dd dd

Top Stories

Search here...

News

ଗାନ୍ଧୀ ମାର୍ଗରେ ତିରଙ୍ଗା ଉଡାଇଲେ ରାଜ୍ୟପାଳ 

Posted On - 8 hours ago

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୭୨ତମ ସାଧାରଣତନ୍ତ୍ର ଦିବସ ସମାରୋହରେ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଛନ୍ତି।
 
BBSR Reporters


ଆଜି ସମଗ୍ର ଦେଶ ପାଳନ କରୁଛି ୭୨ତମ ସାଧାରଣତନ୍ତ୍ର ଦିବସ । ଏହି ଅବସରରେ ରାଜଧାନୀ ଭୁବନେଶ୍ୱରରେ ପାଳିତ ହୋଇଯାଇଛି ସାଧାରଣତନ୍ତ୍ର ଦିବସ । ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଏଥିରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ସମାରୋହରେ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଛନ୍ତି। ଚଳିତ ରାଜ୍ୟସ୍ତରୀୟ ପରେଡରେ ୧୪ଟି କଣ୍ଟିନଜେଣ୍ଟ ଅଂଶ ଗ୍ରହଣ କରିଥିଲେ । ଆଉ ଏହି ପରେଡର ନେତୃତ୍ୱ ନେଇଥିଲେ ଯୁବ ଆଇପିଏସ୍ ଏସ୍. ସୁଶ୍ରୀ । 


କରୋନା ଯୋଗୁ ସୁରକ୍ଷାକୁ ଦୃଷ୍ଟିରେ ରଖି ଏଥର ରାଜ୍ୟ ସ୍ତରୀୟ ପରେଡରେ ସ୍କୁଲ୍, କଲେଜ ଛାତ୍ରଛାତ୍ରୀଙ୍କୁ  ଏବଂ  ସାଧାରଣ ଲୋକଙ୍କୁ ଏଥର ବାରଣ କରାଯାଇଛି । ଏପରିକି ଗଣମାଧ୍ୟମ ପ୍ରତିନିଧିଙ୍କୁ ମଧ୍ୟ ଦୂରରେ ରଖାଯାଇଛି । ଆଜି ରାଜଧାନୀ ଭୁବନେଶ୍ୱରରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଥିଲା। ୨୫ ପ୍ଲାଟୁନ୍ ପୁଲିସ୍ ଫୋର୍ସ ମୁତୟନ କରାଯାଇଥିଲା । ପରେଡ଼ ସ୍ଥଳରେ ଚାରିପଟ ଓ ଆଖପାଖ ଅଂଚଳ ସିସିଟିଭି ନିୟନ୍ତ୍ରଣରେ ରହିଛି । ସେହିପରି ଟ୍ରାଫିକ ପକ୍ଷରୁ ଯାନବାହାନ ଚଳାଚଳ ଲାଗି ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି । ପରେଡ ସମୟରେ ପରେଡ ସ୍ଥଳକୁ ସଂଯୋଗ କରୁଥିବା ସମସ୍ତ ରାସ୍ତାକୁ ସିଲ କରି ଦିଆଯାଇଥିଲା ।

 

ଟ୍ରାଫିକ୍ ନିୟନ୍ତ୍ରଣ ପାଇଁ ହାଉସିଂବୋର୍ଡ ଛକରୁ ରବୀନ୍ଦ୍ର ମଣ୍ଡପ ଦେଇ ଆସୁଥିବା ଗାଡ଼ିକୁ କେଶରୀ ଟକିଜ୍ ରାସ୍ତାରେ ଡାଇଭର୍ଟ କରାଯାଇଥିଲା। ସେହିପରି ଏଜି ଛକରୁ ପିଏମ୍ଜି ଦେଇ ଯାଉଥିବା ଗାଡ଼ି ଗୁଡ଼ିକୁ ଜୟଦେବ ଭବନ ଦେଇ ଇଡକଲ ଅଡିଟୋରିୟମ ଆଡେ ଡାଇଭର୍ଟ କରାଯାଇଥିଲା।

 

Edit By : ଜ୍ୟୋର୍ତିମୟୀ ପଟ୍ଟନାୟକ

Related News
satta king tw