Top Stories

Search here...

News

୫ଟି ଜିଲ୍ଲାର ୧୩୦ଟି ରୂପାନ୍ତରିତ ସ୍କୁଲ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

Posted On - 7 minutes ago
Edited By Prabir Kumar
LAST UPDATED Nov 16, 2021 07:46 PM

ସ୍କୁଲର ନୂଆ ପରିବେଶ ପିଲାଙ୍କ ଭିତରେ ପ୍ରତିଯୋଗୀ ମନୋଭାବକୁ ଆହୁରି ସୁଦୃଢ଼ କରିଛି ବୋଲି  ମୁଖ୍ୟମନ୍ତ୍ରୀ  କହିଛନ୍ତି ।

 

BBSR Reporters

 

ଭୁବନେଶ୍ୱର : ରାଜ୍ୟରେ ଚାଲିଛି ସ୍କୁଲ ରୂପାନ୍ତର ପର୍ବ  । ୫-ଟି କାର୍ଯ୍ୟକ୍ରମରେ ପ୍ରଥମ ପର୍ଯ୍ୟାୟରେ ରାଜ୍ୟର ୩୦ଟି ଜିଲ୍ଲାର ୧୦୭୫ଟି ରୂପାନ୍ତରିତ ସ୍କୁଲର ଲୋକାର୍ପଣ ଚାଲିଛି  । ସାତ ଦିନର ଏହି କାର୍ଯ୍ୟକ୍ରମରେ ଆଜି ଚତୁର୍ଥ ଦିବସରେ ନୂଆପଡା, ଗଞ୍ଜାମ ,ସମ୍ୱଲପୁର , ରାୟଗଡ଼ା ଓ ନୟାଗଡ଼ ଆଦି ୫ଟି ଜିଲ୍ଲାର ୧୩୦ଟି ରୂପାନ୍ତର ସ୍କୁଲକୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଲୋକାର୍ପିତ କରିଛନ୍ତି । ଆଜି ସୁଦ୍ଧା ୫୩୧ଟି ରୂପାନ୍ତରିତ ସ୍କୁଲ ଛାତ୍ରଛାତ୍ରୀ ମାନଙ୍କ ଉଦେ୍ଧଶ୍ୟରେ ଲୋକାର୍ପିତ ହୋଇଛି  । ଆଜି ଲୋକାର୍ପିତ ହୋଇଥିବା ୧୩୦ଟି ସ୍କୁଲ ମଧ୍ୟରୁ ନୂଆପଡା ର ୭ଟି, ଗଞ୍ଜାମ ର .୮୩ଟି, ସମ୍ବଲପୁର ର୨୫ .ଟି, ନୟାଗଡ଼୮ଟି ଓ ରାୟଗଡ଼ା ର୭ଟି ସ୍କୁଲ ରହିଛି  ।

 

ଏହି ଅବସରରେ ଶିଶୁ ଦିବସ ପାଇଁ ପିଲାମାନଙ୍କୁ ଶୁଭେଚ୍ଛା ଜଣାଇ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କହିଥିଲେ ଯେ ଉକôର୍ଷତା ପାଇଁ ପ୍ରତିଯୋଗୀ ମନୋଭାବ ର ବିକାଶ ଜରୁରୀ  । ରୂପାନ୍ତର ପରେ ସ୍କୁଲ ର ପରିବେଶ ପିଲାଙ୍କ ଭିତରେ ପ୍ରତିଯୋଗୀ ମନୋଭାବ କୁ ଅଧିକ ସୁଦୃଢ କରିଛି ବୋଲି ମୁଖ୍ୟମନ୍ତ୍ରୀ ମତ ଦେଇଥିଲେ  ।ଶିକ୍ଷା କ୍ଷେତ୍ରରେ ରାଜ୍ୟରେ ଆରମ୍ଭ ହୋଇଥିବା ଏ ନୂଆ ଯୁଗର ପୁରା ସୁଯୋଗ ନେବା ପାଇଁ ମୁଖ୍ୟମନ୍ତ୍ରୀ ଛାତ୍ରଛାତ୍ରୀ ମାନଙ୍କୁ ଆହ୍ୱାନ ଜଣାଇଥିଲେ  । ପ୍ରଥମ ପର୍ଯ୍ୟାୟରେ ୨୪ ନଭେମ୍ବର ସୁଦ୍ଧା ରାଜ୍ୟର ୧୦୭୫ଟି ସ୍କୁଲ ଲୋକାର୍ପଣ କାର୍ଯ୍ୟକ୍ରମ ଚାଲିବ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ ଏହି ରୂପାନ୍ତର କାର୍ଯ୍ୟକ୍ରମ ପାଇଁ ସ୍ଥାନୀୟ ଅଞ୍ଚଳର ବିଧାୟକ, ପଞ୍ଚାୟତ ପ୍ରତିନିଧି, ସ୍କୁଲ ପରିଚାଳନା କମିଟି, ଶିକ୍ଷକ ତଥା ପିତାମାତା ଏବଂ ଅଭିଭାବକ ମାନଙ୍କୁ ଧନ୍ୟବାଦ ଜଣାଇଥିଲେ  ।

 

ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କହିଥିଲେ ଯେ ସ୍କୁଲରେ ତିଆରି ହୁଏ ଦେଶର ଭବିଷ୍ୟତ । ଜାତିର ଭବିଷ୍ୟତ  । କଥାରେ ଅଛି, ପିଲାମାନେ ଆମ ଜନସଂଖ୍ୟାରେ ଏକ ତୃତୀୟାଂଶ ହେଲେ ବି ସେମାନେ ଆମର ପୁରା ଭବିଷ୍ୟତ (ଞଷରକ୍ସର ସଗ୍ଦ ବ ଗ୍ଦବଚ୍ଚସଦ୍ଭଶ ଗ୍ଧଷବଗ୍ଧ ଉଷସକ୍ଷୟକ୍ସରଦ୍ଭ ମକ୍ଟଦ୍ଭଗ୍ଦଗ୍ଧସଗ୍ଧଙ୍କଗ୍ଧର କ୍ଟଦ୍ଭର-ଗ୍ଧଷସକ୍ସୟ କ୍ଟଲ କ୍ଟଙ୍କକ୍ସ କ୍ଟ୍ରକ୍ଟକ୍ଟ୍ରଙ୍କକ୍ଷବଗ୍ଧସକ୍ଟଦ୍ଭ, ଭଙ୍କଗ୍ଧ ବକ୍ଷକ୍ଷ କ୍ଟଲ କ୍ଟଙ୍କକ୍ସ ଲଙ୍କଗ୍ଧଙ୍କକ୍ସର.) । ସ୍କୁଲ ସମୟ ପିଲାମାନଙ୍କ ଜୀବନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ସମୟ ବୋଲି ମତଦେଇ ସେ କହିଥିଲେ ଯେ ଏ ସମୟରେ ପିଲାମାନଙ୍କୁ ସେମାନଙ୍କର ପ୍ରତିଭାର ବିକାଶ ପାଇଁ ସୁଯୋଗ ସୃଷ୍ଟି କରିବା ଆମର ଦାୟିତ୍ୱ । 

 

ମୁଖ୍ୟମନ୍ତ୍ରୀ କହିଲେ, “ମୁଁ ଚାହେଁ ମୋ ରାଜ୍ୟର ପିଲା ସବୁ କ୍ଷେତ୍ରରେ ଆଗୁଆ ହୁଅନ୍ତୁ । ପାଠ ସହ କ୍ରୀଡା, ସଂଗୀତ ସବୁ କ୍ଷେତ୍ରରେ ଓଡିଶାର ଗୌରବ ବଢାନ୍ତୁ  । ନୂଆ ନୂଆ ଗ୍ଧରମଷଦ୍ଭକ୍ଟକ୍ଷକ୍ଟଶଚ୍ଚ ବିଷୟରେ ଜାଣନ୍ତୁ  । ବଡ ବଡ ସ୍ୱପ୍ନ ଦେଖନ୍ତୁ ଓ ଜୀବନର ସବୁ ମଷବକ୍ଷକ୍ଷରଦ୍ଭଶରକୁ ସାମନା କରିବା ପାଇଁ ଆତ୍ମବିଶ୍ୱାସର ସହ ଆଗକୁ ବଢନ୍ତୁ  । ଏହା ହିଁ ହେଉଛି ସ୍କୁଲ ରୂପାନ୍ତରର ଲକ୍ଷ୍ୟ  ।”


୫-ଟି ନୀତି ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ, ସ୍କୁଲ ରୂପାନ୍ତର ହେଉଛି ଆମର ୫-ଟି କାର୍ଯ୍ୟକ୍ରମର ଶ୍ରେଷ୍ଠ ଉଦାହରଣ । ୫-ଟି ହେଉଛି-- ଟେକ୍ନୋଲେଜି, ଟିମ୍ ୱାର୍କ, ଟାଇମ, ଟ୍ରାନ୍ସପାରେନ୍ସି ଓ ଟ୍ରାନ୍ସଫରମେସନ୍ । ଏହା ହିଁ ରୂପାନ୍ତରକୁ ସମ୍ଭବ କରିପାରିଛି  । ଟେକ୍ନୋଲେଜି ଆମକୁ ସ୍ମାର୍ଟ କ୍ଲାସ୍ରୁମ୍, ଇ-ଲାଇବ୍ରେରୀ, କମ୍ପୁଟର ଓ ଆଧୁନିକ ଲାବୋରେଟୋରୀର ସୁବିଧା ଦେଇଛି  । ସେହିପରି ଆମ ସମସ୍ତଙ୍କ ମିଳିତ ଉଦ୍ୟମ ହେଉଛି ଟିମ୍ ୱାର୍କ  । 

 ତୃତୀୟ ନୀତି ହେଉଛି ଟାଇମ୍ ବା ସମୟ  ।. ନଭେମ୍ବର ୧୪ ସୁଦ୍ଧା ୧୦୭୨ଟି ସ୍କୁଲର ରୂପାନ୍ତର କାମ ସାରିବା ପାଇଁ ମୁଁ ନିଦେ୍ର୍ଧଶ ଦେଇଥିଲି । ଆପଣମାନଙ୍କ ସମସ୍ତଙ୍କ ନିଷ୍ଠା ଓ ପରିଶ୍ରମ ଦ୍ୱାରା ଏହା ଆଜି ଠିକ୍ ସମୟରେ ଶେଷ ହୋଇପାରିଛି  ।

 

ଚତୁର୍ଥ ନୀତି ହେଉଛି ଟ୍ରାନ୍ସପାରେନ୍ସି ବା ସ୍ୱଚ୍ଛତା  । ସ୍କୁଲ ମାନଙ୍କରେ ଯାହା କିଛି ପରିବର୍ତ୍ତନ ହୋଇଛି, ତାହା ଅଞ୍ଚଳର ଲୋକମାନଙ୍କ ସହିତ ଆଲୋଚନା କରି କରାଯାଇଛି  । ସ୍ୱଚ୍ଛତା ହେଉଛି ୫-ଟିର ସବୁଠାରୁ ବଡ ଶକ୍ତି  । ଏସବୁ ଆଣିଛି ରୂପାନ୍ତର, ଯାହାକୁ ଆମେ ସମସ୍ତେ ଦେଖିପାରୁଛୁ ଓ ଅନୁଭବ ମଧ୍ୟ କରିପାରୁଛୁ  ।

 

ଗାଁ ଓ ସହରର ସ୍କୁଲ ମଧ୍ୟରେ ଥିବା ପାର୍ଥକ୍ୟ ଦୂର ଉପରେ ମତଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ, ଏ ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମ ସହର ଓ ଗାଁ ର ସ୍କୁଲମାନଙ୍କ ଭିତରେ ଥିବା ତଫାତକୁ ଦୂର କରିଛି  । ଗାଁର ସ୍କୁଲରେ ଆଜି ସହରର ଭଲ ଭଲ ବେସରକାରୀ ସ୍କୁଲର ପରିବେଶ ସୃଷ୍ଟି ହୋଇଛି  । ଆଉ ଗୋଟିଏ ଗୁରୁତ୍ୱପୂର୍ଣ୍ଣ କଥା ହେଲା ସରକାରୀ ସ୍କୁଲରେ ପଢୁଥିବା ପିଲାମାନଙ୍କ ଡାକ୍ତର, ଇଞ୍ଜିନିୟର ହେବାର ସ୍ୱପ୍ନ ଯେପରି ସାକାର ହୋଇପାରିବ, ସେଥିପାଇଁ ରାଜ୍ୟ ସରକାର ତୁମ ମାନଙ୍କ ପାଇଁ ୧୫ ପ୍ରତିଶତ ଆସନ ସଂରକ୍ଷିତ କରିଛନ୍ତି  ।

 

 ପିଲାମାନଙ୍କୁ ପରାମର୍ଶ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ, ମାତୃଭୂମି ଓ ପରିବାର ପରେ ସ୍କୁଲ ହେଉଛି ଆମର ସବୁଠାରୁ ବଡ ପରିଚୟ  । ମୋର ପୁରା ବିଶ୍ୱାସ, ତୁମେ ମାନେ ଭଲ ପାଠ ପଢି ଭଲ କାମ କରି, ଏ ପରିଚୟକୁ ରାଜ୍ୟର ଗୌରବରେ ପରିଣତ କରିପାରିବ ।

 

 ଏହି କାର୍ଯ୍ୟକ୍ରମରେ ୪ଟି ଜିଲ୍ଲାର ଛାତ୍ରଛାତ୍ରୀମାନେ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରି ବିଦ୍ୟାଳୟ ରୂପାନ୍ତର ସଂପର୍କରେ ନିଜର ମନ କଥା କହିଥିଲେ । ଭାରତୀ ସାହୁ , ସୌମ୍ୟ ଶ୍ରୀ ବଡପଣ୍ଡା ଭାଗ୍ୟ ଲକ୍ଷ୍ମୀ ପ୍ରଧାନ , ସ୍ମରଣିକା ପଟନାୟକ, ଓ ସରସ୍ୱତୀ ସାହୁ ପ୍ରମୁଖ ଛାତ୍ରୀ ଆଲୋଚନାରେ ଭାଗ ନେଇ କହିଥିଲେ ଯେ ରୂପାନ୍ତର ଆମ ପାଇଁ ସୁଯୋଗ ଆଣିଛି  ।ତାର ସଦ୍ ବ୍ୟବହାର କରିବୁ ଓ ମୁଖ୍ୟମନ୍ତ୍ରୀ ଙ୍କ ଲକ୍ଷ୍ୟ ପୂରଣ କରିବୁ  ।ଏହାସହିତ ସୋମାନଙ୍କ ଜୀବନର ଲକ୍ଷ୍ୟ ସମ୍ପର୍କରେ ମଧ୍ୟ ମୁଖ୍ୟମନ୍ତ୍ରୀ ଙ୍କୁ କହିଥିଲେ  ।  

 

କାର୍ଯ୍ୟକ୍ରମରେ ମନ୍ତ୍ରୀ ଶ୍ରୀ ବିକ୍ରମ କେଶରୀ ଆରୁଖ ମନ୍ତ୍ରୀ ଶ୍ରୀ ଜଗନ୍ନାଥ ସାରକା , ସରକାରୀ ଉପମୁଖ୍ୟ ସଚେତକ ଶ୍ରୀ ରୋହିତ ପୂଜାରୀ ବିଧାୟକ .ଶ୍ରୀ ରାଜେନ୍ଦ୍ର ଢୋଲକିଆ..ଓ ଶ୍ରୀ ସତ୍ୟନାରାୟଣ ସାହୁ ପ୍ରମୁଖ ଯୋଗ ଦେଇ ବିଦ୍ୟାଳୟ ରୂପାନ୍ତର କାର୍ଯ୍ୟକ୍ରମର ଶିକ୍ଷା କ୍ଷେତ୍ରରେ ଏହା ଏକ ବୈପ୍ଳବିକ ପରିବର୍ତ୍ତନ ଆଣିବ ବୋଲି ପ୍ରକାଶ କରି ସେମାନେ ଏଥିପାଇଁ ମୁଖ୍ୟମନ୍ତ୍ରୀଙ୍କ ଦୂରଦର୍ଶିତାର ପ୍ରଶଂସା କରିଥିଲେ  ।

 

କାର୍ଯ୍ୟକ୍ରମରେ ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମ ସଂପର୍କରେ ଭିଡିଓ ଚଳଚ୍ଚିତ୍ର ପ୍ରଦର୍ଶନ କରାଯାଇଥିଲା  । ଏହି କାର୍ଯ୍ୟକ୍ରମକୁ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ ପରିଚାଳନା କରିଥିଲେ  । ମୁଖ୍ୟମନ୍ତ୍ରୀ ଙ୍କ ନିଦେ୍ର୍ଧଶ ମତେ ନିର୍ଧାରିତ ସମୟ ସୀମା ମଧ୍ୟରେ ପ୍ରଥମ ପର୍ଯ୍ୟାୟ ସ୍କୁଲ ରୂପାନ୍ତର କାର୍ଯ୍ୟ ଶେଷ କରିଥିବାରୁ ସେ ସମସ୍ତ ଙ୍କୁ ଧନ୍ୟବାଦ ଜଣାଇଥିଲେ  ।

 

ସରକାରୀ ସ୍କୁଲରୁ ପାଠପଢି ସର୍ବଭାରତୀୟ ସେବାରେ ଯୋଗ ଦେଇ ଥିବା  ଉତ୍ତରାଞଳ ଡିଆଇଜି ଶ୍ରୀ ସାର୍ଥକ ଷଡ଼ଙ୍ଗୀ ,ଓ ଗ୍ଦକ୍ଟ୍ରରମସବକ୍ଷ ୟସକ୍ସରମଗ୍ଧକ୍ଟକ୍ସ ଚଜ ଌଊଡ ୟରକ୍ଟ୍ରବକ୍ସଗ୍ଧଜ୍ଞରଦ୍ଭଗ୍ଧ ଶ୍ରୀ ଅରବିନ୍ଦ ଡାକୁଆ ନିଷ୍ଠା ଓ ପରିଶ୍ରମ ଦ୍ୱାରା ସବୁ କିଛି ହାସଲକ ରିପାରିବା ବୋଲି ମତ ଦେଇଥିଲେ  । ମୋ ସ୍କୁଲ କାର୍ଯ୍ୟକ୍ରମର ଅଧ୍ୟକ୍ଷା ଶ୍ରୀମତୀ ସୁସ୍ମିତା ବାଗ୍ଚୀ, ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ମହାପାତ୍ର ଏବଂ ବିଭିନ୍ନ ବିଭାଗର ପ୍ରମୁଖ ସଚିବ ଓ ସଚିବମାନେ ଉପସ୍ଥିତ ଥିଲେ  ।

Related News
satta king tw