Top Stories

Search here...

News

ବର୍ଷା ଯୋଗୁ ଏହି ସବୁ ଜିଲ୍ଲାରେ ୨ ଦିନ ପାଇଁ ସ୍କୁଲ୍ ଛୁଟି ଘୋଷଣା କଲେ ସରକାର

Posted On - 1 day ago
Edited By Team BbsrReporters
LAST UPDATED Sep 14, 2021 10:17 AM

ରବିବାର ସକାଳ ସାଢେ଼ ୮ଟାରୁ ସୋମବାର  ସକାଳ ସାଢେ଼ ୮ଟା ମଧ୍ୟରେ ଅର୍ଥାତ୍ ୨୪ ଘଣ୍ଟାରେ ପୁରୀରେ ସର୍ବାଧିକ ୩୪୧ ମିମି ବର୍ଷା ରେକର୍ଡ କରାଯାଇଛି ।

 

BBSR Reporters


ଭୁବନେଶ୍ୱର : ରାଜ୍ୟରେ ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ  ୧୨ଟି ଜିଲ୍ଲାରେ ଆଜି ଓ ଆସନ୍ତାକାଲି ପାଇଁ ସ୍କୁଲ୍ ଗୁଡ଼ିକୁ ଛୁଟି ଘୋଷଣା କରାଯାଇଛି ।  କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଢେଙ୍କାନାଳ, କେନ୍ଦ୍ରାପଡ଼ା, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ସୋନପୁର, ବରଗଡ଼ ଓ ଜଗତସିଂହପୁରରେ ସ୍କୁଲ ଗୁଡ଼ିକୁ ଛୁଟି ଘୋଷଣା କରାଯାଇଛି । ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ଏହି ସୂଚନା ଦେଇଛନ୍ତି ।


ଅବପାତ ଅଧିକ ଘନୀଭୂତ ହୋଇ ଗଭୀର ଅବପାତରେ ପରିଣତ ହୋଇ ଚାନ୍ଦବାଲି ଦେଇ ଆଜି ସକାଳେ ସ୍ଥଳପଥ ଅତିକ୍ରମ କରିଛି । ମିଳିଥିବା ସୂଚନା ଅନୁଯାୟୀ, ଆଜି ଦିନ ତମାମ ୭ ଜିଲ୍ଲାରେ ଅତି ପ୍ରବଳ ବର୍ଷା ଲାଗି ରହିବ । ସେହି ଜିଲ୍ଲା ଗୁଡ଼ିକ ହେଉଛି- ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଢେଙ୍କାନାଳ ଓ ନୟାଗଡ଼ ।

 

ସେହିପରି ଗଭୀର ଅବପାତ ପ୍ରଭାବରେ ପଶ୍ଚିମ ଓଡ଼ିଶା ବି ପ୍ରବଳ ବର୍ଷା ହେବ । ସମ୍ବଲପୁର, ଦେବଗଡ଼, ସୋନପୁର ଓ ବରଗଡ଼ରେ ପ୍ରବଳ ବର୍ଷା ହେବ । ସେହିପରି ଅନୁଗୋଳ ଜିଲ୍ଲାରେ ବି ପ୍ରବଳ ବର୍ଷା ହେବ ।

 

ପାରାଦୀପରେ ଜୋରରେ ବର୍ଷା ହେଉଥିବା ବେଳେ ସମୁଦ୍ର ଅଶାନ୍ତ ହୋଇପଡ଼ିଛି । ବର୍ଷା ସାଙ୍ଗକୁ ପବନ ଯୋଗୁଁ ଘରୁ ବାହାରିବା ମୁସ୍କିଲ ହୋଇପଡ଼ିଛି । ମଧୁବନ ଅଞ୍ଚଳବାସୀ ସମ୍ପୂର୍ଣ୍ଣ ଭାବେ ଜଳବନ୍ଦୀ ହୋଇଯାଇଛନ୍ତି । ଅନେକ ତଳିଆ ଅଞ୍ଚଳରେ ପାଣି ଜମି ଯାଇଛି । ଗଛ ଉପୁଡ଼ି ରାସ୍ତା ଅବରୋଧ ହୋଇଛି । କୁଜଙ୍ଗରେ ଗଛ ସାଙ୍ଗକୁ କେତେକ ସ୍ଥାନରେ ବିଦ୍ୟୁତ୍ ଖୁଣ୍ଟ ଉପୁଡ଼ି ପଡ଼ିଛି । କୁଜଙ୍ଗ ଥାନାରେ ପାଣି ପଶିଯାଇଥିବାରୁ ଅଗ୍ନିଶମ ବାହିନୀ ଜରିଆରେ ନିଷ୍କାସନ କରାଯାଉଛି ।


ରବିବାର ସକାଳ ସାଢେ଼ ୮ଟାରୁ ସୋମବାର  ସକାଳ ସାଢେ଼ ୮ଟା ମଧ୍ୟରେ ଅର୍ଥାତ୍ ୨୪ ଘଣ୍ଟାରେ ପୁରୀରେ ସର୍ବାଧିକ ୩୪୧ ମିମି ବର୍ଷା ରେକର୍ଡ କରାଯାଇଛି । ଏହି ସମୟ ମଧ୍ୟରେ ଭୁବନେଶ୍ୱରରେ ୧୯୫ ମିମି, ପାରାଦୀପରେ ୨୧୯ ମିମି, ବାଲେଶ୍ୱରରେ ୨୪ ମିମି, ଗୋପାଳପୁରରେ ୬୪ ମିମି ଓ ଚାନ୍ଦବାଲିରେ ୪୬ ମିମି ବର୍ଷା ରେକର୍ଡ କରାଯାଇଛି ।


 

Related News
satta king tw