dd dd

Top Stories

Search here...

News

କଟକ ନେତାଜୀ ବସ୍‌  ଟର୍ମିନାଲର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

Posted On - 1 day ago

ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି " ନେତାଜୀ ଏହି କଟକ ମାଟିର ପୁଅ । ଏହି କଟକରେ ଜନ୍ମ ହୋଇଥିଲେ ଓ ବଡ ମଧ୍ୟ ହୋଇଥିଲେ । "

 

BBSR Reporters

 

ଆଜି  ଭାରତୀୟ ମୁକ୍ତି ସଂଗ୍ରାମର ମହାନ୍‌ ସଂଗ୍ରାମୀ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କର ପବିତ୍ର ଜନ୍ମ ଦିବସ । ଆଜିଠାରୁ ସାରା ଦେଶରେ ନେତାଜୀଙ୍କର ୧୨୫ତମ ଜନ୍ମବାର୍ଷିକୀ ପାଳନ ଆରମ୍ଭ ହୋଇଛି । ଏହି ଅବସରରେ ନେତାଜୀଙ୍କୁ ତାଙ୍କର ଜନ୍ମସ୍ଥାନ କଟକରେ ଭକ୍ତିପୁତ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଛି। ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି କଟକ ଓଡିଆବଜାରସ୍ଥିତ ନେତାଜୀଙ୍କର ଜନ୍ମସ୍ଥାନ ଜାନକୀନାଥ ଭବନକୁ ଯାଇ ରାଜ୍ୟବାସୀଙ୍କ ତରଫରୁ ଶ୍ରଦ୍ଧାସୁମନ ଅର୍ପଣ କରି ନେତାଜୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ ।


ନେତାଜୀଙ୍କ ୧୨୫ତମ ଜନ୍ମବାର୍ଷିକୀ ପାଳନର ଅଂଶସ୍ବରୂପ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି କଟକ ଖାନନଗର ଠାରେ କଟକ ନେତାଜୀ ବସ୍‌ ଟର୍ମିନାଲର ଶିଳାନ୍ୟାସ କରିଥିଲେ । ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ନେତାଜୀ ଏହି କଟକ ମାଟିର ପୁଅ । ଏହି କଟକରେ ଜନ୍ମ ହୋଇଥିଲେ ଓ ବଡ ମଧ୍ୟ ହୋଇଥିଲେ । ଏହି କଟକ ମାଟି ତାଙ୍କୁ ସେବା ଓ ସଂଗ୍ରାମର ମନ୍ତ୍ରରେ ଦୀକ୍ଷିତ କରିଥିଲା । ତେଣୁ ନେତାଜୀଙ୍କ ୧୨୫ତମ ଜନ୍ମବାର୍ଷିକୀ ପାଇଁ ରାଜ୍ୟ ସରକାର ସ୍ବତନ୍ତ୍ର ଭାବରେ ବର୍ଷ ବ୍ୟାପୀ କାର୍ଯ୍ୟକ୍ରମ କରିବେ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ ।


ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସେ ଯେତେବେଳେ ବି ନେତାଜୀଙ୍କ ଜନ୍ମସ୍ଥାନକୁ ଯାଇଛନ୍ତି, ସେତେବେଳେ ସେ ଭାବୁକ ହୋଇଯାନ୍ତି ।   ଦେଶ ପାଇଁ ଓ ଜାତି ପାଇଁ ନେତାଜୀଙ୍କ ଅସୀମ ତ୍ୟାଗକୁ କେହି କେବେ ଭୁଲିପାରିବ ନାହିଁ ବୋଲି ସେ କରିଥିଲେ । ଭାରତର ସ୍ବାଧୀନତା ସଂଗ୍ରାମକୁ ଶକ୍ତିଶାଳୀ କରିବାରେ ତାଙ୍କର ଭୂମିକା ଥିଲା ଅତୁଳନୀୟ । ନେତାଜୀଙ୍କ ଦେଶଭକ୍ତି ଓ ସାହସ ଭାରତ ଇତିହାସରେ ଏକ ଗୌରବମୟ ଗାଥା ହୋଇ ରହିଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।
ମୁଖ୍ୟମନ୍ତ୍ରୀ କହିଥିଲେ ଯେ କଟକ ନେତାଜୀ ବସ୍‌ ଟର୍ମିନାଲକୁ ଦେଶର ଏକ ମଡେଲ ବସ୍‌ ଟର୍ମିନାଲ ଭାବରେ ଗଢାଯିବ । ଏଠାକୁ ଆସୁଥିବା ସମସ୍ତଙ୍କ ମନରେ ନେତାଜୀଙ୍କ ସ୍ମୃତି ଯେପରି ଜାଗ୍ରତ ହୋଇପାରିବ, ସେଥିପାଇଁ ପଦକ୍ଷେପ ନିଆଯିବ। ନେତାଜୀଙ୍କର ଜୀବନୀ ଓ ସଂଗ୍ରାମର ଝଲକ ସବୁଠାରେ ଦେଖିବାକୁ ମିଳିବ ଏବଂ ଏଠାକୁ ଆସୁଥିବା ପ୍ରତିଟି ଲୋକ ନେତାଜୀଙ୍କ ସାହସ ଓ ଦେଶଭକ୍ତିର ବାର୍ତ୍ତା ନେଇ ଫେରିବ । ଏହି ବସ୍‌ ଟର୍ମିନାଲ ହଜାର ବର୍ଷର ସହର କଟକର ଗରିମାକୁ ଆହୁରି ବୃଦ୍ଧି କରିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।


ନେତାଜୀଙ୍କୁ ଭାରତମାତାର ଅମୂଲ୍ୟ ରତ୍ନ  ଭାବରେ ବର୍ଣ୍ଣନା କରି ତାଙ୍କର ଦୃଢ ନେତୃତ୍ବ, ସାହସ ଓ ଅତୁଳନୀୟ ଦେଶଭକ୍ତି ପାଇଁ ସେ ପ୍ରତିଟି ଭାରତୀୟଙ୍କ ହୃଦୟରେ  ଅମର ହୋଇ ରହିବେ ବୋଲି ବର୍ଣ୍ଣନା କରି ନେତାଜୀଙ୍କୁ ଶ୍ରଦ୍ଧାଞ୍ଚଳି ଅର୍ପଣ କରିଥିଲେ । ରାଜ୍ୟ ସରକାରଙ୍କର ୫-ଟି କାର୍ଯ୍ୟକ୍ରମ ଅଧୀନରେ ହେବାକୁ ଯାଉଥିବା ଏହି ନୂତନ ବସ୍‌ ଟର୍ମିନାଲରେ ଅତ୍ୟାଧୁନିକ ସୁବିଧା ସୁଯୋଗ ରହିବ । ଏଥିରେ ୧୧,୦୦୦ ବର୍ଗମିଟର ନିର୍ମିତ ଅଞ୍ଚଳରେ ୧୮୦ଟି ବସ୍‌ ରହିପାରିବ ।

 

Edit by : ଟିମ ବିବିଏସଆର ରିପୋଟର୍ସ

Related News
satta king tw