Top Stories

Search here...

News

ପୁରୀ ଜିଲ୍ଲା ପାଇଁ ବ୍ରହ୍ମଗିରିରେ ସ୍ମାର୍ଟ ହେଲ୍ଥ କାର୍ଡ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ

Posted On - 5 minutes ago
Edited By Prabir Kumar
LAST UPDATED Oct 07, 2021 07:18 PM

ଜିଲ୍ଲାର ୩ ଲକ୍ଷ ୬୪ ହଜାର ପରିବାର ପାଇବେ ସ୍ମାର୍ଟ କାର୍ଡ ।  ବିକାଶ କାମରେ ସମର୍ଥନ ପୁରୀ ଜିଲ୍ଲା ବାସୀଙ୍କୁ ଧନ୍ୟବାଦ ଦେଲେ ମୁଖ୍ୟମନ୍ତ୍ରୀ  ।

 

BBSR Reporters


ପୁରୀ: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ବ୍ରହ୍ମଗିରି ଠାରେ ପୁରୀ ଜିଲ୍ଲା ପାଇଁ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ ହେଲ୍ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି । ଜିଲ୍ଲାର ୩ ଲକ୍ଷ ୬୪ ହଜାର ଲୋକ ଏହି ସୁବିଧା ପାଇବେ  । ପୂର୍ବରୁ ମାଲକାନଗିର, ସୁନ୍ଦରଗଡ, ବଲାଙ୍ଗୀର, ଗଜପତି ରେ ଏହି କାର୍ଯ୍ୟକ୍ରମ ଆରମ୍ଭ ହୋଇଛି  । ଏହାଦ୍ୱାରା ହିତାଧିକାରୀ ମାନେ ବିନା ଖର୍ଚ୍ଚରେ ଉନ୍ନତ ସ୍ୱାସ୍ଥ୍ୟ ସେବା ପାଉଛନ୍ତି ।


ଏହି ଅବସରରେ ଜନସାଧାରଣଙ୍କୁ ଉଦ୍ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ପୁରୀ ଜିଲ୍ଲାର ଜନସାଧାରଣ ଆମର ବିକାଶ କାର୍ଯ୍ୟକ୍ରମକୁ ସବୁବେଳେ ଦୃଢ ସମର୍ଥନ ଦେଇ ସରକାରଙ୍କ ହାତମୁଠାରୁ ଟାଣ କରିଛନ୍ତି । ସେଥିପାଇ ପୁରୀବାସୀଙ୍କୁ ଧନ୍ୟବାଦ ଦେବା ସହିତ ଜିଲ୍ଲାବାସୀଙ୍କ ସ୍ନେହ ଓ ଆଦରକୁ ପାଥେୟ କରି ବିକାଶ କାର୍ଯ୍ୟକ୍ରମକୁ ଆହୁରି ଆଗକୁ ନିଆଯିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

 

 ପୁରୀ ଜିଲ୍ଲାର ବିକାଶ ପାଇଁ ନିଆଯାଇଥିବା ବିଭିନ୍ନ ଫ୍ଲାଗ୍ସିପ କାର୍ଯ୍ୟକ୍ରମ ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ମହାପ୍ରଭୁଙ୍କ ପବିତ୍ରଧାମ ପୁରୀର ବିକାଶ ହେଉଛି ଆମର ପବିତ୍ର ଦାୟିତ୍ୱ  । ଊକ୍ସସଦ୍ଭଳ ଲକ୍ସକ୍ଟଜ୍ଞ ଞବକ୍ଟ୍ର କାର୍ଯ୍ୟକ୍ରମ ସଂପର୍କରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ଏବେ ପୁରୀର ଜନସାଧାରଣ ଟ୍ୟାପ୍ରୁ ସିଧାସଳଖ ଫିଲଟର ମାନର ପାଣି ପାଇପାରୁଛନ୍ତି । ଏଭଳି ସୁବିଧା ପାଇବାରେ ପୁରୀ ହେଉଛି ସାରା ଦେଶରେ ପ୍ରଥମ ଏବଂ ପୁରୀବାସୀ ଲଣ୍ଡନ, ନିଉୟର୍କ ଭଳି ସହରର ଲୋକଙ୍କ ଭଳି ସୁବିଧା ପାଉଛନ୍ତି ବୋଲି ସେ କହିଥିଲେ  । 

 

 ସ୍ମାର୍ଟ ହେଲ୍ଥ କାର୍ଡ ଯୋଜନା ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ଏହାଦ୍ୱାରା ରାଜ୍ୟର ୯୬ ଲକ୍ଷ ପରିବାରର ସାଢେ ତିନି କୋଟି ଲୋକ ଉପକୃତ ହେବେ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହାଦ୍ୱାରା ଆମର ଗରିବ ଲୋକମାନେ ସ୍ୱାସ୍ଥ୍ୟ ସେବା ପାଇଁ ଅନେକ ସମସ୍ୟାରୁ, ବିଶେଷକରି ଆର୍ଥôକ ସମସ୍ୟାରୁ ମୁକ୍ତ ହୋଇପାରିବେ  ।

 

 ଲୋକମାନେ ସ୍ୱାସ୍ଥ୍ୟ ସମସ୍ୟାରେ ପଡିଲେ ଚିକିତ୍ସା ପାଇଁ କିପରି ଜମିବାଡି ବିକିବାକୁ ବାଧ୍ୟ ହୁଅନ୍ତି, ପିଲାଙ୍କ ପାଠପଢା ବନ୍ଦ କରନ୍ତି, ସେ ସବୁ ସମସ୍ୟା ବିଷୟରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ଏହା ତାଙ୍କୁ ବହୁତ ଦୁଃଖ ଦେଇଥାଏ । ବର୍ତ୍ତମାନ ଲୋକମାନେ ବିନା କୌଣସି ଅସୁବିଧାରେ କାର୍ଡ ଖଣ୍ଡିଏ ଧରି ଦେଶର ୨୦୦ ବଡ ବଡ ହସ୍ପିଟାଲରେ ଭଲ ଚିକିତ୍ସା ପାଇପାରିବେ  । ଏଥିପାଇଁ ଟଙ୍କାଟିଏ ବି ଖର୍ଚ୍ଚ କରିବାକୁ ପଡିବ ନାହିଁ ବୋଲି ସେ କହିଥିଲେ ।

 

 ମୁଖ୍ୟମନ୍ତ୍ରୀ କହିଥିଲେ ଯେ ତାଙ୍କ ପାଇଁ ପ୍ରତିଟି ଜୀବନ ମୂଲ୍ୟବାନ । ଚାଷୀ ହେଉ ବା ମୂଲିଆ ବା ରିକ୍ସା ବାଲା - ସମସ୍ତେ ସମ୍ମାନର ସହ ବଞ୍ଚନ୍ତୁ  । ଏହା ତାଙ୍କର ବିଭିନ୍ନ କଲ୍ୟାଣ କାର୍ଯ୍ୟକ୍ରମର ଲକ୍ଷ୍ୟ ବୋଲି ସେ କହିଥିଲେ ।ଏହି ଅବସରରେ ମୁଖ୍ୟମନ୍ତ୍ରୀ ଏକହଜାର କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ ଓ ଭୂମି ପୂଜା କରିଥିଲେ  ।

 

କାର୍ଯ୍ୟକ୍ରମରେ ସ୍ୱାସ୍ଥ୍ୟ ମନ୍ତ୍ରୀ ଶ୍ରୀ ନବ ଦାସ, ଖାଦ୍ୟ ଯୋଗାଣ ଓ ଖାଉଟୀ କଲ୍ୟାଣ ମନ୍ତ୍ରୀ ଶ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ, ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ଶ୍ରୀ ସମୀର ଦାଶ, ସାସଦ ଶ୍ରୀ ପିନାକୀ ମିଶ୍ର ତାଙ୍କ ଭାଷଣରେ ଭାରତ ସରକାରଙ୍କ ଆୟୁଷ୍ମାନ ଯୋଜନା ଠାରୁ ରାଜ୍ୟ ସରକାର ଙ୍କ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ର ଗ୍ଦଜ୍ଞବକ୍ସଗ୍ଧ ଷରବକ୍ଷଗ୍ଧଷ ମବକ୍ସୟ ରୁ କିପରି ଅଧିକ ସୁବିଧା ମିଳୁଛି ତା ଉପରେ ଆଲୋକପାତ କରିଥିଲେ  ।ଯୋଜନା ବୋର୍ଡର ଉପାଧ୍ୟକ୍ଷ ଶ୍ରୀ ସଂଜୟ ଦାସବର୍ମା, ସ୍ୱାଗତ ଭାଷଣ ଦେଇଥିଲେ  । ଓ ବିଧାୟକ ଶ୍ରୀ ଲଳିତେନ୍ଦୁ ବିଦ୍ୟାଧର ମହାପାତ୍ର ବ୍ରହ୍ମଗିରି ସମସ୍ୟା ଉପରେ ଆଲୋକପାତ କରିଥିଲେ ଅନ୍ୟ ମାନଙ୍କ ମଧ୍ୟରେ ମନ୍ତ୍ରୀ ଶ୍ରୀ ତୁଷାର କାନ୍ତି ବେହେରା  ।ଜଗତସିଂହପୁର ସାସଦ ଡ଼ାକ୍ତର ରାଜଶ୍ରୀ ମଲ୍ଲିକ ପ୍ରମୁଖ ଯୋଗ ଦେଇଥିଲେ ।
 

Related News
satta king tw