିବ । ସ୍କୁଲ୍ସ୍ତରରେ ପୁରାତନ ଛାତ୍ରଛାତ୍ରୀମାନଙ୍କୁ ନେଇ ଏକ କମିଟି ଗଠନ କରାଯିବ ଏବଂ ଏହି କମିଟି ସ୍କୁଲ୍ରେ କ୍ରୀଡ଼ା, ବିଜ୍ଞାନ ଓ ସାଂସ୍କୃତିକ କାର୍ଯ୍ୟକ୍ରମର ଆୟୋଜନ କରିବେ । ଏହାସହ ପୁରାତନ ଛାତ୍ରଛାତ୍ରୀଙ୍କୁ ନେଇ ଟକ୍ ସେସନ୍, ମେଣ୍ଟରିଂ ଓ କ୍ୟାରିୟର୍ କାଉନ୍ସେଲିଂ କାର୍ଯ୍ୟକ୍ରମର ଆୟୋଜନ କରାଯିବ । ପ୍ରତି ସ୍କୁଲ୍ର ପୁରାତନ ଛାତ୍ରଛାତ୍ରୀ ସଂଘ ପକ୍ଷରୁ ସ୍କୁଲ୍ ଏବଂ ନିକଟସ୍ଥ ଅଞ୍ଚଳରେ ବୃକ୍ଷରୋପଣ, କିଚେନ୍ ଗାର୍ଡେନ୍ ଏବଂ ଅନ୍ୟାନ୍ୟ ଗୋଷ୍ଠୀ ସହଭାଗିତାଭିତ୍ତିକ କାର୍ଯ୍ୟକ୍ରମର ଆୟୋଜନ କରାଯିବ । 


କୋଭିଡ୍-୧୯ ମହାମାରୀ ସମୟରେ ସ୍କୁଲ୍ ବନ୍ଦ ଥିବାରୁ ପଲାମାନଙ୍କ ପାଠପଢ଼ାରେ ଯେଉଁ ବ୍ୟାଘାତ ସୃଷ୍ଟି ହୋଇଛି ତାହାର ଭରଣା ପାଇଁ ୟୁନିସେଫ୍ ଏବଂ ପୁରାତନ ଛାତ୍ରଛାତ୍ରୀଙ୍କ ସହଭାଗିତାରେ ଆସନ୍ତା ୨ ବର୍ଷ ପାଇଁ ‘ମୋ ସ୍କୁଲ୍’ ପକ୍ଷରୁ ସ୍ୱତନ୍ତ୍ର କାର୍ଯ୍ୟକ୍ରମ କରାଯିବ । ପ୍ରଥମେ ପ୍ରାଥମିକ ବିଦ୍ୟାଳୟର ଏବଂ ପରବର୍ତ୍ତୀ ସମୟରେ ମାଧ୍ୟମିକ ବିଦ୍ୟାଳୟକୁ ଏହି କାର୍ଯ୍ୟକ୍ରମରେ ଅନ୍ତର୍ଭୁକ୍ତ କରିବାକୁ ସ୍ଥିର ହୋଇଛି । 


ବୈଠକରେ ‘ମୋ ସ୍କୁଲ୍’ ସଦସ୍ୟ ସଚିବ ତଥା ଓଡ଼ିଶା ବିଦ୍ୟାଳୟ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣ ରାଜ୍ୟ ପ୍ରକଳ୍ପ ନିଦେ୍ର୍ଧଶକ ଶ୍ରୀ ଅନୁପମ ସାହା ପ୍ରାରମ୍ଭିକ ସୂଚନା ଓ ଧନ୍ୟବାଦ ପ୍ରଦାନ କରିଥିଲେ । ‘ମୋ ସ୍କୁଲ୍’ ଅଭିଯାନ ମୁଖ୍ୟ ପରି•ଳନା ଅଧିକାରୀ ଶ୍ରୀ ଅମରଜିତ ଜେନା କାର୍ଯର୍୍ୟକାରୀ ହେଉଥିବା ସମସ୍ତ ପ୍ରକଳ୍ପ ସମ୍ପର୍କରେ ସୂଚନା ଦେଇଥିଲେ । ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ଉନ୍ନୟନ ବିଭାଗ ନିଦେ୍ର୍ଧଶିକା ଶ୍ରୀମତୀ ପୁନମ ଗୁହା ତାପସ କୁମାର, ମୋ ସ୍କୁଲ୍ ଅଭିଯାନ ଭାରପ୍ରାପ୍ତ ଅଧିକାରୀ ଶ୍ରୀ ପ୍ରବୀର କୁମାର ଖିଲାରଙ୍କ ସମେତ ଢେଙ୍କାନାଳ ଜିଲ୍ଲାପାଳ ଓ ଖୋର୍ଦ୍ଧା ପିଡିଡିଆର୍ଡିଏ ଉପସ୍ଥିତ ଥିଲେ । 

Related News
satta king tw