Top Stories

Search here...

News

ଇଷ୍ଟର୍ଣ୍ଣ ଏୟାର କମାଣ୍ଡରର କମାଣ୍ଡିଂ ଇନ୍ ଚିଫ୍ ହେଲେ ଓଡ଼ିଆ ବାୟୁସେନା ଅଧିକାରୀ ଦିଲୀପ ପଟ୍ଟନାୟକ

Posted On - 7 hours ago
Edited By Team BbsrReporters
LAST UPDATED Oct 02, 2021 11:07 PM

ପ୍ରଥମ ଓଡ଼ିଆ ଭାବେ ସେ ଏହି ଦାୟିତ୍ୱ ପାଇଥିବା ବେଳେ ଆସନ୍ତାକାଲି ସେ ଦାୟିତ୍ୱ ଗ୍ରହଣ କରିବେ ଦିଲୀପ ପଟ୍ଟନାୟକ ।

 

BBSR Reporters


 ଭୁବନେଶ୍ୱର : ଓଡ଼ିଆ ବାୟୁସେନା ଅଧିକାରୀ ଦିଲୀପ ପଟ୍ଟନାୟକଙ୍କୁ  ଇଷ୍ଟର୍ଣ୍ଣ ଏୟାର କମାଣ୍ଡର ଏୟାର ଅଫିସର କମାଣ୍ଡିଂ ଇନ୍ ଚିଫ୍ ଭାବେ ନିଯୁକ୍ତି ଦିଆଯାଇଛି । ପ୍ରଥମ ଓଡ଼ିଆ ଭାବେ ସେ ଏହି ଦାୟିତ୍ୱ ପାଇଥିବା ବେଳେ ଆସନ୍ତାକାଲି ଦାୟିତ୍ୱ ଗ୍ରହଣ କରିବେ ଦିଲୀପ ପଟ୍ଟନାୟକ ।

 

କାରଗିଲ ଯୁଦ୍ଧରେ ଅପୂର୍ବ ସାହସିକତା ପାଇଁ ସେ ବାୟୁସେନା ମେଡାଲ୍ ପାଇଥିଲେ । ଟାଇଗର ହିଲ୍ରେ ସେ ଲେଜର ଗାଇଡେଡ୍ ବୋମା ପକାଇଥିଲେ । ପ୍ରଥମ ଥର ପାଇଁ ରାତିରେ ସେ ଲେଜର ଗାଇଡେଡ୍ ବୋମା ପକାଇଥିଲେ । ୨୦୨୦ରେ ଏୟାର ମାର୍ଶାଲ ଦିଲୀପଙ୍କୁ ଅତି ବିଶିଷ୍ଟ ସେବା ମେଡାଲ ପ୍ରଦାନ କରାଯାଇଥିଲା ।

 

ଫାଇଟର ଜେଟ୍ ମିରାଜ୍ର ପାଇଲଟ୍ ଭାବେ ଦିଲୀପଙ୍କ ଦକ୍ଷତା ରହିଛି । ସେହିଭଳି ମିଗ୍-୨୧ ସହିତ ବିଭିନ୍ନ ପ୍ରକାର ଲଢ଼ୁଆ ବିମାନ ଉଡ଼ାଇବାରେ ସେ ମାହିର । ତାଙ୍କ ପାଖରେ ୨୫ଶହ ଘଣ୍ଟାର ଉଡ଼ାଣ ଭରିବାର ଅଭିଜ୍ଞତା ରହିଛି ।


ଏୟାର ମାର୍ଶାଲ ଦିଲୀପ ପଟ୍ଟନାୟକ ଭୁବନେଶ୍ୱରର ବାସିନ୍ଦା । ସେ ଏଠାରେ ଏକ ନମ୍ବର କେନ୍ଦ୍ରୀୟ ବିଦ୍ୟାଳୟ ଓ ଡିଏମ୍ ସ୍କୁଲ୍ରେ ପାଠ ପଢ଼ିଥିଲେ । ୧୯୮୪ ମସିହା ଜୁନ୍ ୮ ତାରିଖରେ ସେ ବାୟୁସେନାରେ ଭର୍ତ୍ତି ହୋଇଥିଲେ । ଦିଲୀପ ତାଙ୍କ କ୍ୟାରିୟରରେ ଭାରତୀୟ ବାୟୁସେନାରେ ଅନେକ ଗୁରୁତ୍ୱପୂର୍ଣ୍ଣ ପଦପଦବୀରେ ରହି ଦାୟିତ୍ୱ ତୁଲାଇଛନ୍ତି । ଫ୍ରଣ୍ଟଲାଇନ ଫାଇଟରକୁ କମାଣ୍ଡିଂ କରିବାରେ ସେ ମାହିର ମଧ୍ୟ । ସେହିପରି ଏୟାର ଭାଇସ ମାର୍ଶଲ ପୂର୍ବରୁ ସେ ବାୟୁ ସେନାରେ ଅନେକ ପଦପଦବୀରେ କାମ କରିଛନ୍ତି । ଏଥିସହିତ ସେ ଏୟାର ୱାର୍-ଫେୟାର ମହାବିଦ୍ୟାଳୟର କମାଣ୍ଡାଣ୍ଟ ମଧ୍ୟ ଥିଲେ । 
 

Related News
satta king tw