Top Stories

Search here...

News

ଏନଡିଏ ରାଷ୍ଟପ୍ରତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ସମର୍ଥନ ପାଇଁ ଅନୁରୋଧ କଲେ ନବୀନ ପଟ୍ଟନାୟକ 

Posted On - 1 week ago
Edited By Prabir Kumar
LAST UPDATED Jun 30, 2022 12:44 PM

ଓଡ଼ିଶାରୁ ପ୍ରଥମ ଥର ପାଇଁ ଜଣେ ରାଷ୍ଟ୍ରପତି ହେବେ ଦ୍ରୌପଦୀ ମୁର୍ମୁ ।

 

BBSR Reporters


ଭୁବନେଶ୍ୱର: ଏନଡିଏର ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ସମର୍ଥନ ପାଇଁ ଅନୁରୋଧ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ  । ଦଳମତ ନିର୍ବିଶେଷରେ ସମସ୍ତ ବିଧାୟକ ସର୍ବସମ୍ମତି କ୍ରମେ ଶ୍ରୀମତୀ ମୁର୍ମୁଙ୍କୁ ସମର୍ଥନ କରିବାକୁ ଟୁଇଟ କରି କହିଛନ୍ତି ନବୀନ । ଏଥିସହ ଓଡ଼ିଶାର ଝିଅ ଦ୍ରୌପଦୀ ମୁର୍ମୁଙ୍କୁ ଦେଶର ସର୍ବୋଚ୍ଚ ପଦବୀ ପାଇଁ ସମର୍ଥନ କରିବାକୁ ଅପିଲ କରିଛନ୍ତି ମୁଖ୍ୟମନ୍ତ୍ରୀ ।


ମୟୂରଭଞ୍ଜର ଝିଅ ଦ୍ରୌପଦୀ ମୁର୍ମୁ ବିଜେପି ନେତୃତ୍ୱାଧୀନ ଏନଡିଏର ରାଷ୍ଟ୍ରପତି ପ୍ରାର୍ଥୀ ହୋଇଛନ୍ତି । ମଙ୍ଗଳବାର ତାଙ୍କ ନାଁ ଘୋଷଣା ହେବା ପରେ ଓଡ଼ିଆଙ୍କ ମଧ୍ୟରେ ବେଶ୍ ଉତ୍ସାହ ଦେଖାଦେଇଛି । ଏଥିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ଖୁସି ପ୍ରକାଶ କରିଛନ୍ତି । ଦୌପଦୀ ମୁର୍ମୁ ପ୍ରାର୍ଥୀ ହେବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟୁଇଟ୍ କରି ସୁଭେଚ୍ଛା ଜଣାଇଛନ୍ତି ।

 

ଏସମ୍ପର୍କରେ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ସହ କଥା ହୋଇଥିବାରୁ ସେ ଖୁସୀ ବ୍ୟକ୍ତି କରିଛନ୍ତି । ଏବଂ ଏହା ଓଡ଼ିଶା ପାଇଁ ଏକ ଗର୍ବର  ବିଷୟ । ଶ୍ରୀମତୀ ମୁର୍ମୁ ମହିଳା ଶଶକ୍ତିକରଣ କ୍ଷେତ୍ରରେ ଦେଶ ପାଇଁ ଏକ ଉଦାହରଣ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।  ଆଉ ଓଡ଼ିଶାରୁ ପ୍ରଥମ ଥର ପାଇଁ ଜଣେ ରାଷ୍ଟ୍ରପତି ହେବେ । ମୁଖ୍ୟମନ୍ତ୍ରୀଙ୍କ ଟୁଇଟ ପରେ ତାଙ୍କୁ ଧନ୍ୟବାଦ ଜଣାଇଛନ୍ତି ଦ୍ରୌପଦୀ ମୁର୍ମୁ ।
 

Related News
satta king tw